ମାଥିଉ ୨:୧୯ |
ହେରୋଦଙ୍କ ମୃତ୍ୟୁ ଉତ୍ତାରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ଵପ୍ନରେ ଦର୍ଶନ ଦେଇ କହିଲେ,
|
ମାଥିଉ ୨:୨୦ |
ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ଘେନି ଇସ୍ରାଏଲ ଦେଶକୁ ଗମନ କର, କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି ।
|
ମାଥିଉ ୪:୧୬ |
ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା ।
|
ମାଥିଉ ୧୦:୨୧ |
ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।
|
ମାଥିଉ ୧୬:୨୮ |
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
|
ମାଥିଉ ୨୬:୩୮ |
ସେତେବେଳେ ସେ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋʼ ସାଙ୍ଗରେ ଜାଗିଥାଅ ।
|
ମାର୍କ ୯:୧ |
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
|
ମାର୍କ ୧୩:୧୨ |
ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
|
ମାର୍କ ୧୪:୩୪ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ ।
|
ଲୂକ ୧:୭୭ |
କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ,
|
ଲୂକ ୨:୨୬ |
ପ୍ରଭୁଙ୍କ ଅଭିଷିକ୍ତଙ୍କର ଦର୍ଶନ ନ ପାଇଲେ ତାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ଵାରା ତାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା ।
|
ଲୂକ ୯:୨୭ |
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
|
ଲୂକ ୨୨:୩୩ |
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
|
ଯୋହନ ୫:୨୪ |
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ଵାସ କରେ, ସେ ଅନ; ଜୀବନ ପ୍ରାପ୍ତ ହୋଇଅଛି, ପୁଣି ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି ।
|
ଯୋହନ ୬:୪୯ |
ତୁମ୍ଭମାନଙ୍କର ପିତୃପୁରୁଷ ପ୍ରାନ୍ତରରେ ମାନ୍ନା ଭୋଜନ କରି ମୃତ୍ୟୁଭୋଗ କଲେ ।
|
ଯୋହନ ୬:୫୦ |
କେହି ଯେପରି ଭୋଜନ କରି ମୃତ୍ୟୁଭୋଗ ନ କରେ, ଏଥିନିମନ୍ତେ ସ୍ଵର୍ଗରୁ ଅବତରଣ କରିବା ଆହାର ଏହି ଅଟେ ।
|
ଯୋହନ ୬:୫୮ |
ଯେଉଁ ଆହାର ସ୍ଵର୍ଗରୁ ଅବତରଣ କରିଅଛି, ତାହା ଏହି; ପିତୃପୁରୁଷ ଯେପରି ଭୋଜନ କରି ମୃତ୍ୟୁଭୋଗ କଲେ, ସେପ୍ରକାର ନୁହେଁ; ଯେ ଏହି ଆହାର ଭୋଜନ କରେ, ସେ ଅନ; କାଳ ପର୍ଯ୍ୟନ୍ତ ଜୀବିତ ରହିବ ।
|
ଯୋହନ ୮:୫୧ |
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁ ଦର୍ଶନ କରିବ ନାହିଁ ।
|
ଯୋହନ ୮:୫୨ |
ଯିହୁଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁର ଆସ୍ଵାଦ ପାଇବ ନାହିଁ ।
|
ଯୋହନ ୮:୫୩ |
ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
|
ଯୋହନ ୧୧:୪ |
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଦ୍ଵାରା ଈଶ୍ଵରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
|
ଯୋହନ ୧୧:୧୩ |
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
|
ଯୋହନ ୧୧:୩୭ |
କିନ୍ତୁ ସେମାନଙ୍କ ମଧ୍ୟରେ କେହି କେହି କହିଲେ, ଏହି ଯେଉଁ ବ୍ୟକ୍ତି ସେହି ଅନ୍ଧର ଆଖି ଫିଟାଇଥିଲେ, ସେ କଅଣ ଏହାର ମୃତ୍ୟୁ ମଧ୍ୟ ନିବାରଣ କରି ପାରି ନ ଥାଆନ୍ତେ?
