ମାଥିଉ ୫:୪୪ |
କିନ୍ତୁ ମୁଁ କହୁଛି: ତୁମ୍ଭେ ତୁମ୍ଭର ଶତ୍ରୁକୁ ମଧ୍ୟ ପ୍ରେମ କର। ତୁମ୍ଭକୁ ଯାତନା ଦେଉଥିବା ଲୋକମାନଙ୍କ ପାଇଁ ପ୍ରାର୍ଥନା କର।
|
ମାଥିଉ ୬:୫ |
ପ୍ରାର୍ଥନା ବିଷୟରେ ଯୀଶୁଙ୍କ ଶିକ୍ଷା “ତୁମ୍ଭେ ପ୍ରାର୍ଥନା କଲାବେଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସେମାନେ ଯିହୂଦୀ ସମାଜଗୃହ ଓ ଗଳି-ମୁଣ୍ଡରେ ଠିଆହୋଇ ବଡ଼ ପାଟିରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ତା’ର ପୁରା ପ୍ରତିଫଳ ଦିଆଯାଇ ସାରିଲାଣି।
|
ମାଥିଉ ୬:୬ |
କିନ୍ତୁ ତୁମ୍ଭେ ପ୍ରାର୍ଥନା କଲାବେଳେ ତୁମ୍ଭ ବଖରା ଭିତରକୁ ଯାଅ। କବାଟ ବନ୍ଦ କରି ତୁମ୍ଭର ପରମପିତାଙ୍କୁ ଗୋପନରେ ପ୍ରାର୍ଥନା କର। ତୁମ୍ଭର ପରମପିତା ଗୋପନରେ କରୁଥିବା ତୁମ୍ଭ କାମଗୁଡ଼ିକ ଦେଖି ପାରନ୍ତି। ସେ ତୁମ୍ଭକୁ ତା’ର ପ୍ରତିଫଳ ଦେବେ।
|
ମାଥିଉ ୬:୯ |
ଏଣୁ ଏହିଭଳି ପ୍ରାର୍ଥନା କର: ‘ହେ ସ୍ୱର୍ଗରେ ଥିବା ଆମ୍ଭର ପରମପିତା, ତୁମ୍ଭର ନାମ ସବୁବେଳେ ପବିତ୍ର ହେଉ।
|
ମାଥିଉ ୭:୭ |
ଯାହାସବୁ ଗ୍ଭହୁଁଛ, ସେଥିପାଇଁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥାଅ “ମାଗ ସେଥିରେ ପରମେଶ୍ୱର ତାହା ତୁମ୍ଭକୁ ଦେବେ। ଖୋଜ ଏବଂ ତୁମ୍ଭେ ପାଇବ। ଦ୍ୱାରରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖୋଲିଯିବ।
|
ମାଥିଉ ୯:୩୮ |
ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
|
ମାଥିଉ ୧୪:୨୩ |
ତା’ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ।
|
Матфей 19:13 |
ଯୀଶୁ ପିଲାମାନଙ୍କୁ ସ୍ୱାଗତ କଲେ ତା’ପରେ ଲୋକମାନେ କେତେକ ପିଲାଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ, ଯେପରି ଯୀଶୁ ସେମାନଙ୍କ ଉପରେ ଆପଣା ହାତ ରଖି ପାରିବେ ଓ ସେମାନଙ୍କ ଲାଗି ପ୍ରାର୍ଥନା କରିବେ। କିନ୍ତୁ ଯୀଶୁଙ୍କ ଶିଷ୍ୟମାନେ ଲୋକମାନଙ୍କୁ ଧମକ ଦେଇ ଯୀଶୁଙ୍କ ପାଖକୁ, ପିଲାମାନଙ୍କୁ ନ ଆଣିବା ପାଇଁ କହିଲେ।
|
Матфей 24:20 |
କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ।
|
Матфей 26:36 |
ଯୀଶୁଙ୍କ ଏକାନ୍ତ ପ୍ରାର୍ଥନା ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।”
|
Матфей 26:41 |
ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”
|
Матфей 26:42 |
ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ’ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”
|
ଯୋହନ ୧୨:୨୭ |
ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ “ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି।
