ମାଥିଉ ୧:୧ |
ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ
|
ମାଥିଉ ୧:୧୬ |
ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।
|
ମାଥିଉ ୧:୧୮ |
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା । ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।
|
ମାଥିଉ ୧:୨୧ |
ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ ।
|
ମାଥିଉ ୧:୨୫ |
କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାଙ୍କ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ ।
|
ମାଥିଉ ୨:୧ |
ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ,
|
ମାଥିଉ ୩:୧୩ |
ସେତେବେଳେ ଯୀଶୁ ଯୋହନଙ୍କ ଦ୍ଵାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ ।
|
ମାଥିଉ ୩:୧୫ |
ମାତ୍ର ଯୀଶୁ ତାଙ୍କୁ ଉତ୍ତର ଦେଲେ, ଏବେ ସମ୍ମତ ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉପଯୁକ୍ତ । ସେଥିରେ ସେ ତାହାଙ୍କ କଥାରେ ସମ୍ମତ ହେଲେ ।
|
ମାଥିଉ ୩:୧୬ |
ଯୀଶୁ ବାପ୍ତିଜିତହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି ସେ ଈଶ୍ଵରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।
|
ମାଥିଉ ୪:୧ |
ସେତେବେଳେ ଯୀଶୁ ଶୟତାନ ଦ୍ଵାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତଣହେଲେ,
|
ମାଥିଉ ୪:୪ |
କିନ୍ତୁ ଯୀଶୁ ଉତ୍ତର ଦେଲେ, ଲେଖାଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ, ମାତ୍ର ଈଶ୍ଵରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ ।
|
ମାଥିଉ ୪:୭ |
ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।
|
ମାଥିଉ ୪:୧୦ |
ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ ।
|
ମାଥିଉ ୪:୧୭ |
ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, ମନ ପରିବର୍ତ୍ତନ କର, କାରଣ ସ୍ଵର୍ଗରାଜ୍ୟ ସନ୍ନିକଟ ।
|
ମାଥିଉ ୪:୧୯ |
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।
|
ମାଥିଉ ୪:୨୧ |
ପୁଣି, ଯୀଶୁ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କି ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ ।
|
ମାଥିଉ ୪:୨୩ |
ପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିଏସମୁଦାୟ ଗାଲିଲୀରେ ଭ୍ରମଣ କରିବାକୁଲାଗିଲେ,
|
ମାଥିଉ ୫:୧ |
ଲୋକସମୂହ ଦେଖି ଯୀଶୁ ପର୍ବତ ଆରୋହଣ କଲେ, ପୁଣି ଉପବେଶନ କଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ଛାମୁକୁ ଆସିଲେ।
|
ମାଥିଉ ୫:୨ |
ସେଥିରେ ଯୀଶୁ ମୁଖ ଫିଟାଇ, ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,
|
ମାଥିଉ ୭:୨୮ |
ଯୀଶୁ ଏହିସବୁ କଥା ଶେଷ କରନ୍ତେ, ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,
|
ମାଥିଉ ୮:୧ |
ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
|
ମାଥିଉ ୮:୩ |
ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।
|
ମାଥିଉ ୮:୪ |
ଆଉ, ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
|
ମାଥିଉ ୮:୫ |
ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ, ଜଣେ ଶତସେନାପତି ତାହାଙ୍କ ନିକଟକୁ ଆସି ବିନତି କରି କହିଲେ,
|
ମାଥିଉ ୮:୭ |
ଯୀଶୁ ତାହାକୁ କହିଲେ, ମୁଁ ଯାଇ ତାହାକୁ ଆରୋଗ୍ୟ କରିବି ।
|
ମାଥିଉ ୮:୧୦ |
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
|
ମାଥିଉ ୮:୧୩ |
ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ । ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା ।
|
ମାଥିଉ ୮:୧୪ |
ପରେ ଯୀଶୁ ପିତରଙ୍କ ଗୃହକୁ ଆସି ତାଙ୍କ ଶାଶୁଙ୍କୁ ଜ୍ଵରରେ ଶଯ୍ୟାଗତା ଥିବା ଦେଖିଲେ;
|
ମାଥିଉ ୮:୧୮ |
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ ।
|
ମାଥିଉ ୮:୨୦ |
ସେଥିରେ ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ ।
|
ମାଥିଉ ୮:୨୨ |
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
|
ମାଥିଉ ୮:୨୩ |
ଯୀଶୁ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ ।
|
ମାଥିଉ ୮:୨୪ |
ପୁଣି ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ଯୀଶୁ ଶୟନ କରିଥିଲେ ।
|
ମାଥିଉ ୮:୨୬ |
ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା ।
|
ମାଥିଉ ୮:୨୮ |
ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ । ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
|
ମାଥିଉ ୮:୩୨ |
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
|
ମାଥିଉ ୮:୩୪ |
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କ ସହିତ ସାକ୍ଷାତ୍ କରିବା ପାଇଁ ବାହାରି ଆସିଲେ, ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ବିନତି କଲେ ।
|
ମାଥିଉ ୯:୧ |
ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ ।
|
ମାଥିଉ ୯:୨ |
ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
|
ମାଥିଉ ୯:୪ |
ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?
|
ମାଥିଉ ୯:୬ |
କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
|
ମାଥିଉ ୯:୯ |
ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କି କରଆଦାୟ-ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ ।
|
ମାଥିଉ ୯:୧୦ |
ଆଉ, ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ ।
|
ମାଥିଉ ୯:୧୨ |
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
|
ମାଥିଉ ୯:୧୫ |
ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି? କିନ୍ତୁ ସମୟ ଆସିବ, ଯେତେ-ବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।
|
ମାଥିଉ ୯:୧୮ |
ଯୀଶୁ ସେମାନଙ୍କୁ ଏହିସମସ୍ତ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲେ, ମୋର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ ।
|
ମାଥିଉ ୯:୧୯ |
ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ ।
|
ମାଥିଉ ୯:୨୨ |
କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, ବତ୍ସେ, ସାହସ ଧର, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି । ସେହି ଦଣ୍ତରୁ ସ୍ତ୍ରୀଲୋକଟି ସୁସ୍ଥା ହୋଇଗଲା ।
|
ମାଥିଉ ୯:୨୩ |
ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକ-ସମୂହକୁ ଦେଖି କହିଲେ, ବାହାରିଯାଅ,
|
ମାଥିଉ ୯:୨୭ |
ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ଵର କରି କହିବାକୁ ଲାଗିଲେ, ହେ ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
|
ମାଥିଉ ୯:୨୮ |
ପୁଣି, ସେ ଗୃହରେ ପ୍ରବେଶ କରନ୍ତେ, ସେହି ଅନ୍ଧମାନେ ତାହାଙ୍କ ନିକଟକୁ ଆସିଲେ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେ ଏହା କରି ପାରେ, ତାହା କି ବିଶ୍ଵାସ କରୁଅଛ? ସେମାନେ କହିଲେ, ହଁ, ପ୍ରଭୁ ।
|
ମାଥିଉ ୯:୩୦ |
ତହିଁରେ ସେମାନଙ୍କର ଆଖି ଫିଟିଗଲା । ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ କହିଲେ, ଦେଖ, ଏ ବିଷୟ ଯେପରି କେହି ନ ଜାଣେ ।
|
ମାଥିଉ ୯:୩୫ |
ଏଥିଉତ୍ତାରେ ଯୀଶୁ ସେମାନଙ୍କ ସମାଜଗୃହ-ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର, ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ ।
|
ମାଥିଉ ୯:୩୭ |
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,
|
ମାଥିଉ ୧୦:୧ |
ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
|
ମାଥିଉ ୧୦:୪ |
କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା ।
|
ମାଥିଉ ୧୦:୫ |
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
|
ମାଥିଉ ୧୧:୧ |
ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ଉତ୍ତାରେ ଲୋକ- ମାନଙ୍କର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ପ୍ରସ୍ଥାନ କଲେ ।
|
ମାଥିଉ ୧୧:୪ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଶୁଣୁଅଛ ଓ ଦେଖୁଅଛ, ସେହିସବୁ ଯୋହନଙ୍କୁ ଜଣାଅ;
|
ମାଥିଉ ୧୧:୭ |
ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
|
ମାଥିଉ ୧୧:୨୫ |
ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ଵର୍ଗ ଓ ପୃଥିବୀର ପ୍ରଭୋ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ୍ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ,ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି⇧;
|
ମାଥିଉ ୧୨:୧ |
ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗମନ କଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ତାଇ ଖାଇବାକୁ ଲାଗିଲେ ।
|
ମାଥିଉ ୧୨:୯ |
ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ ।
|
ମାଥିଉ ୧୨:୧୧ |
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
|
ମାଥିଉ ୧୨:୧୫ |
ଯୀଶୁ ତାହା ଜାଣି ସେଠାରୁ ଅନ୍ତର ହୋଇ ବାହାରିଗଲେ, ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
|
ମାଥିଉ ୧୨:୨୨ |
ସେସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଓ ଘୁଙ୍ଗା ଲୋକ ତାହାଙ୍କ ନିକଟକୁ ଅଣାଗଲା, ଆଉ ଯୀଶୁ ତାହାକୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା ।
|
ମାଥିଉ ୧୨:୨୫ |
କିନ୍ତୁ ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇଯାଏ; ପୁଣି, ଯେକୌଣସି ନଗର କିମ୍ଵା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ ।
|
ମାଥିଉ ୧୨:୪୬ |
ଯୀଶୁ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମା ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ ।
|
ମାଥିଉ ୧୨:୪୮ |
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା, ତାହାକୁ ଯୀଶୁ ଉତ୍ତର ଦେଲେ, ମୋହର ମା କିଏ? ଆଉ, ମୋହର ଭାଇମାନେ କିଏ?