|
ଯୋହନ ୧୧:୫୨ |
ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ ।
|
ଯୋହନ ୧୨:୩୩ |
ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ ।
|
ଯୋହନ ୧୮:୩୨ |
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ ।
|
ଯୋହନ ୨୧:୧୯ |
ସେ କେଉଁପ୍ରକାର ମୃତ୍ୟୁଭୋଗ ଦ୍ଵାରା ଈଶ୍ଵରଙ୍କୁ ଗୌରବାନ୍ଵିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
|
ପ୍ରେରିତ ୨:୨୪ |
କିନ୍ତୁ ଈଶ୍ଵର ମୃତ୍ୟୁର ବନ୍ଧନ ମୁକ୍ତ କରି ତାହାଙ୍କୁ ଉଠାଇ ଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ଵାରା ଆବଦ୍ଧ ରହିବେ, ତାହା ଅସମ୍ଭବ ।
|
ପ୍ରେରିତ ୭:୪ |
ସେଥିରେ କଲ୍ଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି ତାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ, ସେଠାରୁ ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ଵର ତାଙ୍କୁ ଘେନିଆସିଲେ,
|
ପ୍ରେରିତ ୧୭:୩ |
ପୁଣି, ଖ୍ରୀଷ୍ଟଙ୍କର ଯେ ମୃତ୍ୟୁଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
|
ପ୍ରେରିତ ୨୨:୪ |
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
|
ପ୍ରେରିତ ୨୫:୧୧ |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ନାସ୍ତି କରୁ ନାହିଁ; କିନ୍ତୁ ଏମାନେ ମୋʼ ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରନ୍ତି ନାହିଁ । ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି ।
|
ପ୍ରେରିତ ୨୫:୨୫ |
କିନ୍ତୁ ସେ ମୃତ୍ୟୁଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାକୁ ପଠାଇବା ନିମନ୍ତେ ସ୍ଥିର କଲି ।
|
ପ୍ରେରିତ ୨୬:୩୧ |
ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନଯୋଗ୍ୟ କୌଣସି କର୍ମ କରି ନାହିଁ ।
|
ରୋମୀୟ ୧:୩୨ |
ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ଵରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହିପ୍ରକାର ଆଚରଣ କରନ୍ତି, ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି ।
|
ରୋମୀୟ ୫:୬ |
କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।
|
ରୋମୀୟ ୫:୭ |
ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ - ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ-
|
ରୋମୀୟ ୫:୮ |
କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ଵର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
|
ରୋମୀୟ ୫:୧୦ |
କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ଵରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ଵାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ଵାରା ପରିତ୍ରାଣ ପାଇବା ।
|
ରୋମୀୟ ୫:୧୨ |
ଅତଏବ, ଯେପରି ଜଣେ ଲୋକ ଦ୍ଵାରା ପାପ ଓ ପାପ ଦ୍ଵାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହିପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ, - ପ୍ର.କରି. ୧୫:୨୧ ଆଦି. ୨:୧୭ ଅରୋମୀ. ୩:୨୩
|
ରୋମୀୟ ୫:୧୪ |
ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ଵ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।
|
ରୋମୀୟ ୫:୧୫ |
କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ଵାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ଵରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା ।
|
ରୋମୀୟ ୫:୧୭ |
ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ଵାରା ମୃତ୍ୟୁ ରାଜତ୍ଵ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ଵ କରିବେ ।
|
ରୋମୀୟ ୫:୨୧ |
ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ ।
|
ରୋମୀୟ ୬:୫ |
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।
|
ରୋମୀୟ ୬:୯ |
ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ ।
|
ରୋମୀୟ ୬:୧୦ |
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି ।
|
ରୋମୀୟ ୬:୧୬ |
ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
|
ରୋମୀୟ ୬:୨୧ |
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ ।
|
ରୋମୀୟ ୬:୨୩ |
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ ।
|
ରୋମୀୟ ୭:୪ |
ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ଵାରା ତୁମ୍ଭେମାନେ ମଧ୍ୟ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍ ଆମ୍ଭେମାନେ ଈଶ୍ଵରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।
|
ରୋମୀୟ ୭:୫ |
କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ଵାରା ପାପାଭିଳାଷ-ଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
|
ରୋମୀୟ ୭:୧୦ |
ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।
|
ରୋମୀୟ ୭:୧୩ |
ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ଵାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି ଯେପରି ଆଜ୍ଞା ଦ୍ଵାରା ପାପ ଅତିଶୟ ପାପମୟ ହୁଏ ।
|
ରୋମୀୟ ୭:୨୪ |
ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ?