|
ଯୋହନ ୧୭:୧ |
ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଇଁ ପ୍ରାର୍ଥନା କରନ୍ତି ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ ଦେଇ ପାରିବେ।
|
ଯୋହନ ୧୭:୯ |
ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି।
|
ଯୋହନ ୧୭:୧୩ |
“ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ’ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।
|
ଯୋହନ ୧୭:୨୦ |
“ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ’ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି।
|
ଯୋହନ ୧୭:୨୧ |
ହେ ପରମପିତା, ମୁଁ ତୁମ୍ଭଠାରେ ପ୍ରାର୍ଥନା କରେ ଯେପରି ମୋ’ ଉପରେ ବିଶ୍ୱାସ ରଖୁଥିବା ଲୋକମାନେ ଏକ ହୋଇପାରିବେ। ତୁମ୍ଭେ ମୋ’ଠାରେ ରହିଛ ଓ ମୁଁ ତୁମ୍ଭଠାରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠାରେ ଯେପରି ଏକ ହୋଇ ପାରିବେ। ତଦ୍ଦ୍ୱାରା ଜଗତ ବିଶ୍ୱାସ କରିବ, ଯେ ତୁମ୍ଭେ ମୋତେ ପଠାଇଅଛ।
|
ଯୋହନ ୧୮:୧ |
ଯୀଶୁ ବନ୍ଦୀ ହେଲେ ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ୟମାନଙ୍କ ସହିତ ଗ୍ଭଲିଗଲେ। ସେମାନେ କିଦ୍ରୋଣ ଉପତ୍ୟକା ପାରି ହୋଇଗଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଗ୍ଭ ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାକୁ ଗଲେ।
|
ପ୍ରେରିତ ୧:୧୪ |
ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।
|
ପ୍ରେରିତ ୨:୪୨ |
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।
|
ପ୍ରେରିତ ୬:୬ |
ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।
|
ପ୍ରେରିତ ୭:୫୯ |
ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।”
|
ପ୍ରେରିତ ୮:୨୨ |
ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି।
|
ପ୍ରେରିତ ୮:୨୪ |
ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”
|
ପ୍ରେରିତ ୯:୧୧ |
ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି।
|
ପ୍ରେରିତ ୯:୧୨ |
ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”
|
ପ୍ରେରିତ ୧୦:୨ |
ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ।
|
ପ୍ରେରିତ ୧୦:୯ |
ତହିଁ ଆରଦିନ ସେମାନେ ଯାଫୋ ନଗର ନିକଟରେ ପହଞ୍ଚିଲେ, ସେତେବେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବା ପାଇଁ ଯାଇଥିଲେ। ତାହା ପ୍ରାୟ ଦ୍ୱିପ୍ରହର ସମୟ ଥିଲା।
|