|
ମାଥିଉ ୧୨:୪୯ |
ପୁଣି, ଯୀଶୁ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ,
|
ମାଥିଉ ୧୩:୧ |
ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ର କୂଳରେ ବସିଲେ ।
|
ମାଥିଉ ୧୩:୩ |
ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା ।
|
ମାଥିଉ ୧୩:୧୧ |
ଯୀଶୁ ଉତ୍ତର ଦେଲେ, କାରଣ ସ୍ଵର୍ଗରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।
|
ମାଥିଉ ୧୩:୨୪ |
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣିଥିବା ଜଣେ ବ୍ୟକ୍ତିଙ୍କ ସଦୃଶ;
|
ମାଥିଉ ୧୩:୩୧ |
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ଵର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତରେ ବୁଣିଲା ।
|
ମାଥିଉ ୧୩:୩୩ |
ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
|
ମାଥିଉ ୧୩:୩୪ |
ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ,
|
ମାଥିଉ ୧୩:୩୭ |
ଯୀଶୁ ଉତ୍ତର ଦେଲେ, ଉତ୍ତମ ବିହନ ଯେ ବୁଣନ୍ତି, ସେ ମନୁଷ୍ୟପୁତ୍ର;
|
ମାଥିଉ ୧୩:୫୨ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ତାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ଵର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ ।
|
ମାଥିଉ ୧୩:୫୩ |
ଯୀଶୁ ଏହିସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ଉତ୍ତାରେ ସେହି ସ୍ଥାନରୁ ପ୍ରସ୍ଥାନ କଲେ ।
|
ମାଥିଉ ୧୩:୫୭ |
ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ । କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ଭାବବାଦୀ ନିଜ ପୈତୃକ ନଗର ଓ ସ୍ଵପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
|
ମାଥିଉ ୧୪:୧ |
ସେହି ସମୟରେ ସାମ; ରାଜା ହେରୋଦ ଯୀଶୁଙ୍କ ସମ୍ଵନ୍ଧୀୟ ସମାଚାର ଶୁଣି ଆପଣା ଦାସମାନଙ୍କୁ କହିଲେ,
|
ମାଥିଉ ୧୪:୧୨ |
ସେଥିରେ ତାଙ୍କ ଶିଷ୍ୟମାନେ ଆସି ଶବ ଘେନିଯାଇ ତାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ ।
|
ମାଥିଉ ୧୪:୧୩ |
ଯୀଶୁ ତାହା ଶୁଣି ସେଠାରୁ ଅନ୍ତର ହୋଇ ନୌକାରେ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ପ୍ରସ୍ଥାନ କଲେ । ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ପାଦ-ଗତିରେ ତାହାଙ୍କର ପଶ୍ଚାଦ୍ଗମନ କଲେ;
|
ମାଥିଉ ୧୪:୧୬ |
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ ।
|
ମାଥିଉ ୧୪:୨୨ |
ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକି ଯିବା ପାଇଁ ବଳାଇଲେ, ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ ।
|
ମାଥିଉ ୧୪:୨୩ |
ଲୋକସମୂହକୁ ବିଦାୟ ଦେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ଅନ୍ତର ହୋଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ ।
|
ମାଥିଉ ୧୪:୨୭ |
କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ ।
|
ମାଥିଉ ୧୪:୨୯ |
ଯୀଶୁ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଳାଇ ଜଳ ଉପରେ ଚାଲି ଯୀଶୁଙ୍କ ନିକଟକୁ ଗଲେ ।
|
ମାଥିଉ ୧୪:୩୧ |
ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାଙ୍କୁ ଧରି କହିଲେ, ହେ ଅଳ୍ପବିଶ୍ଵାସୀ, କାହିଁକି ସନ୍ଦେହ କଲ?
|
ମାଥିଉ ୧୫:୧ |
ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
|
ମାଥିଉ ୧୫:୧୦ |
ଆଉ, ଯୀଶୁ ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ଶୁଣ ଓ ବୁଝ;
|
ମାଥିଉ ୧୫:୧୬ |
ଯୀଶୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ଏପର୍ଯ୍ୟନ୍ତ ଅବୋଧ?
|
ମାଥିଉ ୧୫:୨୧ |
ଯୀଶୁ ସେହି ସ୍ଥାନରୁ ଅନ୍ତର ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ପ୍ରସ୍ଥାନ କଲେ ।
|
ମାଥିଉ ୧୫:୨୮ |
ସେଥିରେ ଯୀଶୁତାହାକୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ଵାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ । ସେହି ଦଣ୍ତରୁ ତାହାର କନ୍ୟା ସୁସ୍ଥ ହେଲା ।
|
ମାଥିଉ ୧୫:୨୯ |
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।
|
ମାଥିଉ ୧୫:୩୨ |
ଆଉ, ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ସେମାନଙ୍କର ହଂସା ଉଡ଼ିଯାଏ, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
|
ମାଥିଉ ୧୫:୩୪ |
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି, ପୁଣି ଅଳ୍ପ କେତୋଟି ସାନ ମାଛ ।
|
ମାଥିଉ ୧୫:୩୬ |
ଆଉ ଯୀଶୁ ସେହି ସାତୋଟି ରୋଟୀ ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ, ସେମାନେ ଲୋକସମୂହକୁ ଦେଲେ ।
|
ମାଥିଉ ୧୬:୨ |
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି ।
|
ମାଥିଉ ୧୬:୬ |
ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୁଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
|
ମାଥିଉ ୧୬:୮ |
କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?
|
ମାଥିଉ ୧୬:୧୨ |
ଯୀଶୁ ଯେ ରୋଟୀର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ ।
|
ମାଥିଉ ୧୬:୧୩ |
ପରେ ଯୀଶୁ କାଇସରୀୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?
|
ମାଥିଉ ୧୬:୧୭ |
ଏଥିରେ ଯୀଶୁ ତାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ଵର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି ।
|
ମାଥିଉ ୧୬:୨୧ |
ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ବହୁତ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
|
ମାଥିଉ ୧୬:୨୩ |
କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋʼ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ଵରୂପ, କାରଣ ତୁମ୍ଭେ ଈଶ୍ଵରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।
|
ମାଥିଉ ୧୬:୨୪ |
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ ।
|
ମାଥିଉ ୧୭:୧ |
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
|
ମାଥିଉ ୧୭:୪ |
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ ।
|
ମାଥିଉ ୧୭:୭ |
ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୟ କର ନାହିଁ ।
|
ମାଥିଉ ୧୭:୮ |
ପୁଣି, ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
|
ମାଥିଉ ୧୭:୯ |
ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉତ୍ଥିତ ନ ହେବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକି କୁହ ନାହିଁ ।
|
ମାଥିଉ ୧୭:୧୭ |
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେକାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋʼ ପାଖକୁ ଆଣ ।
|
ମାଥିଉ ୧୭:୧୮ |
ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା ।
|
ମାଥିଉ ୧୭:୧୯ |
ଏଥିଉତ୍ତାରେ, ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
|
ମାଥିଉ ୧୭:୨୦ |
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
|
ମାଥିଉ ୧୭:୨୨ |
ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
|
ମାଥିଉ ୧୭:୨୫ |
ସେ କହିଲେ, ହଁ, ଦିଅନ୍ତି । ଆଉ, ସେ ଘରକୁ ଆସିଲା ଉତ୍ତାରେ ଯୀଶୁ ଆଗେ ତାଙ୍କୁ କହିଲେ, ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ଵ ନିଅନ୍ତି? ସେମାନଙ୍କ ପୁତ୍ରମାନଙ୍କଠାରୁ କିମ୍ଵା ବିଦେଶୀମାନଙ୍କଠାରୁ?
|
ମାଥିଉ ୧୭:୨୬ |
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ, ଯୀଶୁ ତାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।
|
ମାଥିଉ ୧୮:୧ |
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ଵର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
|
ମାଥିଉ ୧୮:୨୨ |
କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ ।
|
ମାଥିଉ ୧୯:୧ |
ଯୀଶୁ ଏହି ସମସ୍ତ କଥା ସମାପ୍ତ କଲା ଉତ୍ତାରେ ଗାଲିଲୀରୁ ପ୍ରସ୍ଥାନ କରି ଯର୍ଦ୍ଦନ ପରପାର ଦେଇ ଯିହୁଦାର ସୀମାରେ ଉପସ୍ଥିତ ହେଲେ ।
|
ମାଥିଉ ୧୯:୧୩ |
ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ଥୋଇ ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ । ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ ।
|
ମାଥିଉ ୧୯:୧୪ |
କିନ୍ତୁ ଯୀଶୁ କହିଲେ, ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋʼ ନିକଟକୁ ଆସିବାକୁ ମନା କର ନାହିଁ, କାରଣ ସ୍ଵର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।
|
ମାଥିଉ ୧୯:୧୭ |
ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।
|
ମାଥିଉ ୧୯:୧୮ |
ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ,
|
ମାଥିଉ ୧୯:୨୧ |
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
|
ମାଥିଉ ୧୯:୨୩ |
ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ।
|
ମାଥିଉ ୧୯:୨୬ |
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
|
ମାଥିଉ ୧୯:୨୮ |
ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ଵାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ ।
|
ମାଥିଉ ୨୦:୧୭ |
ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ଵାଦଶଙ୍କୁ ଅନ୍ତର କରି ପଥ ମଧ୍ୟରେ ସେମାନଙ୍କୁ କହିଲେ,
|
ମାଥିଉ ୨୦:୨୨ |
କିନ୍ତୁ ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର?
|
ମାଥିଉ ୨୦:୨୫ |
କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ବିଜାତିମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ମହାନ୍ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
|
ମାଥିଉ ୨୦:୩୦ |
ଆଉ ଦେଖ, ପଥ ପାର୍ଶ୍ଵରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ଵର କରି କହିଲେ, ହେ ପ୍ରଭୁ, ଦାଉଦ-ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
|
ମାଥିଉ ୨୦:୩୨ |
ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
|
ମାଥିଉ ୨୦:୩୪ |
ଆଉ, ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ତତ୍କ୍ଷଣାତ୍ ସେମାନେ ଦୃଷ୍ଟି ପାଇ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ।
|
ମାଥିଉ ୨୧:୧ |
ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ ।
|
ମାଥିଉ ୨୧:୬ |
ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କଲେ,
|
ମାଥିଉ ୨୧:୧୧ |
ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ ।
|
ମାଥିଉ ୨୧:୧୨ |
ପରେ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ, ପୁଣି ମୁଦ୍ରାବ୍ୟବସାୟୀମାନଙ୍କର ମେଜ ଓ କାପ୍ତାବ୍ୟବସାୟୀ-ମାନଙ୍କର ଆସନ ଓଲଟାଇ ପକାଇଲେ,
|
ମାଥିଉ ୨୧:୧୩ |
ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ବୋଲି ଖ୍ୟାତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରୁଅଛ ।
|
ମାଥିଉ ୨୧:୧୬ |
ପୁଣି ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ଵାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
|
ମାଥିଉ ୨୧:୨୧ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏହି ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ତାହାହେଲେ ତାହା ଘଟିବ ।
|
ମାଥିଉ ୨୧:୨୪ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହିସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ।
|
ମାଥିଉ ୨୧:୨୭ |
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ । ସେ ମଧ୍ୟ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
|
ମାଥିଉ ୨୧:୩୧ |
ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା? ସେମାନେ କହିଲେ, ପ୍ରଥମ ଜଣକ । ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି ।
|
ମାଥିଉ ୨୧:୪୨ |
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?