|
ରୋମୀୟ ୮:୨ |
କାରଣ ଜୀବନଦାୟକ ଆତ୍ମାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛିମ ।
|
ରୋମୀୟ ୮:୬ |
କାରଣ ଶାରୀରିକ ଭାବ ମୃତ୍ୟୁଜନକ, କିନ୍ତୁଆତ୍ମିକ ଭାବ ଜୀବନ ଓ ଶାନ୍ତିଦାୟକ;
|
ରୋମୀୟ ୮:୩୪ |
କିଏ ଦଣ୍ତାଜ୍ଞା ଦେବ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।
|
ରୋମୀୟ ୮:୩୮ |
କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
|
ରୋମୀୟ ୧୪:୯ |
କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ ।
|
ରୋମୀୟ ୧୪:୧୫ |
କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ଵାରା ବିନାଶ କର ନାହିଁ ।
|
୧ କରିନ୍ଥୀୟ ୪:୯ |
କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।
|
୧ କରିନ୍ଥୀୟ ୮:୧୧ |
ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ଵାରା ନଷ୍ଟ ହେଉଅଛି ।
|
୧ କରିନ୍ଥୀୟ ୧୧:୨୬ |
କାରଣ ଯେତେ ଥର ତୁମ୍ଭେମାନେ ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ ।
|
୧ କରିନ୍ଥୀୟ ୧୫:୩ |
କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
|
୧ କରିନ୍ଥୀୟ ୧୫:୨୧ |
କାରଣ ମନୁଷ୍ୟ ଦ୍ଵାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ଵାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି ।
|
୧ କରିନ୍ଥୀୟ ୧୫:୨୨ |
ଯେଣୁ ଆଦମ ଦ୍ଵାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ଵାରା ସମସ୍ତେ ସଜୀବ ହେବେ ।
|
୧ କରିନ୍ଥୀୟ ୧୫:୨୬ |
ଶେଷ ଶତ୍ରୁ ସ୍ଵରୂପେ ମୃତ୍ୟୁକୁ ଲୋପ କରାଯିବ;
|
୧ କରିନ୍ଥୀୟ ୧୫:୩୧ |
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି ।
|
୧ କରିନ୍ଥୀୟ ୧୫:୫୫ |
“ଜୟ ମୃତ୍ୟୁକୁ ଗ୍ରାସ କରିଅଛି ।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼ଣ?” ଯିଶା. ୨୫:୮ ହୋଶେ. ୧୩:୧୪
|
୧ କରିନ୍ଥୀୟ ୧୫:୫୬ |
ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ବ୍ୟବସ୍ଥା;
|
୨ କରିନ୍ଥୀୟ ୧:୯ |
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ଵର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
|
୨ କରିନ୍ଥୀୟ ୧:୧୦ |
ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
|
୨ କରିନ୍ଥୀୟ ୨:୧୬ |
ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ଵରୂପ । ଆଉ ଏହିସମସ୍ତ ନିମନ୍ତେ କିଏ ସମର୍ଥ?