ପ୍ରେରିତ ୧୦:୩୦ |
କର୍ଣ୍ଣୀଲିୟ କହିଲେ, “ମୁଁ ଠିକ୍ ଗ୍ଭରି ଦିନ ଆଗରୁ ମୋ’ ଘରେ ଅପରାହ୍ନ ପ୍ରାୟ ତିନିଟା ବେଳେ ପ୍ରାର୍ଥନା କରୁଥିଲି। ସେତେବେଳେ ହଠାତ୍ ଜଣେ ସ୍ୱର୍ଗଦୂତ, ଉଜ୍ଜ୍ୱଳ ଓ ଝଲସୁଥିବା ବସ୍ତ୍ର ପିନ୍ଧି ମୋ’ ସାମନାରେ ଠିଆ ହୋଇଗଲେ।
|
ପ୍ରେରିତ ୧୨:୧୨ |
ଏହା ଅନୁଭବ କଲାପରେ, ସେ ଯୋହନଙ୍କ ମାତା ମରିୟମଙ୍କ ଘରକୁ ଗଲେ। ଯୋହନଙ୍କୁ ମାର୍କ ମଧ୍ୟ କୁହା ଯାଉଥିଲା। ସେଠାରେ ଅନେକ ଲୋକ ଏକାଠି ହୋଇ ପ୍ରାର୍ଥନା କରୁଥିଲେ।
|
ପ୍ରେରିତ ୧୩:୩ |
ତେଣୁ ସେମାନେ ଉପବାସ ଓ ପ୍ରାର୍ଥନା କରିବା ପରେ ବର୍ଣ୍ଣବ୍ବା ଓ ଶାଉଲଙ୍କ ଉପରେ ହସ୍ତାର୍ପଣ କରି ବିଦାୟ କଲେ।
|
ପ୍ରେରିତ ୧୬:୧୩ |
ବିଶ୍ରାମବାର ଦିନ ଆମ୍ଭେ ନଗରଦ୍ୱାର ବାହାରେ ନଦୀ କୂଳ ଆଡ଼େ ଗଲୁ। ଆମ୍ଭେ ଭାବିଥିଲୁ ଯେ, ସେଠାରେ ପ୍ରାର୍ଥନା କରିବା ପାଇଁ ଗୋଟିଏ ସ୍ଥାନ ଥିବ। ଆମ୍ଭେ ସେଠାରେ ବସିଲୁ ଓ ସେଠାରେ ଏକତ୍ରିତ ହୋଇଥିବା ସ୍ତ୍ରୀମାନଙ୍କ ସହିତ କଥା ହେଲୁ।
|
ରୋମୀୟ ୧:୧୦ |
ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ।
|
ରୋମୀୟ ୮:୨୬ |
ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।
|
ରୋମୀୟ ୧୦:୧ |
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛି ଯେ, ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।
|
ରୋମୀୟ ୧୧:୨ |
ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ?
|
ରୋମୀୟ ୧୨:୧୨ |
ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧର। ନିରନ୍ତର ପ୍ରାର୍ଥନା କର।
|
ରୋମୀୟ ୧୫:୫ |
ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ।
|
ରୋମୀୟ ୧୫:୧୩ |
ମୁଁ ସମସ୍ତ ଭରସାର ସ୍ରୋତ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ସେ ତୁମ୍ଭମାନଙ୍କ ବିଶ୍ୱାସ କାରଣରୁ ତୁମ୍ଭ ଜୀବନରେ ସମ୍ପୂର୍ଣ୍ଣ ଆନନ୍ଦ ଓ ଶାନ୍ତି ଆଣି ଦିଅନ୍ତୁ। ତା’ହେଲେ ତୁମ୍ଭେ ପ୍ରଚୁର ଭରସା ଲାଭ କରିବ ଓ ପବିତ୍ରଆତ୍ମାଙ୍କର ଶକ୍ତି ତୁମ୍ଭ ଜୀବନରେ ଝରିବ।
|
ରୋମୀୟ ୧୫:୩୦ |
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
|
ରୋମୀୟ ୧୫:୩୧ |
ପ୍ରାର୍ଥନା କର ଯେ, ମୁଁ ଯିହୂଦାଠାରେ ଅବିଶ୍ୱାସୀଲୋକମାନଙ୍କ କବଳରୁ ରକ୍ଷା ପାଇବି। ଏବଂ ଏଥିପାଇଁ ମଧ୍ୟ ପ୍ରାର୍ଥନା କରେ ଯେ, ଯିରୁଶାଲମଠାରେ ଯାହା ସାହାଯ୍ୟ ପହଞ୍ଚିବ ସେଥିରେ ପରମେଶ୍ୱରଙ୍କ ଲୋକେ ପ୍ରସନ୍ନ ହେବେ।
|
୧ କରିନ୍ଥୀୟ ୧୧:୪ |
ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ।
|
୧ କରିନ୍ଥୀୟ ୧୧:୫ |
ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ।
|