|
ମାଥିଉ ୨୨:୧ |
ପୁନର୍ବାର ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଉତ୍ତର ଦେଲେ,
|
ମାଥିଉ ୨୨:୧୮ |
କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?
|
ମାଥିଉ ୨୨:୨୯ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ ।
|
ମାଥିଉ ୨୨:୪୧ |
ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
|
ମାଥିଉ ୨୨:୪୩ |
ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଆବେଶରେ ତାହାଙ୍କୁ ପ୍ରଭୁ ବୋଲି କହନ୍ତି?
|
ମାଥିଉ ୨୩:୧ |
ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
|
ମାଥିଉ ୨୪:୧ |
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ନିମନ୍ତେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
|
ମାଥିଉ ୨୪:୪ |
ସେଥିରେ ଯୀଶୁସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
|
ମାଥିଉ ୨୬:୧ |
ଯୀଶୁ ଏହିସମସ୍ତ କଥା ସମାପ୍ତ କରି ଆପଣା ଶିଷ୍ୟମାନଙ୍କୁ କହିଲେ,
|
ମାଥିଉ ୨୬:୪ |
ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
|
ମାଥିଉ ୨୬:୬ |
ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଥିବା ସମୟରେ,
|
ମାଥିଉ ୨୬:୧୦ |
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋʼ ପ୍ରତି ଉତ୍ତମ କର୍ମ କରିଅଛି ।
|
ମାଥିଉ ୨୬:୧୭ |
ପରେ ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
|
ମାଥିଉ ୨୬:୧୮ |
ଯୀଶୁ କହିଲେ, ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି ।
|
ମାଥିଉ ୨୬:୧୯ |
ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
|
ମାଥିଉ ୨୬:୨୩ |
ଯୀଶୁ ଉତ୍ତର ଦେଲେ, ଯେ ମୋʼ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବ।
|
ମାଥିଉ ୨୬:୨୫ |
ଏଥିରେ ଯେଉଁ ଯିହୁଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ଯୀଶୁ ତାହାକୁ କହିଲେ, ତୁମ୍ଭେ କହିଅଛ ।
|
ମାଥିଉ ୨୬:୨୬ |
ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର⇧।
|
ମାଥିଉ ୨୬:୩୧ |
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ,⇧।
|
ମାଥିଉ ୨୬:୩୪ |
ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।
|
ମାଥିଉ ୨୬:୩୬ |
ଏଥିଉତ୍ତାରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
|
ମାଥିଉ ୨୬:୪୯ |
ଆଉ, ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି, ହେ ଗୁରୁ, ନମସ୍କାର, ଏହା କହି ତାହାଙ୍କୁ ବହୁତ ଚୁମ୍ଵନ କଲା ।
|
ମାଥିଉ ୨୬:୫୦ |
କିନ୍ତୁ ଯୀଶୁ ତାହାକୁ କହିଲେ, ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର । ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ ।
|
ମାଥିଉ ୨୬:୫୧ |
ଆଉ ଦେଖ, ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ତା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ ।
|
ମାଥିଉ ୨୬:୫୨ |
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭର ଖଡ଼୍ଗ ପୁନର୍ବାର ସ୍ଵସ୍ଥାନରେ ରଖ, କାରଣ ଯେଉଁମାନେ ଖଡ଼୍ଗ ଧାରଣ କରନ୍ତି, ସେସମସ୍ତେ ଖଡ଼୍ଗ ଦ୍ଵାରା ବିନଷ୍ଟ ହେବେ ।
|
ମାଥିଉ ୨୬:୫୫ |
ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ? ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି, କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ;
|
ମାଥିଉ ୨୬:୫୭ |
ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ଘେନିଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।
|
ମାଥିଉ ୨୬:୫୯ |
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ,
|
ମାଥିଉ ୨୬:୬୩ |
କିନ୍ତୁ ଯୀଶୁ ମୌନ ହୋଇ ରହିଲେ । ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ?
|
ମାଥିଉ ୨୬:୬୪ |
ଯୀଶୁ ତାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି, ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
|
ମାଥିଉ ୨୬:୬୯ |
ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ, ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା, ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
|
ମାଥିଉ ୨୬:୭୧ |
ପୁଣି, ସେ ଦାଣ୍ତଦ୍ଵାରକୁ ବାହାରିଯାଆନ୍ତେ ଆଉ ଜଣେ ଦାସୀ ତାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା, ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା ।
|
ମାଥିଉ ୨୬:୭୫ |
ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ ।
|
ମାଥିଉ ୨୭:୧ |
ପ୍ରଭାତ ହୁଅନ୍ତେ, ସମସ୍ତ ପ୍ରଧାନଯାଜକ, ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିପକ୍ଷରେ ମନ୍ତ୍ରଣା କଲେ,
|
ମାଥିଉ ୨୭:୧୧ |
ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜାଣ? ଯୀଶୁ କହିଲେ, ଆପଣ କହୁଅଛନ୍ତି।
|
ମାଥିଉ ୨୭:୧୭ |
ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
|
ମାଥିଉ ୨୭:୨୦ |
ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକ-ସମୂହକୁ ମଣାଇଲେ ।
|
ମାଥିଉ ୨୭:୨୨ |
ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି ଆମ୍ଭେ କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
|
ମାଥିଉ ୨୭:୨୬ |
ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
|
ମାଥିଉ ୨୭:୨୭ |
ଏଥିଉତ୍ତାରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ ।
|
ମାଥିଉ ୨୭:୩୨ |
ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାଙ୍କୁ ବାଧ୍ୟ କଲେ ।
|
ମାଥିଉ ୨୭:୩୭ |
ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ଵରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ ।
|
ମାଥିଉ ୨୭:୪୬ |
ଆଉ, ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
|
ମାଥିଉ ୨୭:୫୦ |
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚ ସ୍ଵରରେ ଡାକି ପ୍ରାଣତ୍ୟାଗ କଲେ ।
|
ମାଥିଉ ୨୭:୫୪ |
ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ ।
|
ମାଥିଉ ୨୭:୫୫ |
ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ;
|
ମାଥିଉ ୨୭:୫୭ |
ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ ।
|
ମାଥିଉ ୨୭:୫୮ |
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ । ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ ।
|
ମାଥିଉ ୨୮:୫ |
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ ।
|
ମାଥିଉ ୨୮:୯ |
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।
|
ମାଥିଉ ୨୮:୧୦ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ ।
|
ମାଥିଉ ୨୮:୧୬ |
କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ ।
|
ମାଥିଉ ୨୮:୧୮ |
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି ।
|
ମାର୍କ ୧:୧ |
ଈଶ୍ଵରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ ।
|
ମାର୍କ ୧:୯ |
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ ।
|
ମାର୍କ ୧:୧୩ |
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ଵାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ ।
|
ମାର୍କ ୧:୧୪ |
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ଵରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
|
ମାର୍କ ୧:୧୭ |
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।
|
ମାର୍କ ୧:୨୧ |
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
|
ମାର୍କ ୧:୨୪ |
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି।
|
ମାର୍କ ୧:୨୫ |
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।
|
ମାର୍କ ୧:୩୦ |
ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।
|
ମାର୍କ ୧:୩୮ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
|
ମାର୍କ ୧:୩୯ |
ପୁଣି, ଯୀଶୁ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ ।
|
ମାର୍କ ୧:୪୫ |
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।
|
ମାର୍କ ୨:୧ |
କେତେକ ଦିନ ଉତ୍ତାରେ ଯୀଶୁ ପୁନର୍ବାର କଫର୍ନାହୂମରେ ପ୍ରବେଶ କରନ୍ତେ, ସେ ଗୃହରେ ଅଛନ୍ତି ବୋଲି ଜନରବ ହେଲା ।
|
ମାର୍କ ୨:୫ |
ଯୀଶୁ ସେମାନଙ୍କର ବିଶ୍ଵାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।
|
ମାର୍କ ୨:୮ |
ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହିସମସ୍ତ ତର୍କବିତର୍କ କରୁଅଛ?
|
ମାର୍କ ୨:୧୩ |
ଯୀଶୁ ପୁନର୍ବାର ସମୁଦ୍ରକୂଳକୁ ବାହାରିଗଲେ, ଆଉ ଲୋକସମୂହ ତାହାଙ୍କ ନିକଟକୁ ଆସନ୍ତେ, ସେ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
|
ମାର୍କ ୨:୧୪ |
ପୁଣି, ଯାଉ ଯାଉ ଯୀଶୁ ଆଲଫିଙ୍କ ପୁତ୍ର ଲେବୀଙ୍କି କରଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର । ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
|
ମାର୍କ ୨:୧୫ |
ଆଉ, ଯୀଶୁ ତାଙ୍କ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଅନେକ କରଗ୍ରାହୀ ଏବଂ ପାପୀ ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ; କାରଣ ସେମାନେ ଅନେକ ଥିଲେ, ପୁଣି ତାହାଙ୍କର ଅନୁଗମନ କରୁଥିଲେ ।
|
ମାର୍କ ୨:୧୭ |
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି ।
|
ମାର୍କ ୨:୧୯ |
ଯୀଶୁ ସେମାଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ସେମାନେ କି ଉପବାସ କରି ପାରନ୍ତି? ବର ଯେପର୍ଯ୍ୟନ୍ତ ସେମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ, ସେମାନେ ଉପବାସ କରି ପାରନ୍ତି ନାହିଁ ।
|
ମାର୍କ ୨:୨୩ |
ଥରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ତାଇବାକୁ ଲାଗିଲେ ।
|
ମାର୍କ ୨:୨୫ |
ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?