|
୨ କରିନ୍ଥୀୟ ୩:୬ |
ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକା, ମାତ୍ର ଆତ୍ମା ଜୀବନଦାୟକ;
|
୨ କରିନ୍ଥୀୟ ୩:୭ |
ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
|
୨ କରିନ୍ଥୀୟ ୪:୧୦ |
ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ ।
|
୨ କରିନ୍ଥୀୟ ୪:୧୧ |
କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।
|
୨ କରିନ୍ଥୀୟ ୪:୧୨ |
ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।
|
୨ କରିନ୍ଥୀୟ ୫:୧୪ |
କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
|
୨ କରିନ୍ଥୀୟ ୫:୧୫ |
ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି ।
|
୨ କରିନ୍ଥୀୟ ୭:୧୦ |
କାରଣ ଈଶ୍ଵରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ ।
|
୨ କରିନ୍ଥୀୟ ୧୧:୨୩ |
ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ଵାର ମୃତ୍ୟୁର ସମ୍ମୁଖୀନ ହେବାରେ;
|
ଗାଲାତୀୟ ୨:୨୧ |
ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା ।
|
ଫିଲିପ୍ପୀୟ ୧:୨୧ |
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ ।
|
ଫିଲିପ୍ପୀୟ ୨:୮ |
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।
|
ଫିଲିପ୍ପୀୟ ୨:୨୭ |
ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ ।
|
ଫିଲିପ୍ପୀୟ ୩:୧୦ |
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
|
କଲସୀୟ ୧:୨୨ |
କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ଵାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;
|
୧ ଥେସଲନୀକୀୟ ୫:୧୦ |
ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ଵା ନିଦ୍ରାଗତ ଥାଉ, ତାହାଙ୍କ ସହିତ ଜୀବିତ ରହିବୁ ।
|
୨ ତୀମଥି ୧:୧୦ |
କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆବିର୍ଭାବ ଦ୍ଵାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି; ପୁଣି, ସୁସମାଚାର ଦ୍ଵାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
|
୨ ତୀମଥି ୨:୧୧ |
ଏହି ବାକ୍ୟ ବିଶ୍ଵାସ୍ୟ, ଯଦି ଆମ୍ଭେମାନେ ତାହାଙ୍କ ସହିତ ମୃତ୍ୟୁ ଭୋଗ କରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ସଜୀବ ହେବା;
|
ଏବ୍ରୀ ୨:୯ |
କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ଵରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ଵାଦନ କରନ୍ତି ।
|
ଏବ୍ରୀ ୨:୧୪ |
ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ସେ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ଵାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରନ୍ତି,
|
ଏବ୍ରୀ ୨:୧୫ |
ପୁଣି ମୃତ୍ୟୁର ଭୟରେ ଯେଉଁମାନେ ଯାବଜ୍ଜୀବନ ଦାସତ୍ଵର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
|
ଏବ୍ରୀ ୫:୭ |
ଯେ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ତାହାଙ୍କ ନିକଟରେ ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ଵରୂପେ ଆଶଙ୍କାରୁ ରକ୍ଷା ପାଇ
|
ଏବ୍ରୀ ୭:୨୩ |
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
|
ଏବ୍ରୀ ୯:୧୫ |
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜ୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଆହୂତ ଲୋକମାନେ ଅନ; ଅଧିକାର ସମ୍ଵନ୍ଧୀୟ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୁଅନ୍ତି ।
|
ଏବ୍ରୀ ୯:୧୬ |
କାରଣ ଉଇଲ୍ କରାଯାଇଥିଲେ ଉଇଲ୍ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ ।
|
ଏବ୍ରୀ ୯:୧୭ |
ଯେଣୁ ମୃତ୍ୟୁ ଘଟିଲେ ଉଇଲ୍ ବଳବତ୍ ହୁଏ, କାରଣ ଉଇଲ୍ କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ ।
|
ଏବ୍ରୀ ୯:୨୬ |
ତାହାହେଲେ ଜଗତର ପତ୍ତନାବଧି ଥରକୁ ଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗା; ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ଵାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।
|
ଏବ୍ରୀ ୯:୨୭ |
ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେମାତ୍ର ମୃତ୍ୟୁ,
|
ଏବ୍ରୀ ୧୧:୫ |
ବିଶ୍ଵାସ ଦ୍ଵାରା ହନୋକ ମୃତ୍ୟୁ ଭୋଗ ନ କରି ଅନ୍ତର୍ହିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ଵର ତାଙ୍କୁ ଅନ୍ତର୍ହିତ କରିଥିଲେ । ସେ ଯେ ଈଶ୍ଵରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;