୧ କରିନ୍ଥୀୟ ୧୧:୧୩ |
ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର।
|
୧ କରିନ୍ଥୀୟ ୧୪:୧୩ |
ଅତଏବ, ଯିଏ ଅନ୍ୟ ଭାଷାରେ କହୁଛି, ସେ ଯେପରି ତାହା ବୁଝାଇ ପାରିବ, ଏଥିପାଇଁ ପ୍ରାର୍ଥନା କରିବା ଉଚିତ୍।
|
୧ କରିନ୍ଥୀୟ ୧୪:୧୪ |
ଯଦି ମୁଁ ଅନ୍ୟ ଭାଷାରେ ପ୍ରାର୍ଥନା କରୁଛି, ତା’ହେଲେ ମୋର ଆତ୍ମା ପ୍ରାର୍ଥନା କରେ, ମୋର ବୁଦ୍ଧି କିଛି କରେ ନାହିଁ।
|
୧ କରିନ୍ଥୀୟ ୧୪:୧୫ |
ତାହାହେଲେ ମୋର କ’ଣ କରିବା ଉଚିତ୍? ମୁଁ ମୋହର ଆତ୍ମା ଦ୍ୱାରା ପ୍ରାର୍ଥନା କରିବି ଓ ବୁଦ୍ଧିଦ୍ୱାରା ମଧ୍ୟ ପ୍ରାର୍ଥନା କରିବି। ପୁଣି ଆତ୍ମାଦ୍ୱାରା ସ୍ତୁତିଗାନ କରିବି ଓ ବୁଦ୍ଧିସହ ମଧ୍ୟ ସ୍ତୁତିଗାନ କରିବି।
|
୨ କରିନ୍ଥୀୟ ୯:୧୪ |
ଯେତେବେଳେ ସେମାନେ ପ୍ରାର୍ଥନା କରିବେ, ସେତେବେଳେ ସେମାନେ ତୁମ୍ଭମାନଙ୍କ ସହିତ ରହିବା ପାଇଁ ଇଚ୍ଛା କରିବେ। ପରମେଶ୍ୱରଙ୍କର ତୁମ୍ଭମାନଙ୍କ ପ୍ରତି ଅସୀମ ଅନୁଗ୍ରହ ହେତୁରୁ ସେମାନେ ଏପରି ଅନୁଭବ କରିବେ।
|
୨ କରିନ୍ଥୀୟ ୧୩:୭ |
ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।
|
୨ କରିନ୍ଥୀୟ ୧୩:୯ |
ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ।
|
ଗାଲାତୀୟ ୧:୩ |
ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
|
ଗାଲାତୀୟ ୬:୧୮ |
ମୋ’ ଭାଇ ଓ ଭଉଣୀମାନେ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
|
ଏଫିସୀୟ ୧:୧୭ |
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
|
ଏଫିସୀୟ ୧:୧୮ |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।
|
ଏଫିସୀୟ ୩:୧୬ |
ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।
|
ଏଫିସୀୟ ୩:୧୯ |
ଯୀଶୁ ଖ୍ରୀଷ୍ଟଙ୍କ ପ୍ରେମ ମନୁଷ୍ୟର ପ୍ରେମଠାରୁ ଅଧିକ ମହାନ୍। କିନ୍ତୁ ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ ଯେ, ତୁମ୍ଭେ ସେହି ପ୍ରେମ ବିଷୟରେ ଜାଣିବା ପାଇଁ ସକ୍ଷମ ହୁଅ, ତେବେ ଯାଇ ତୁମ୍ଭେ ପରମେଶ୍ୱରଙ୍କଠାରେ ପୂର୍ଣ୍ଣ ହୋଇ ଯିବ।
|
ଏଫିସୀୟ ୬:୧୮ |
ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
|
ଏଫିସୀୟ ୬:୧୯ |
ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ।
|
ଏଫିସୀୟ ୬:୨୦ |
ମୋର କାମ ହେଉଛି, ସୁସମାଗ୍ଭର ନିମନ୍ତେ କହିବା। ଏବେ ମୁଁ ତାହା ଏହି ବନ୍ଦୀ ଘରେ ମଧ୍ୟ କରୁଅଛି। ମୋ’ ପାଇଁ ପ୍ରାର୍ଥନା କର ଯେ, ଯେପରିକି ମୁଁ ଯେତେବେଳେ ସୁସମାଗ୍ଭର ପ୍ରଗ୍ଭର କରେ, ସେତେବେଳେ ସମ୍ପୂର୍ଣ୍ଣ ନିର୍ଭୟତାର ସହ ତାହା କରିପାରେ।
|
ଫିଲିପ୍ପୀୟ ୧:୧୯ |