|
ମାର୍କ ୨:୨୭ |
ଆଉ, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇନାହିଁ ।
|
ମାର୍କ ୩:୧ |
ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ । ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା ।
|
ମାର୍କ ୩:୩ |
ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ ।
|
ମାର୍କ ୩:୪ |
ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ ।
|
ମାର୍କ ୩:୭ |
ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୁଦା,
|
ମାର୍କ ୩:୧୩ |
ଯୀଶୁ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ ।
|
ମାର୍କ ୩:୧୬ |
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ;
|
ମାର୍କ ୩:୧୯ |
ପୁଣି ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।
|
ମାର୍କ ୩:୨୩ |
ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ,ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?
|
ମାର୍କ ୩:୩୩ |
ଯୀଶୁ ସେମାନଙ୍କୁ ଉତ୍ତର ହେଲେ, ମୋହର ମାଆ ଓ ଭାଇମାନେ କିଏ?
|
ମାର୍କ ୪:୨ |
ସେତେବେଳେ ଯୀଶୁ ଦୃଷ୍ଟାନ୍ତରେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ, ପୁଣି ଆପଣା ଶିକ୍ଷା ମଧ୍ୟରେ ସେମାନଙ୍କୁ କହିଲେ, ଶୁଣ!
|
ମାର୍କ ୪:୧୩ |
ଯୀଶୁ ପୁଣି ସେମାନଙ୍କୁ କହିଲେ, ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?
|
ମାର୍କ ୪:୨୧ |
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
|
ମାର୍କ ୪:୨୪ |
ଯୀଶୁ ପୁଣି ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ । ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ ।
|
ମାର୍କ ୪:୩୦ |
ଯୀଶୁ ପୁଣି କହିଲେ, ଆମ୍ଭେମାନେ କାହା ସାଙ୍ଗରେ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?
|
ମାର୍କ ୪:୩୩ |
ଯୀଶୁ ଏହିପ୍ରକାର ଅନେକ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,
|
ମାର୍କ ୪:୩୪ |
ଆଉ ଦୃଷ୍ଟାନ୍ତ ବିନା ଯୀଶୁ ସେମାନଙ୍କ ନିକଟରେ କୌଣସି କଥା କହୁ ନ ଥିଲେ । କିନ୍ତୁ ଯୀଶୁ ଗୋପନରେ ଆପଣା ଶିଷ୍ୟମାନଙ୍କୁ ସମସ୍ତ ବିଷୟ ବୁଝାଇ ଦେଉଥିଲେ ।
|
ମାର୍କ ୪:୩୫ |
ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆରପାରିକି ଯିବା ।
|
ମାର୍କ ୪:୩୯ |
ଏଥିରେ ଯୀଶୁ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, ତୁନି ହ, ଚୁପ୍ କର୍ । ସେଥିରେ ପବନ ବନ୍ଦ ହେଲା ଓ ସବୁ ଧୀରସ୍ଥିର ହେଲା ।
|
ମାର୍କ ୪:୪୦ |
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ଵାସ ନାହିଁ?
|
ମାର୍କ ୫:୨ |
ଯୀଶୁ ନୌକାରୁ ଓହ୍ଳାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
|
ମାର୍କ ୫:୬ |
ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
|
ମାର୍କ ୫:୭ |
ଆଉ ଉଚ୍ଚ ସ୍ଵରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି? ତୁମ୍ଭକୁ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
|
ମାର୍କ ୫:୮ |
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ଆରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା ।
|
ମାର୍କ ୫:୯ |
ଆଉ, ଯୀଶୁ ତାହାକୁ ପଚାରିଲେ, ତୋର ନାଁ କଅଣ? ସେ ତାହାଙ୍କୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
|
ମାର୍କ ୫:୧୦ |
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
|
ମାର୍କ ୫:୧୫ |
ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍, ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
|
ମାର୍କ ୫:୧୯ |
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ ।
|
ମାର୍କ ୫:୨୦ |
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲା; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
|
ମାର୍କ ୫:୨୧ |
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ ।
|
ମାର୍କ ୫:୨୭ |
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳ ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; କାରଣ ସେ କହୁଥିଲା,
|
ମାର୍କ ୫:୩୦ |
ତତ୍କ୍ଷଣାତ୍ ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳ ମଧ୍ୟରେ ବୁଲିପଡ଼ି କହିଲେ, କିଏ ମୋହର ଲୁଗା ଛୁଇଁଲା?
|
ମାର୍କ ୫:୩୪ |
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା ।
|
ମାର୍କ ୫:୩୬ |
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର ।
|
ମାର୍କ ୬:୪ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ନିଜ ପୈତୃକ ନଗର, ସ୍ଵଜ୍ଞାତି ଓ ସ୍ଵପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ ।
|
ମାର୍କ ୬:୧୦ |
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେ ସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
|
ମାର୍କ ୬:୩୦ |
ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ ।
|
ମାର୍କ ୬:୩୭ |
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଶହେ ଟଙ୍କାର ରୋଟୀ କିଣି ଏମାନଙ୍କୁ ଭୋଜନ କରାଇବା?
|
ମାର୍କ ୬:୪୧ |
ପରେ ଯୀଶୁ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୋଟୀଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ ।
|
ମାର୍କ ୬:୫୦ |
କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍ବିଗ୍ନ ହୋଇଥିଲେ । ମାତ୍ର ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, ସାହସ ଧର, ଏ ତ ମୁଁ, ଭୟ କର ନାହିଁ ।
|
ମାର୍କ ୭:୬ |
ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
|
ମାର୍କ ୭:୯ |
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ!ଣହିତୋ. ୧:୨୫
|
ମାର୍କ ୭:୧୪ |
ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ ।
|
ମାର୍କ ୭:୧୮ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ,
|
ମାର୍କ ୭:୨୯ |
ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।
|
ମାର୍କ ୭:୩୩ |
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ,
|
ମାର୍କ ୮:୧ |
ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,
|
ମାର୍କ ୮:୫ |
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି ।
|
ମାର୍କ ୮:୬ |
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
|
ମାର୍କ ୮:୧୨ |
ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ଵାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁକି ଚିହ୍ନ ଅନ୍ଵେଷଣ କରୁଅଛି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁ ।
|
ମାର୍କ ୮:୧୫ |
ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
|
ମାର୍କ ୮:୧୭ |
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
|
ମାର୍କ ୮:୨୧ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ ।
|
ମାର୍କ ୮:୨୩ |
ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
|
ମାର୍କ ୮:୨୬ |
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ ।
|
ମାର୍କ ୮:୨୭ |
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରୀଆ ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ସେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି?
|
ମାର୍କ ୮:୩୦ |
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
|
ମାର୍କ ୮:୩୧ |
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
|
ମାର୍କ ୮:୩୪ |
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
|
ମାର୍କ ୯:୧ |
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
|
ମାର୍କ ୯:୨ |
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
|
ମାର୍କ ୯:୪ |
ପୁଣି, ମୋଶାଙ୍କ ସହିତ ଏଲୀୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
|
ମାର୍କ ୯:୫ |
ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ ।
|
ମାର୍କ ୯:୮ |
ପୁଣି, ହଠାତ୍ ସେମାନେ ଚାରିଆଡ଼େ ଚାହିଁ ସେମାନଙ୍କ ସାଙ୍ଗରେ କେବଳ ଯୀଶୁଙ୍କ ବିନା ଆଉ କାହାରିକି ଦେଖିଲେ ନାହିଁ ।
|
ମାର୍କ ୯:୯ |
ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାହା ଯାହା ଦେଖିଅଛ, ସେହିସବୁ ମୃତମାନଙ୍କ ମଧ୍ୟରୁ ମନୁଷ୍ୟପୁତ୍ରଙ୍କ ପୁନରୁତ୍ଥାନ ନ ହେବା ପର୍ଯ୍ୟନ୍ତ କାହାରିକି କୁହ ନାହିଁ ।
|
ମାର୍କ ୯:୧୨ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?
|
ମାର୍କ ୯:୧୬ |
ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
|
ମାର୍କ ୯:୧୯ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ ।
|
ମାର୍କ ୯:୨୧ |
ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;
|
ମାର୍କ ୯:୨୩ |
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ ।
|
ମାର୍କ ୯:୨୫ |
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।
|
ମାର୍କ ୯:୨୭ |
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।
|
ମାର୍କ ୯:୨୯ |
ଯୀଶୁ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
|
ମାର୍କ ୯:୩୧ |
କାରଣ ଯୀଶୁ ଆପଣା ଶିଷ୍ୟମାନଙ୍କୁ ଏହି କଥା କହି ଶିକ୍ଷା ଦେଉଥିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି, ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ସେ ହତ ହେଲା ଉତ୍ତାରେ ତିନି ଦିନ ପରେ ପୁନରୁତ୍ଥାନ କରିବେ ।
|
ମାର୍କ ୯:୩୩ |
ପରେ ସେମାନେ କଫର୍ନାହୂମକୁ ଆସିଲେ । ଯୀଶୁ ଘରେ ପହଞ୍ଚି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
|
ମାର୍କ ୯:୩୫ |
ସେଥିରେ ଯୀଶୁ ଉପବେଶନ କରି ଦ୍ଵାଦଶଙ୍କୁ ଆହ୍ଵାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେଣସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ ।
|
ମାର୍କ ୯:୩୬ |
ପୁଣି, ଯୀଶୁ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
|
ମାର୍କ ୯:୩୯ |
କିନ୍ତୁ ଯୀଶୁ କହିଲେ, ତାହାକୁ ମନା କର ନାହିଁ; କାରଣ ମୋʼ ନାମରେ ଶକ୍ତିରେ କାର୍ଯ୍ୟ କରି ହଠାତ୍ ମୋହର କୁତ୍ସା କରି ପାରିବ, ଏପରି ଲୋକ କେହି ନାହିଁ
|
ମାର୍କ ୧୦:୩ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?