|
ଏବ୍ରୀ ୧୧:୧୯ |
କାରଣ ଈଶ୍ଵର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଏହା ସେ ମନେ କରିଥିଲେ, ଆଉ ସେ ମଧ୍ୟ ତାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ ।
|
ଏବ୍ରୀ ୧୧:୨୧ |
ବିଶ୍ଵାସ ଦ୍ଵାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ ।
|
ଏବ୍ରୀ ୧୧:୨୨ |
ବିଶ୍ଵାସ ଦ୍ଵାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ଵନ୍ଧରେ ଆଜ୍ଞା ଦେଲେ ।
|
ଏବ୍ରୀ ୧୨:୨ |
ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁ ଭୋଗ କଲେ, ପୁଣି ଈଶ୍ଵରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି, ।
|
ଏବ୍ରୀ ୧୩:୧୨ |
ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ଵାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ଵାରର ବାହାରେ ମୃତ୍ୟୁଭୋଗ କଲେ ।
|
ଯାକୁବ ୧:୧୫ |
ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।
|
ଯାକୁବ ୫:୨୦ |
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
|
୧ ପିତର ୩:୧୮ |
ଯେଣୁ ଆମ୍ଭମାନଙ୍କୁ ଈଶ୍ଵରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ । ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ⇧;
|
୧ ଯୋହନ ୩:୧୪ |
ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ । ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ ।
|
୧ ଯୋହନ ୫:୧୬ |
କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ । ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ ।
|
୧ ଯୋହନ ୫:୧୭ |
ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି ।
|
ପ୍ରକାଶିତ ବାକ୍ୟ ୧:୧୮ |
ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି ।
|
ପ୍ରକାଶିତ ବାକ୍ୟ ୨:୧୧ |
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।
|
ପ୍ରକାଶିତ ବାକ୍ୟ ୨:୨୩ |
ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ ।
|
ପ୍ରକାଶିତ ବାକ୍ୟ ୬:୮ |
ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ତୁବର୍ଣ୍ଣ ଅଶ୍ଵ, ତାହାର ଆରୋହୀର ନାମ ମୃତ୍ୟୁ, ପୁଣି ପାତାଳ ତାହାର ପଶ୍ଚାତ୍ଗମନ କରୁଥିଲା; ଖଡ଼୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟପଶୁମାନଙ୍କ ଦ୍ଵାରା ବିନାଶ କରିବାକୁନ ପୃଥିବୀର ଚତୁର୍ଥାଂଶ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା ।
|
ପ୍ରକାଶିତ ବାକ୍ୟ ୯:୬ |
ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।
|
ପ୍ରକାଶିତ ବାକ୍ୟ ୧୧:୧୦ |
ସେତେବେଳେ ପୃଥିବୀ ନିବାସୀମାନେ ସେମାନଙ୍କର ମୃତ୍ୟୁ ସମ୍ଵାଦ ଶୁଣି ଆନନ୍ଦ ଓ ଆମୋଦ-ପ୍ରମୋଦ କରିବେ, ପୁଣି ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ, ।
|
ପ୍ରକାଶିତ ବାକ୍ୟ ୧୨:୧୧ |
ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।
|
ପ୍ରକାଶିତ ବାକ୍ୟ ୧୩:୩ |
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ,
|
ପ୍ରକାଶିତ ବାକ୍ୟ ୧୩:୧୨ |
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
|
ପ୍ରକାଶିତ ବାକ୍ୟ ୧୮:୮ |
ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଳେଶ, ଅର୍ଥାତ୍, ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ଵର ଶକ୍ତିମାର୍ନ ।
|
ପ୍ରକାଶିତ ବାକ୍ୟ ୨୦:୬ |
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ ।
|
ପ୍ରକାଶିତ ବାକ୍ୟ ୨୦:୧୩ |
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।
|
ପ୍ରକାଶିତ ବାକ୍ୟ ୨୦:୧୪ |
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ ।
|
ପ୍ରକାଶିତ ବାକ୍ୟ ୨୧:୪ |
ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
|
ପ୍ରକାଶିତ ବାକ୍ୟ ୨୧:୮ |
କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ଵାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମା-ପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ ଅଗ୍ନି ଓ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ଵିତୀୟ ମୃତ୍ୟୁ ।
|
Odia Bible (OROV) 2014 |
Copyright © 2014 by The Bible Society of India |