ତୁମ୍ଭେମାନେ ମୋ’ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମା ମୋତେ ସାହାଯ୍ୟ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମୋ’ ପରିତ୍ରାଣର କାରଣ ହେବ।
|
ଫିଲିପ୍ପୀୟ ୪:୬ |
କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।
|
କଲସୀୟ ୧:୯ |
ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ;
|
କଲସୀୟ ୪:୨ |
ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ପରାମର୍ଶ ସବୁବେଳେ ପ୍ରାର୍ଥନା କରୁଥାଅ। ପ୍ରାର୍ଥନା କଲାବେଳେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ।
|
କଲସୀୟ ୪:୩ |
ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ।
|
କଲସୀୟ ୪:୪ |
ମୁଁ ଯେପରି ଏହି ସତ୍ୟ ଲୋକମାନଙ୍କ ଆଗରେ ସ୍ପଷ୍ଟ କରି ପାରିବି, ସେଥିପାଇଁ ପ୍ରାର୍ଥନା କର। ମୁଁ ତାହା କରିବା ଉଚିତ୍।
|
କଲସୀୟ ୪:୧୨ |
ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭେମାନେ ଆଧ୍ୟାତ୍ମିକ ଭାବରେ ପରିପକ୍ୱ ହୁଅ, ଓ ପରମେଶ୍ୱର ଯାହାକିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।
|
୧ ଥେସଲନୀକୀୟ ୩:୧୦ |
ଦିନରାତି ଆମ୍ଭେ ଅତି ଦୃଢ଼ତାର ସହିତ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରି ଗ୍ଭଲିଛୁ। ତୁମ୍ଭମାନଙ୍କର ବିଶ୍ୱାସକୁ ଦୃଢ଼ କରିବା ଲାଗି ଓ ତୁମ୍ଭମାନଙ୍କ ବିଶ୍ୱାସରେ ଯାହାକିଛି ଅଭାବ ଅଛି, ତାହା ଯୋଗଇ ଦେବା ପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଆସିବାକୁ ଓ ଦେଖିବା ପାଇଁ ପ୍ରାର୍ଥନା କରୁଛୁ।
|
୧ ଥେସଲନୀକୀୟ ୩:୧୧ |
ଆମ୍ଭର ପରମେଶ୍ୱର, ପରମପିତା ଓ ଆମ୍ଭର ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ପାଖରେ ପହଞ୍ଚିବା ପାଇଁ ମାର୍ଗ ପ୍ରସ୍ତୁତ କରନ୍ତୁ ବୋଲି, ଆମ୍ଭେ ପ୍ରାର୍ଥନା କରୁଛୁ।
|
୧ ଥେସଲନୀକୀୟ ୩:୧୨ |
ତୁମ୍ଭମାନଙ୍କର ପ୍ରେମ ବୃଦ୍ଧି ହେଉ ବୋଲି, ଆମ୍ଭେ ପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ। ପରସ୍ପର ନିମନ୍ତେ ଓ ଅନ୍ୟ ସମସ୍ତଙ୍କ ପାଇଁ ସେ ତୁମ୍ଭମାନଙ୍କୁ ଅଧିକରୁ ଅଧିକ ପ୍ରେମ ପ୍ରଦାନ କରନ୍ତୁ, ଆମ୍ଭେ ଏହି ପ୍ରାର୍ଥନା କରୁଛୁ। ଆମ୍ଭେ ଯେଭଳି ତୁମ୍ଭମାନଙ୍କୁ ଭଲ ପାଉ, ସେହିଭଳି ତୁମ୍ଭେମାନେ ସମସ୍ତଙ୍କୁ ଭଲ ପାଅ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
|
୧ ଥେସଲନୀକୀୟ ୩:୧୩ |
ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତେବେ ଯେତେବେଳେ ଆମ୍ଭ ପ୍ରଭୁ ଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣରେ ଆସିବେ, ତୁମ୍ଭେମାନେ ପରମପିତା ପରମେଶ୍ୱରଙ୍କ ଆଗରେ ପବିତ୍ର ଭାବରେ ଓ ଦୋଷରହିତ ହୋଇ ଠିଆ ହୋଇପାରିବ।