|
ମାର୍କ ୧୦:୫ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି ।
|
ମାର୍କ ୧୦:୧୧ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
|
ମାର୍କ ୧୦:୧୪ |
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
|
ମାର୍କ ୧୦:୧୮ |
ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
|
ମାର୍କ ୧୦:୨୧ |
ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
|
ମାର୍କ ୧୦:୨୩ |
ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ!
|
ମାର୍କ ୧୦:୨୪ |
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
|
ମାର୍କ ୧୦:୨୭ |
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
|
ମାର୍କ ୧୦:୨୯ |
ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ଵା ଭ୍ରାତା କି ଭଗ୍ନୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
|
ମାର୍କ ୧୦:୩୨ |
ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ସେମାନେ ବିସ୍ମୟାନ୍ଵିତ ଓ ପଶ୍ଚାତ୍ଗାମୀ ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ଦ୍ଵାଦଶଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
|
ମାର୍କ ୧୦:୩୩ |
ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ,
|
ମାର୍କ ୧୦:୩୬ |
ତହୁଁ ଯୀଶୁ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
|
ମାର୍କ ୧୦:୩୮ |
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର?
|
ମାର୍କ ୧୦:୩୯ |
ସେମାନେ ତାହାଙ୍କୁ କହିଲେ, ପାରୁ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
|
ମାର୍କ ୧୦:୪୨ |
ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
|
ମାର୍କ ୧୦:୪୭ |
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।
|
ମାର୍କ ୧୦:୪୯ |
ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ । ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି ।
|
ମାର୍କ ୧୦:୫୦ |
ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା ।
|
ମାର୍କ ୧୦:୫୧ |
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ ।
|
ମାର୍କ ୧୦:୫୨ |
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।
|
ମାର୍କ ୧୧:୬ |
ଯୀଶୁ ଯେପରି କହିଥିଲେ, ସେମାନେ ସେହିପରି ସେମାନଙ୍କୁ ଉତ୍ତର ଦେଲେ; ତହିଁରେ ସେମାନେ ସେମାନଙ୍କୁ ଅନୁମତି ଦେଲେ ।
|
ମାର୍କ ୧୧:୭ |
ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ସେ ତାହା ଉପରେ ବସିଲେ ।
|
ମାର୍କ ୧୧:୧୪ |
ସେଥିରେ ଯୀଶୁ ତାହାକୁ କହିଲେ, ଆଉ କେବେ ହେଁ କେହି ତୋʼଠାରୁ ଫଳ ନ ଖାଉ । ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ ।
|
ମାର୍କ ୧୧:୨୨ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ-ଠାରେ ବିଶ୍ଵାସ ରଖ ।
|
ମାର୍କ ୧୧:୨୯ |
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି ।
|
ମାର୍କ ୧୧:୩୩ |
ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହିଁ । ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
|
ମାର୍କ ୧୨:୧୭ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ । ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ ।
|
ମାର୍କ ୧୨:୨୪ |
ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
|
ମାର୍କ ୧୨:୨୯ |
ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;
|
ମାର୍କ ୧୨:୩୪ |
ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।
|
ମାର୍କ ୧୨:୩୫ |
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
|
ମାର୍କ ୧୨:୪୩ |
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ
|
ମାର୍କ ୧୩:୨ |
ସେଥିରେ ଯୀଶୁ ତାଙ୍କୁ କହିଲେ, ତୁମ୍ଭେ କଅଣ ଏହିସମସ୍ତ ବୃହତ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
|
ମାର୍କ ୧୩:୫ |
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
|
ମାର୍କ ୧୪:୩ |
ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଭୋଜନରେ ବସିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ ।
|
ମାର୍କ ୧୪:୬ |
କିନ୍ତୁ ଯୀଶୁ କହିଲେ, ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋʼ ପ୍ରତି ଉତ୍ତମ କର୍ମ କରିଅଛି ।
|
ମାର୍କ ୧୪:୧୮ |
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
|
ମାର୍କ ୧୪:୨୦ |
ଯୀଶୁ ସେମାନଙ୍କୁ କହିଲେ, ଦ୍ଵାଦଶଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି ।
|
ମାର୍କ ୧୪:୨୨ |
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର ।
|
ମାର୍କ ୧୪:୨୪ |
ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।
|
ମାର୍କ ୧୪:୨୭ |
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ ।
|
ମାର୍କ ୧୪:୩୦ |
ଯୀଶୁ ତାଙ୍କୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।
|
ମାର୍କ ୧୪:୩୨ |
ପରେ ସେମାନେ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ ।
|
ମାର୍କ ୧୪:୩୪ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟ; ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ ।
|
ମାର୍କ ୧୪:୩୬ |
ଆଉ, ଯୀଶୁ କହିଲେ, ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ।
|
ମାର୍କ ୧୪:୩୭ |
ପୁଣି, ଯୀଶୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଦଣ୍ତେ ହେଲେ ଜାଗି ପାରିଲ ନାହିଁ?
|
ମାର୍କ ୧୪:୪୧ |
ଯୀଶୁ ତୃତୀୟ ଥର ଆସି ସେମାନଙ୍କୁ କହିଲେ, ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି ।
|
ମାର୍କ ୧୪:୪୮ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ମୋତେ ଧରିବାକୁ ଆସିଲ?
|
ମାର୍କ ୧୪:୫୩ |
ପରେ ସେମାନେ ଯୀଶୁଙ୍କୁ ମହାଯାଜକଙ୍କ ନିକଟକୁ ଘେନିଗଲେ, ପୁଣି ପ୍ରଧାନ ଯାଜକ, ପ୍ରାଚୀନ ଓ ଶାସ୍ତ୍ରୀମାନେ ସମସ୍ତେ ଆସି ଏକତ୍ର ହେଲେ ।
|
ମାର୍କ ୧୪:୫୫ |
ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସାକ୍ଷ୍ୟ ଅନ୍ଵେଷଣ କରିବାକୁ ଲାଗିଲେ, କିନ୍ତୁ ପାଇଲେ ନାହିଁ;
|
ମାର୍କ ୧୪:୬୦ |
ତହିଁରେ ମହାଯାଜକ ମଧ୍ୟସ୍ଥଳରେ ଠିଆ ହୋଇ ଯୀଶୁଙ୍କୁ ପଚାରିଲେ, ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି, ସେଥିର କିଛି ଉତ୍ତର ଦେଉ ନାହଁ?
|
ମାର୍କ ୧୪:୬୨ |
ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।
|
ମାର୍କ ୧୪:୬୭ |
ଆଉ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ତୁମ୍ଭେ ମଧ୍ୟ ନାଜରିତୀୟ ଯୀଶୁଙ୍କ ସାଙ୍ଗରେ ଥିଲ ।
|
ମାର୍କ ୧୪:୭୨ |
ସେହିକ୍ଷଣି କୁକୁଡ଼ା ଦ୍ଵିତୀୟ ଥର ଡାକିଲା । ଏଥିରେ, କୁକୁଡ଼ା ଦ୍ଵିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ ।
|
ମାର୍କ ୧୫:୧ |
ପ୍ରଭାତ ହେବାମାତ୍ରେ ସମସ୍ତ ମହାସଭା, ଅର୍ଥାତ୍, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତଣପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
|
ମାର୍କ ୧୫:୫ |
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।
|
ମାର୍କ ୧୫:୧୫ |
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
|
ମାର୍କ ୧୫:୩୪ |
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
|
ମାର୍କ ୧୫:୩୭ |
କିନ୍ତୁ ଯୀଶୁ ଉଚ୍ଚ ସ୍ଵର କରି ପ୍ରାଣତ୍ୟାଗ କଲେ ।
|
ମାର୍କ ୧୫:୪୩ |
ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
|
ମାର୍କ ୧୬:୬ |
ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ ।
|
ମାର୍କ ୧୬:୧୫ |
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
|
ମାର୍କ ୧୬:୧୯ |
ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ ।
|
ଲୂକ ୧:୩୧ |
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ ।
|
ଲୂକ ୨:୨୧ |
ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା ।
|
ଲୂକ ୨:୨୭ |
ସେ ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ବ୍ୟବସ୍ଥାର ବିଧି ଅନୁଯାୟୀ କ୍ରିୟା କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,
|
ଲୂକ ୨:୪୩ |
ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ବାହୁଡ଼ି ଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ ।
|
ଲୂକ ୨:୫୨ |
ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି ଈଶ୍ଵରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ ।
|
ଲୂକ ୩:୨୧ |
ସମସ୍ତ ଲୋକ ବାପ୍ତିଜିତ ହେଲା ଉତ୍ତାରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଉନ୍ମୁକ୍ତ ହେଲା,
|
ଲୂକ ୩:୨୩ |
ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,
|
ଲୂକ ୪:୧ |
ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନରୁ ବାହୁଡ଼ିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ଵାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ କର୍ତ୍ତୃକ ପରୀକ୍ଷିତ ହେଉଥିଲେ ।
|
ଲୂକ ୪:୪ |
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ମନୁଷ୍ୟ କେବଳ ରୋଟୀରେ ବଞ୍ଚିବ ନାହିଁ ।
|
ଲୂକ ୪:୮ |
ଯୀଶୁ ତାହାକୁ ଉତ୍ତର ଦେଲେ, ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ ।
|
ଲୂକ ୪:୧୨ |
ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, ଉକ୍ତ ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।
|
ଲୂକ ୪:୧୪ |
ଏଥିଉତ୍ତାରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକି ବାହୁଡ଼ିଗଲେ, ଆଉ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ତାହାଙ୍କର ଖ୍ୟାତି ବ୍ୟାପିଗଲା ।
|
ଲୂକ ୪:୩୪ |
ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି ।
|
ଲୂକ ୪:୩୫ |
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।
|
ଲୂକ ୫:୮ |
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋʼ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
|
ଲୂକ ୫:୧୦ |
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
|
ଲୂକ ୫:୧୨ |
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି ।
|
ଲୂକ ୫:୧୯ |
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ଘେନିଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
|
ଲୂକ ୫:୨୨ |
କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
|
ଲୂକ ୫:୩୧ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
|
ଲୂକ ୫:୩୪ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?