|
୧ ଥେସଲନୀକୀୟ ୫:୧୭ |
କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ।
|
୧ ଥେସଲନୀକୀୟ ୫:୨୩ |
ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ।
|
୧ ଥେସଲନୀକୀୟ ୫:୨୫ |
ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର।
|
୨ ଥେସଲନୀକୀୟ ୧:୧୧ |
ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ।
|
୨ ଥେସଲନୀକୀୟ ୧:୧୨ |
ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।
|
୨ ଥେସଲନୀକୀୟ ୨:୧୬ |
ତୁମ୍ଭମାନଙ୍କ ପାଇଁ ପ୍ରତ୍ୟେକ ଉତ୍ତମ କାର୍ଯ୍ୟ କରିବାକୁ ଓ ପ୍ରତ୍ୟେକ ଉତ୍ତମ କଥା କହିବା ପାଇଁ ସକ୍ଷମ ହେବ। ସେଥିପାଇଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ ଓ ଆମ୍ଭର ପରମପିତା ଓ ପରମେଶ୍ୱର ତୁମ୍ଭମାନଙ୍କୁ ଉତ୍ସାହ ଓ ଶକ୍ତି ପ୍ରଦାନ କରନ୍ତୁ ଓ ସାନ୍ତ୍ୱନା ଦିଅନ୍ତୁ, ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ। ପରମେଶ୍ୱର ଆମ୍ଭକୁ ପ୍ରେମ କରନ୍ତି। ନିଜ ଅନୁଗ୍ରହ ମାଧ୍ୟମରେ ସେ ଆମ୍ଭକୁ ଅନନ୍ତକାଳସ୍ଥାୟୀ ଉତ୍ସାହ ଓ ଉତ୍ତମ ଭରସା ଦେଇଛନ୍ତି।
|
୨ ଥେସଲନୀକୀୟ ୩:୧ |
ଆମ୍ଭ ପାଇଁ ପ୍ରାର୍ଥନା କର ଭାଇ ଓ ଭଉଣୀମାନେ! ଏବେ ଆମ୍ଭ ପାଇଁ ପ୍ରାର୍ଥନା କର। ପ୍ରାର୍ଥନା କର, ଯେ ପ୍ରଭୁଙ୍କ ଶିକ୍ଷାଗୁଡ଼ିକ ଶୀଘ୍ର ପ୍ରସାରିତ ହେବ। ପ୍ରାର୍ଥନା କର, ତୁମ୍ଭେମାନେ ଯେଉଁଭଳି ସେହି ଶିକ୍ଷାକୁ ସମ୍ମାନ ଦେଲ, ଠିକ୍ ସେହିଭଳି ଲୋକେ ସେହି ଶିକ୍ଷାକୁ ସମ୍ମାନ ଦେବେ।
|
୨ ଥେସଲନୀକୀୟ ୩:୨ |
ଆହୁରି ମଧ୍ୟ ପ୍ରାର୍ଥନା କର, ଯେ ଆମ୍ଭେ ଭ୍ରଷ୍ଟ ଓ ମନ୍ଦ ଲୋକମାନଙ୍କଠାରୁ ଯେପରି ସୁରକ୍ଷିତ ରହୁ। (କାରଣ ସମସ୍ତଙ୍କର ତ ପ୍ରଭୁଙ୍କଠାରେ ବିଶ୍ୱାସ ନ ଥାଏ।)
|
୨ ଥେସଲନୀକୀୟ ୩:୫ |
ଖ୍ରୀଷ୍ଟଙ୍କର ଧୈର୍ଯ୍ୟ ଓ ପରମେଶ୍ୱରଙ୍କ ପ୍ରେମ ପଥରେ ତୁମ୍ଭମାନଙ୍କ ହୃଦୟ ଅଗ୍ରସର ହେବା ନିମନ୍ତେ ସେ ତୁମ୍ଭମାନଙ୍କୁ ପରିଗ୍ଭଳିତ କରିବେ ବୋଲି ଆମ୍ଭେ ପ୍ରାର୍ଥନା କରୁଛୁ।
|
୨ ଥେସଲନୀକୀୟ ୩:୧୬ |
ଶେଷ କଥା ଆମ୍ଭେ ପ୍ରାର୍ଥନା କରୁ ଯେ, ଶାନ୍ତିର ପ୍ରଭୁ ତୁମ୍ଭମାନଙ୍କୁ ଶାନ୍ତି ପ୍ରଦାନ କରନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ସେ ତୁମ୍ଭମାନଙ୍କୁ ସବୁବେଳେ ଓ ପ୍ରତ୍ୟେକ କ୍ଷେତ୍ରରେ ଶାନ୍ତି ପ୍ରଦାନ କରନ୍ତୁ। ପ୍ରଭୁ ତୁମ୍ଭମାନଙ୍କ ସମସ୍ତଙ୍କ ସହିତ ଥାଆନ୍ତୁ।
|
୧ ତୀମଥି ୨:୧ |
ପରମେଶ୍ୱର ଗ୍ଭହାନ୍ତି ଆମେ ପ୍ରତେକଙ୍କ ପାଇଁ ପ୍ରାର୍ଥନା କରୁ ସର୍ବପ୍ରଥମେ ସବୁ ଲୋକଙ୍କ ପାଇଁ ପ୍ରାର୍ଥନା କରିବାକୁ ମୁଁ ତୁମ୍ଭକୁ କହୁଛି। ସମସ୍ତଙ୍କ ପାଇଁ ପରମେଶ୍ୱରଙ୍କୁ କୁହ। ଲୋକମାନଙ୍କର ଆବଶ୍ୟକତା ପାଇଁ ତାହାଙ୍କୁ କୁହ ଓ ଧନ୍ୟବାଦ ଦିଅ।
|
୧ ତୀମଥି ୨:୨ |
ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।
|
୧ ତୀମଥି ୨:୮ |
ପୁରୁଷ ଏବଂ ସ୍ତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ ମୁଁ ଗ୍ଭହେଁ ଯେ ସର୍ବତ୍ର ଲୋକେ ପ୍ରାର୍ଥନା କରନ୍ତୁ। ଯେଉଁ ଲୋକମାନେ ପ୍ରାର୍ଥନା ପାଇଁ ହାତ ଉଠେଇବେ, ସେମାନେ ପବିତ୍ର ହୋଇଥିବା ଆବଶ୍ୟକ। ସେମାନେ ରାଗି ଯିବା ଉଚିତ୍ ନୁହେଁ ଓ ଯୁକ୍ତିତର୍କରେ ପ୍ରବୃତ୍ତ ହେବା ଉଚିତ୍ ନୁହେଁ।
|
୧ ତୀମଥି ୫:୫ |
ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା’ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ।
|
୨ ତୀମଥି ୧:୧୫ |
ତୁମ୍ଭେ ଜାଣ ଯେ ଏସିଆ ପ୍ରଦେଶର ପ୍ରତ୍ୟେକ ଲୋକ ମୋତେ ପରିତ୍ୟାଗ କରିଛନ୍ତି। ଏପରିକି ଫୁଗେଲ ଓ ହର୍ମଗେନା ମଧ୍ୟ ମୋତେ ଛାଡ଼ିଗଲେ। ମୁଁ ପ୍ରାର୍ଥନା କରେ ଯେ, ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା ଦେଖାନ୍ତୁ। ଅନୀସିଫର ମୋତେ ଅନେକ ଥର ସାହାଯ୍ୟ କରିଛନ୍ତି।
|
୨ ତୀମଥି ୧:୧୮ |
ମୁଁ ପ୍ରଭୁଙ୍କଠାରେ ପ୍ରାର୍ଥନା କରେ ଯେ ସେ ସେହି ମହାଦିନରେ ଅନୀସିଫରକୁ ଦୟା ଦାନ କରନ୍ତୁ। ଅନ୍ୟ ସମସ୍ତଙ୍କ ଅପେକ୍ଷା ତୁମ୍ଭେ ଭଲ ଭାବରେ ଜାଣ ଯେ ଏଫିସଠାରେ ଅନେକ ପ୍ରକାରେ ସେ ମୋତେ ସାହାଯ୍ୟ କରିଛନ୍ତି।
|
୨ ତୀମଥି ୪:୧୬ |
ପ୍ରଥମଥର ନିଜକୁ ରକ୍ଷା କରିବା ପାଇଁ ମୁଁ ଅଦାଲତରେ ଠିଆ ହେଲାବେଳେ କୌଣସି ଲୋକ ମୋତେ ସମର୍ଥନ କରିବାକୁ ଆଗେଇ ଆସି ନ ଥିଲା। ସମସ୍ତେ ମୋତେ ଛାଡ଼ି ଗ୍ଭଲିଗଲେ। ମୁଁ ପ୍ରାର୍ଥନା କରେ ଯେ, ପ୍ରଭୁ ପରମେଶ୍ୱର ସେମାନଙ୍କୁ କ୍ଷମା କରନ୍ତୁ। କିନ୍ତୁ ପ୍ରଭୁ ମୋ’ ସହିତ ଥିଲେ।
|
ଫିଲୀମୋନ ୧:୬ |
ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ।
|
ଏବ୍ରୀ ୧୩:୧୮ |
ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।
|
ଏବ୍ରୀ ୧୩:୧୯ |
ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ତୁମ୍ଭେମାନେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ୱର ମୋତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶେଷ ଭାବରେ ଗ୍ଭହେଁ।
|
ଏବ୍ରୀ ୧୩:୨୦ |
ମୁଁ ଶାନ୍ତିର ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସାରେ ତୁମ୍ଭେମାନେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରତ୍ୟେକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ୱର ହିଁ ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। ମହାନ୍ ମେଷପାଳକ ଯୀଶୁଙ୍କୁ ପରମେଶ୍ୱର ତାହାଙ୍କ ରକ୍ତ ହେତୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନ ଚୁକ୍ତି ଚିରନ୍ତନ ଅଟେ। ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ଯ୍ୟଗୁଡ଼ିକ ପରମେଶ୍ୱର ଆମ୍ଭ ଦ୍ୱାରା କରାଉ ଥାଆନ୍ତୁ। ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍!