|
ଲୂକ ୬:୩ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପାଠ କରି ନାହଁ?
|
ଲୂକ ୬:୯ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?
|
ଲୂକ ୬:୧୧ |
କିନ୍ତୁ ସେମାନେ କ୍ରୋଧରେ ଉନ୍ମତ୍ତ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।
|
ଲୂକ ୭:୩ |
ସେ ଯୀଶୁଙ୍କ ସମ୍ଵନ୍ଧରେ ସମ୍ଵାଦ ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ନିକଟକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
|
ଲୂକ ୭:୪ |
ସେମାନେ ଯୀଶୁଙ୍କ ନିକଟରେ ଉପସ୍ଥିତ ହୋଇ ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
|
ଲୂକ ୭:୬ |
ସେଥିରେ ଯୀଶୁ ସେମାନଙ୍କ ସାଙ୍ଗରେ ଗଲେ । ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୋ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
|
ଲୂକ ୭:୯ |
ଯୀଶୁ ଏସମସ୍ତ କଥା ଶୁଣି ତାଙ୍କ ବିଷୟରେ ଚମତ୍କୃତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକସମୂହକୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ସୁଦ୍ଧା ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
|
ଲୂକ ୭:୩୭ |
ଆଉ ଦେଖ, ସେହି ନଗରରେ ଜଣେ ପାପିଷ୍ଠା ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣିପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
|
ଲୂକ ୭:୪୦ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି । ସେ କହିଲେ, ଗୁରୁ କୁହନ୍ତୁ ।
|
ଲୂକ ୮:୨୮ |
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚ ସ୍ଵରରେ କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି,? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
|
ଲୂକ ୮:୩୦ |
ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କଅଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ ।
|
ଲୂକ ୮:୩୫ |
ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ ।
|
ଲୂକ ୮:୩୯ |
ମାତ୍ର ସେ ତାହାକୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ବାହୁଡ଼ିଯାଅ, ପୁଣି ଈଶ୍ଵର ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ସେହିସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
|
ଲୂକ ୮:୪୦ |
ଯୀଶୁ ବାହୁଡ଼ି ଆସନ୍ତେ, ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ ।
|
ଲୂକ ୮:୪୧ |
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ । ସେ ଯୀଶୁଙ୍କ ଚରଣ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
|
ଲୂକ ୮:୪୫ |
ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା? ମାତ୍ର ସମସ୍ତେ ଅସ୍ଵୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି ।
|
ଲୂକ ୮:୪୬ |
କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଲା ବୋଲି ମୁଁ ଜାଣିଲି ।
|
ଲୂକ ୮:୫୦ |
କିନ୍ତୁ ଯୀଶୁ ଏହା ଶୁଣି ତାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର, ଆଉ ସେ ବଞ୍ଚିବ।
|
ଲୂକ ୯:୩୩ |
ପୁଣି, ସେମାନେ ତାହାଙ୍କଠାରୁ ପ୍ରସ୍ଥାନ କରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
|
ଲୂକ ୯:୩୬ |
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ ।
|
ଲୂକ ୯:୪୧ |
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ଘେନିଆସ ।
|
ଲୂକ ୯:୪୨ |
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାର ହସ୍ତରେ ସମର୍ପଣ କଲେ ।
|
ଲୂକ ୯:୪୭ |
କିନ୍ତୁ ଯୀଶୁ ସେମାନଙ୍କୁ ମନର ତର୍କବିତର୍କ ଜ୍ଞାତ ହୋଇ ଗୋଟିଏ ସାନ ପିଲାକୁ ଘେନି ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
|
ଲୂକ ୯:୫୦ |
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ ।
|
ଲୂକ ୯:୫୮ |
ଯୀଶୁ ତାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ ।
|
ଲୂକ ୯:୬୨ |
କିନ୍ତୁ ଯୀଶୁ ତାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ଵରଙ୍କ ରାଜ୍ୟର ଯୋଗ୍ୟ ନୁହେଁ ।
|
ଲୂକ ୧୦:୨୯ |
କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋର ପ୍ରତିବାସୀ କିଏ?
|
ଲୂକ ୧୦:୩୦ |
ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
|
ଲୂକ ୧୦:୩୭ |
ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ । ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭେ ମଧ୍ୟ ସେହି-ପ୍ରକାର କର ।
|
ଲୂକ ୧୩:୧୨ |
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
|
ଲୂକ ୧୩:୧୪ |
କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
|
ଲୂକ ୧୪:୩ |
ସେଥିରେ ଯୀଶୁ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ବିଧିସଙ୍ଗତ କି ନା? କିନ୍ତୁ ସେମାନେ ନୀରବ ରହିଲେ ।
|
ଲୂକ ୧୭:୧୩ |
ସେମାନେ ଦୂରରେ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, ହେ ଯୀଶୁ, ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
|
ଲୂକ ୧୭:୧୬ |
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
|
ଲୂକ ୧୭:୧୭ |
ସେଥିରେ ଯୀଶୁ ଉତ୍ତର ଦେଲେ, ଦଶଜଣ କଅଣ ଶୁଚି ହେଲେ ନାହିଁ?
|
ଲୂକ ୧୮:୧୬ |
କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
|
ଲୂକ ୧୮:୧୯ |
ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍, ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
|
ଲୂକ ୧୮:୨୨ |
ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
|
ଲୂକ ୧୮:୨୪ |
ସେଥିରେ ଯୀଶୁ ତାଙ୍କୁ ଦେଖି କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେଣ!
|
ଲୂକ ୧୮:୩୭ |
ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।
|
ଲୂକ ୧୮:୩୮ |
ସେଥିରେ ସେ ଉଚ୍ଚ ସ୍ଵରରେ କହିଲା, ହେ ଯୀଶୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ ।
|
ଲୂକ ୧୮:୪୦ |
ସେଥିରେ ଯୀଶୁ ଠିଆ ହୋଇ ତାହାକୁ ଆପଣା ନିକଟକୁ ଆଣିବା ପାଇଁ ଆଜ୍ଞା ଦେଲେ; ପୁଣି, ସେ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲେ,
|
ଲୂକ ୧୮:୪୨ |
ଯୀଶୁ ତାହାକୁ କହିଲେ, ଦୃଷ୍ଟି ପାଅ; ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି ।
|
ଲୂକ ୧୯:୩ |
ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ ।
|
ଲୂକ ୧୯:୫ |
ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
|
ଲୂକ ୧୯:୯ |
ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
|
ଲୂକ ୧୯:୩୫ |
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
|
ଲୂକ ୨୦:୮ |
ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ।
|
ଲୂକ ୨୦:୩୪ |
ଯୀଶୁ ସେମାନଙ୍କୁ କହିଲେ, ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,
|
ଲୂକ ୨୨:୪୭ |
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ଵାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ଵନ କରିବାକୁ ତାହାଙ୍କ ପାଖକୁ ଗଲା ।
|
ଲୂକ ୨୨:୪୮ |
କିନ୍ତୁ ଯୀଶୁ ତାହାକୁ କହିଲେ, ହେ ଯିହୂଦା, ଚୁମ୍ଵନ ଦ୍ଵାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁହସ୍ତରେ ସମର୍ପଣ କରୁଅଛ?
|
ଲୂକ ୨୨:୫୧ |
କିନ୍ତୁ ଯୀଶୁ ଉତ୍ତର ଦେଲେ, ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।
|
ଲୂକ ୨୨:୫୨ |
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
|
ଲୂକ ୨୨:୬୩ |
ଆଉ, ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
|
ଲୂକ ୨୩:୮ |
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟ; ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି ତାହାଙ୍କ ଦ୍ଵାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
|
ଲୂକ ୨୩:୨୦ |
ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।
|
ଲୂକ ୨୩:୨୫ |
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବୀ କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ ।
|
ଲୂକ ୨୩:୨୬ |
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାଙ୍କ କାନ୍ଧରେ ତାହା ଥୋଇଲେ ।
|
ଲୂକ ୨୩:୨୮ |
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
|
ଲୂକ ୨୩:୩୪ |
ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
|
ଲୂକ ୨୩:୪୨ |
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
|
ଲୂକ ୨୩:୪୬ |
ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।
|
ଲୂକ ୨୩:୫୨ |
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
|
ଲୂକ ୨୪:୩ |
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
|
ଲୂକ ୨୪:୧୫ |
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
|
ଲୂକ ୨୪:୧୯ |
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
|
ଯୋହନ ୧:୧୭ |
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ଵାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଉପସ୍ଥିତ ହେଲା ।
|
ଯୋହନ ୧:୨୯ |
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ, ଯେ ଜଗତର ପାପ ବହିନେଇଯାଆନ୍ତି ।
|
ଯୋହନ ୧:୩୬ |
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ ।
|
ଯୋହନ ୧:୩୭ |
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ ।
|
ଯୋହନ ୧:୩୮ |
ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କଅଣ ଖୋଜୁଅଛ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
|
ଯୋହନ ୧:୪୦ |
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।
|
ଯୋହନ ୧:୪୨ |
ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କେଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।
|
ଯୋହନ ୧:୪୩ |
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାଙ୍କୁ କହିଲେ, ମୋହର ଅନୁଗମନ କର ।
|
ଯୋହନ ୧:୪୫ |
ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।
|
ଯୋହନ ୧:୪୭ |
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ ।
|
ଯୋହନ ୧:୪୮ |
ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାଙ୍କୁ ଉତ୍ତର ଦେଲେ, ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମିରି ଗଛ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି ।
|
ଯୋହନ ୧:୫୦ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ ଡିମିରି ଗଛ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ଵାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍ ମହତ୍ ବିଷୟ ଦେଖିବ ।
|
ଯୋହନ ୨:୧ |
ତୃତୀୟ ଦିବସରେ ଗାଲିଲୀର କାନ୍ନାରେ ଗୋଟିଏ ବିବାହ ହେଲା, ଆଉ ଯୀଶୁଙ୍କ ମାତା ସେଠାରେ ଥିଲେ।;
|
ଯୋହନ ୨:୨ |
ଯୀଶୁ ମଧ୍ୟ ଆପଣା ଶିଷ୍ୟମାନଙ୍କ ସହିତ ସେହି ବିବାହକୁ ନିମନ୍ତ୍ରିତ ହେଲେ ।
|
ଯୋହନ ୨:୩ |
ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ ।
|
ଯୋହନ ୨:୪ |
ସେଥିରେ ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, ମୋତେ କାହିଁକି ଏଥିରେ ଜଡ଼ିତ କରୁଅଛ? ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ ।
|
ଯୋହନ ୨:୭ |
ଯୀଶୁ ସେମାନଙ୍କୁ କହିଲେ, ଜାହାଲାଗୁଡ଼ିକ ପାଣିରେ ଭର୍ତ୍ତି କର । ସେଥିରେ ସେମାନେ ସେହିସବୁ ଫନ୍ଦ ପର୍ଯ୍ୟନ୍ତ ଭର୍ତ୍ତି କଲେ ।
|
ଯୋହନ ୨:୧୧ |
ଯୀଶୁ ଏହି ପ୍ରକାରେ ଗାଲିଲୀର କାନ୍ନାରେ ଆଶ୍ଚର୍ଯ୍ୟକର୍ମ ଆରମ୍ଭ କରି ଆପଣା ମହିମା ପ୍ରକାଶ କଲେ, ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କଠାରେ ବିଶ୍ଵାସ କଲେ ।
|
ଯୋହନ ୨:୧୩ |
ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମକୁ ଗଲେ ।
|
ଯୋହନ ୨:୧୯ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଏହି ମନ୍ଦିରକୁ ବିନାଶ କର, ଆଉ ତିନି ଦିନ ମଧ୍ୟରେ ମୁଁ ତାହା ତୋଳି ଦେବି।
|
ଯୋହନ ୨:୨୨ |
ଏଣୁ ସେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ସେ ଏହା କହିଥିଲେ ବୋଲି ସ୍ମରଣ କଲେ; ପୁଣି, ସେମାନେ ଧର୍ମଶାସ୍ତ୍ର ଓ ଯୀଶୁଙ୍କ କଥିତ ବାକ୍ୟ ବିଶ୍ଵାସ କଲେ ।
|
ଯୋହନ ୨:୨୪ |
କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ଵାସ ନ କରି ସେମାନଙ୍କ-ଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
|
ଯୋହନ ୩:୨ |
ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ଵରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ଵର ସାଙ୍ଗରେ ନ ଥିଲେ ସେହିସବୁ କେହି କରିପାରେ ନାହିଁ ।।
|
ଯୋହନ ୩:୩ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟ ଦେଖି ପାରେ ନାହିଁ ।
|
ଯୋହନ ୩:୫ |
ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ ।
|
ଯୋହନ ୩:୧୦ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?