|
ଯାକୁବ ୫:୧୩ |
ପ୍ରାର୍ଥନାର ଶକ୍ତି ଯଦି କେହି ସଙ୍କଟରେ ପଡ଼ିଛି, ତା’ହେଲେ ସେ ପ୍ରାର୍ଥନା କରୁ। ଯଦି କେହି ଖୁସୀ ଅଛି, ତା’ହେଲେ ସେ ଗୀତ ଗାଉ।
|
ଯାକୁବ ୫:୧୪ |
ଯଦି ତୁମ୍ଭ ମଧ୍ୟରୁ କେହି ଜଣେ ଅସୁସ୍ଥ ଅଛି, ତେବେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡାକିବା ଦରକାର। ସେମାନେ ପ୍ରଭୁଙ୍କ ନାମରେ ତାହାଙ୍କୁ ତେଲ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
|
ଯାକୁବ ୫:୧୬ |
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ୱୀକାର କର। ତା’ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ୱର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତେବେଳେ ନିରନ୍ତର ପ୍ରାର୍ଥନା କରେ, ସେତେବେଳେ ମହାନ ଘଟଣାମାନ ଘଟିଥାଏ।
|
୧ ପିତର ୧:୧୭ |
ତୁମ୍ଭେ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡାକୁଛ। ପରମେଶ୍ୱର ପ୍ରତ୍ୟେକ ଲୋକଙ୍କୁ ତାହାର କାର୍ଯ୍ୟ ଅନୁସାରେ ସମାନ ଭାବରେ ବିଗ୍ଭର କରନ୍ତି। ତେଣୁ ତୁମ୍ଭେ ଯେପର୍ଯ୍ୟନ୍ତ ପୃଥିବୀରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ୱରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
|
୧ ପିତର ୩:୯ |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।
|
୧ ପିତର ୪:୭ |
ପରମେଶ୍ୱରଙ୍କ ଦାନଗୁଡ଼ିକର ଭଲ ତତ୍ତ୍ୱାବଧାରକ ହୁଅ ସବୁ ବିଷୟ ସମାପ୍ତ ହେବାର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂଯତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବାରେ ସାହାଯ୍ୟ କରିବ।
|
୧ ଯୋହନ ୫:୧୬ |
ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
|
୩ ଯୋହନ ୧:୨ |
ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲରେଥିବ। ତୁମ୍ଭର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।
|
ଯିହୂଦା ୧:୨୦ |
କିନ୍ତୁ ମୋର ପ୍ରିୟ ବନ୍ଧୁଗଣ, ତୁମ୍ଭେମାନେ ନିଜର ପବିତ୍ର ବିଶ୍ୱାସ ଉପରେ ନିଜ ନିଜ ଜୀବନକୁ ଦୃଢ଼ ଭାବରେ ଗଢ଼। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର।
|
Odia Bible ERV 2010 |
Easy-to-Read Version Copyright © 2010 World Bible Translation Center |