|
ଯୋହନ ୩:୨୨ |
ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିହୁଦା ପ୍ରଦେଶକୁ ଗଲେ, ଆଉ ସେ ସେସ୍ଥାନରେ ସେମାନଙ୍କ ସହିତ ରହି ବାପ୍ତିସ୍ମ।।ଦେବାକୁ ଲାଗିଲେ ।
|
ଯୋହନ ୪:୧ |
ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
|
ଯୋହନ ୪:୨ |
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
|
ଯୋହନ ୪:୬ |
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା । ଅତଏବ, ଯୀଶୁ ପଥଶ୍ରା; ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ । ସେତେବେଳେ ମଧ୍ୟାହ୍ନ ହୋଇଥିଲା ।
|
ଯୋହନ ୪:୭ |
ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା । ଯୀଶୁ ତାହାକୁ କହିଲେ, ମୋତେ ପିଇବାକୁ ଦିଅ ।
|
ଯୋହନ ୪:୧୦ |
ଯୀଶୁ ତାହାକୁ ଉତ୍ତର ଦେଲେ, ଈଶ୍ଵରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯେବେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ ।
|
ଯୋହନ ୪:୧୩ |
ଯୀଶୁ ତାହାକୁ ଉତ୍ତର ଦେଲେ, ଯେକେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
|
ଯୋହନ ୪:୧୬ |
ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ଵାମୀକି ଡାକି ଏଠାକୁ ଆସ ।
|
ଯୋହନ ୪:୧୭ |
ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋର ସ୍ଵାମୀ ନାହିଁ । ଯୀଶୁ ତାଙ୍କୁ କହିଲେ, ମୋହର ସ୍ଵାମୀ ନାହିଁ, ଏହା ତ ଠିକ୍ କହିଲ;
|
ଯୋହନ ୪:୨୧ |
ଯୀଶୁ ତାହାକୁ କହିଲେ, ଆଗୋ ନାରୀ, ମୋʼ କଥା ବିଶ୍ଵାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ଵା ଯିରୂଶାଲମରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି ।
|
ଯୋହନ ୪:୨୬ |
ଯୀଶୁ ତାହାକୁ କହିଲେ, ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ ।
|
ଯୋହନ ୪:୩୪ |
ଯୀଶୁ ସେମାନଙ୍କୁ କହିଲେ, ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ ।
|
ଯୋହନ ୪:୪୪ |
କାରଣ ଭାବବାଦୀ ସ୍ଵଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ ।
|
ଯୋହନ ୪:୪୭ |
ଯୀଶୁ ଯିହୁଦା ପ୍ରଦେଶରୁ ଗାଲିଲୀକି ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍ ହୋଇଥିଲା ।
|
ଯୋହନ ୪:୪୮ |
ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ଵାସ କରିବ ନାହିଁ ।
|
ଯୋହନ ୪:୫୦ |
ଯୀଶୁ ତାଙ୍କୁ କହିଲେ, ଯାଅ, ତୁମ୍ଭର ପୁଅ ବଞ୍ଚିଲାଣି । ଯୀଶୁ ସେହି ବ୍ୟକ୍ତିଙ୍କି ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ଵାସ କରି ଚାଲିଗଲେ ।
|
ଯୋହନ ୪:୫୩ |
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ତରେ ତୁମ୍ଭର ପୁତ୍ର ବଞ୍ଚିଲାଣି ବୋଲି ତାଙ୍କୁ କହିଥିଲେ, ଠିକ୍ ସେହି ଦଣ୍ତରେ ଏହା ଘଟିଥିଲା । ଆଉ, ସେ ଆପେ ଓ ତାଙ୍କ ସମସ୍ତ ପରିବାର ବିଶ୍ଵାସ କଲେ ।
|
ଯୋହନ ୪:୫୪ |
ଯିହୁଦାରୁ ପୁର୍ନବାର ଗାଲିଲୀକି ଆସି ଯୀଶୁ ଏହି ଦ୍ଵିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ ।
|
ଯୋହନ ୫:୧ |
ଏଥିଉତ୍ତାରେ ଯିହୁଦୀମାନଙ୍କର ଗୋଟିଏ ପର୍ବ ପଡ଼ିଲା, ଆଉ ଯୀଶୁ ଯିରୂଶାଲମକୁ ଯାତ୍ରା କଲେ ।
|
ଯୋହନ ୫:୬ |
ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କଅଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ?
|
ଯୋହନ ୫:୮ |
ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
|
ଯୋହନ ୫:୧୩ |
କିନ୍ତୁ ସେ କିଏ, ତାହା ସେହି ସୁସ୍ଥ ହୋଇଥିବା ଲୋକ ଜାଣି ନ ଥିଲା, କାରଣ ସେ ସ୍ଥାନରେ ବହୁତ ଲୋକ ଥିବାରୁ ଯୀଶୁ ଅଗୋଚରରେ ଚାଲିଯାଇଥିଲେ ।
|
ଯୋହନ ୫:୧୪ |
ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାକୁ କହିଲେ, ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ ।
|
ଯୋହନ ୫:୧୫ |
ସେହି ଲୋକ ଚାଲିଯାଇ, ଯେ ତାକୁ ସୁସ୍ଥ କରିଥିଲେ, ସେ ଯୀଶୁ ବୋଲି ଯିହୁଦୀମାନଙ୍କୁ କହିଲା ।
|
ଯୋହନ ୫:୧୬ |
ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।
|
ଯୋହନ ୫:୧୯ |
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ପୁତ୍ର ପିତାଙ୍କୁ ଯାହା କରୁଥିବା ଦେଖନ୍ତି, ତାହା ଛଡ଼ା ସେ ଆପଣାରୁ କିଛି ହିଁ କରି ପାରନ୍ତି ନାହିଁ । କାରଣ ସେ ଯାହା ଯାହା କରନ୍ତି, ପୁତ୍ର ମଧ୍ୟ ସେହିସବୁ ସେପ୍ରକାରେ କରନ୍ତି ।
|
ଯୋହନ ୬:୧ |
ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍, ତିବିରୀୟା ସମୁଦ୍ରର ଆରପାରିକି ଗଲେ ।
|
ଯୋହନ ୬:୩ |
ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ ।
|
ଯୋହନ ୬:୫ |
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୋଟୀ କିଣିବା?
|
ଯୋହନ ୬:୧୦ |
ଯୀଶୁ କହିଲେ, ଲୋକମାନଙ୍କୁ ବସାଅ । ସେ ସ୍ଥାନରେ ବହୁତ ଘାସ ଥିଲା । ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ ।
|
ଯୋହନ ୬:୧୧ |
ସେଥିରେ ଯୀଶୁ ସେହି ରୋଟୀ ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ ।
|
ଯୋହନ ୬:୧୫ |
ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
|
ଯୋହନ ୬:୧୭ |
ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
|
ଯୋହନ ୬:୧୯ |
ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ ।
|
ଯୋହନ ୬:୨୨ |
ସେ ସ୍ଥାନରେ ଗୋଟିଏ ନୌକା ଭିନ୍ନ ଯେ ଅନ୍ୟ କୌଣସି ନୌକା ନ ଥିଲା, ଆଉ ସେଥିରେ ଯେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଯାଇ ନ ଥିଲେ, ମାତ୍ର କେବଳ ତାହାଙ୍କ ଶିଷ୍ୟମାନେ ଯାଇଥିଲେ, ଏହା ଯେଉଁ ଲୋକମାନେ ତହିଁ ଆରଦିନ ସମୁଦ୍ର ସେପାରିରେ ଠିଆ ହୋଇଥିଲେ, ସେମାନେ ଦେଖିଥିଲେ ।
|
ଯୋହନ ୬:୨୪ |
ଅତଏବ, ଯୀଶୁ କିମ୍ଵା ତାହାଙ୍କ ଶିଷ୍ୟମାନେ ଯେ ସେଠାରେ ନାହାନ୍ତି, ଏହା ଯେତେବେଳେ ଲୋକସମୂହ ଦେଖିଲେ, ସେତେବେଳେ ସେମାନେ ସେହିସବୁ ନୌକାରେ ଚଢ଼ି ଯୀଶୁଙ୍କୁ ଖୋଜୁ ଖୋଜୁ କଫର୍ନାହୂମକୁ ଆସିଲେ ।
|
ଯୋହନ ୬:୨୬ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ଵେଷଣ କରୁଅଛ, ତାହା ନୁହେଁ, ମାତ୍ର ରୋଟୀ ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ଵେଷଣ କରୁଅଛ ।
|
ଯୋହନ ୬:୨୯ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵର ଯାହାଙ୍କୁ ପ୍ରେରଣ କରିଅଛନ୍ତି, ତାହାଙ୍କଠାରେ ବିଶ୍ଵାସ କରିବା ହିଁ ଈଶ୍ଵରଙ୍କ କାର୍ଯ୍ୟ ଅଟେ ।
|
ଯୋହନ ୬:୩୨ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋଶା ତୁମ୍ଭମାନଙ୍କୁ ସ୍ଵର୍ଗରୁ ଆହାର ଦେଇ ନାହାନ୍ତି, କିନ୍ତୁ ମୋହର ପିତା ତୁମ୍ଭମାନଙ୍କୁ ସ୍ଵର୍ଗରୁ ପ୍ରକୃତ ଆହାର ଦିଅନ୍ତି;
|
ଯୋହନ ୬:୩୫ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ଵାସ କରେ, ସେ କଦାପି ତୃଷିତ ହେବ ନାହିଁ ।
|
ଯୋହନ ୬:୪୨ |
ଏ କଅଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କଅଣ ଏହାର ବାପାମାଆକୁ ଜାଣୁ ନାହୁଁଣ? ତେବେ ମୁଁ ସ୍ଵର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି?
|
ଯୋହନ ୬:୪୩ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆପଣା ଆପଣା ମଧ୍ୟରେ ବଚସା କର ନାହିଁ ।
|
ଯୋହନ ୬:୫୩ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟପୁତ୍ରଙ୍କର ମାଂସ ଭୋଜନ ନ କଲେ ଓ ତାହାଙ୍କ ରକ୍ତ ପାନ ନ କଲେ, ତୁମ୍ଭମାନଙ୍କ-ଠାରେ ଜୀବନ ନାହିଁ ।
|
ଯୋହନ ୬:୬୧ |
କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କଅଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି?
|
ଯୋହନ ୬:୬୪ |
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ଵାସ କରୁ ନାହାନ୍ତି । କାରଣ କେଉଁମାନେ ବିଶ୍ଵାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ ।
|
ଯୋହନ ୬:୬୭ |
ସେଥିରେ ଯୀଶୁ ଦ୍ଵାଦଶଙ୍କୁ ପଚାରିଲେ, ତୁମ୍ଭେମାନେ ମଧ୍ୟ କଅଣ ଚାଲିଯିବାକୁ ଇଚ୍ଛା କରୁଅଛ?
|
ଯୋହନ ୬:୭୦ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କଅଣ ତୁମ୍ଭ ଦ୍ଵାଦଶଙ୍କୁ ମନୋନୀତ କରି ନାହିଁ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ ।
|
ଯୋହନ ୭:୧ |
ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୁଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
|
ଯୋହନ ୭:୬ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
|
ଯୋହନ ୭:୧୪ |
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
|
ଯୋହନ ୭:୧୬ |
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋʼ ନିଜର ନୁହେଁ, କିନ୍ତୁ ମୋʼ ପ୍ରେରଣକର୍ତ୍ତାଙ୍କର ।
|
ଯୋହନ ୭:୨୧ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
|
ଯୋହନ ୭:୨୮ |
ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚ ସ୍ଵରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ୍, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
|
ଯୋହନ ୭:୩୩ |
ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
|
ଯୋହନ ୭:୩୭ |
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ ।
|
ଯୋହନ ୭:୩୯ |
ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
|
ଯୋହନ ୮:୧ |
କିନ୍ତୁ ଯୀଶୁ ଜୀତ ପର୍ବତକୁ ଗଲେ ।
|
ଯୋହନ ୮:୬ |
ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ଵାରା ଭୂମିରେ ଲେଖିବାକୁ ଲାଗିଲେ ।
|
ଯୋହନ ୮:୯ |
ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରି ଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।
|
ଯୋହନ ୮:୧୦ |
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ?
|
ଯୋହନ ୮:୧୧ |
ସେ କହିଲା, କେହି ନାହିଁ, ପ୍ରଭୋ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]
|
ଯୋହନ ୮:୧୨ |
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବର ଜୀବନର ଜ୍ୟୋତିଃ ପାଇବ ।
|
ଯୋହନ ୮:୧୪ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ଵା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।
|
ଯୋହନ ୮:୧୯ |
ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ଵା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।
|
ଯୋହନ ୮:୨୫ |
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କଅଣ?
|
ଯୋହନ ୮:୨୮ |
ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଊର୍ଦ୍ଧ୍ଵକୁ ଉଠାଇଥିବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହିପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।
|
ଯୋହନ ୮:୩୧ |
ଅତଏବ, ଯୀଶୁ ତାହାଙ୍କୁ ବିଶ୍ଵାସ କରିଥିବା ଯିହୁଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
|
ଯୋହନ ୮:୩୪ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ପାପ କରେ, ସେ ପାପର ଦାସ ।
|
ଯୋହନ ୮:୩୯ |
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା । ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
|
ଯୋହନ ୮:୪୨ |
ଯୀଶୁ ସେମାନଙ୍କୁ କହିଲେ, ଈଶ୍ଵର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ଵରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
|
ଯୋହନ ୮:୪୯ |
ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
|
ଯୋହନ ୮:୫୪ |
ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ଵର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
|
ଯୋହନ ୮:୫୮ |
ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।
|
ଯୋହନ ୮:୫୯ |
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।
|
ଯୋହନ ୯:୩ |
ଯୀଶୁ ଉତ୍ତର ଦେଲେ, ଏ କିମ୍ଵା ଏହାର ବାପମା ପାପ କଲେ ନାହିଁ, କିନ୍ତୁ ଈଶ୍ଵରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି ।
|
ଯୋହନ ୯:୧୧ |
ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲେପିଦେଲେ, ଆଉ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି ।
|
ଯୋହନ ୯:୧୪ |
ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହିଦିନ ବିଶ୍ରାମବାର ।
|
ଯୋହନ ୯:୩୫ |
ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାʼର ଦେଖା ପାଇ କହିଲେ, ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ଵାସ କରୁଅଛ?
|
ଯୋହନ ୯:୩୭ |
ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।
|
ଯୋହନ ୯:୩୯ |
ପୁଣି ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
|
ଯୋହନ ୯:୪୧ |
ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥାʼନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭମାନଙ୍କର ପାପ ରହୁଅଛି ।
|
ଯୋହନ ୧୦:୬ |
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହିସବୁ କଅଣ ବୋଲି ସେମାନେ ବୁଝିଲେ ନାହିଁ ।
|
ଯୋହନ ୧୦:୭ |
ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ଵାର ।
|
ଯୋହନ ୧୦:୨୩ |
ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ତପରେ ବୁଲୁଥିଲେ ।
|
ଯୋହନ ୧୦:୨୫ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ଵାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି;
|
ଯୋହନ ୧୦:୩୨ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?
|
ଯୋହନ ୧୦:୩୪ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ଵରଗଣ?
|
ଯୋହନ ୧୧:୪ |
କିନ୍ତୁ ଯୀଶୁ ତାହା ଶୁଣି କହିଲେ, ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ଵରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ଦ୍ଵାରା ଈଶ୍ଵରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି ।
|
ଯୋହନ ୧୧:୫ |
ଯୀଶୁ ମାର୍ଥା, ତାଙ୍କ ଭଉଣୀ ଓ ଲାଜାରଙ୍କୁ ସ୍ନେହ କରୁଥିଲେ ।
|
ଯୋହନ ୧୧:୯ |
ଯୀଶୁ ଉତ୍ତର ଦେଲେ, ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;
|
ଯୋହନ ୧୧:୧୩ |
ଯୀଶୁ ତାଙ୍କର ମୃତ୍ୟୁ ବିଷୟରେ କହିଲେ, କିନ୍ତୁ ସେ ନିଦ୍ରାରେ ଶୋଇପଡ଼ିବା ବିଷୟରେ କହିଲେ ବୋଲି ସେମାନେ ମନେ କଲେ ।
|
ଯୋହନ ୧୧:୧୪ |
ଅତଏବ, ଯୀଶୁ ସେତେବେଳେ ସେମାନଙ୍କୁ ସ୍ପଷ୍ଟ ରୂପେ କହିଲେ, ଲାଜାର ମରିଯାଇଛନ୍ତି;
|
ଯୋହନ ୧୧:୧୭ |
ଯୀଶୁ ପହଞ୍ଚି ଶୁଣିଲେ ଯେ, ସେ ଚାରି ଦିନ ହେଲା ସମାଧିରେ ରଖାଗଲେଣି ।
|
ଯୋହନ ୧୧:୨୦ |
ସେଥିରେ ଯୀଶୁ ଆସିଅଛନ୍ତି ବୋଲି ଯେତେବେଳେ ମାର୍ଥା ଶୁଣିଲେ, ସେତେବେଳେ ସେ ତାହାଙ୍କୁ ଭେଟିବାକୁ ଗଲେ, କିନ୍ତୁ ମରୀୟମ ଗୃହରେ ବସି ରହିଲେ ।
|
ଯୋହନ ୧୧:୨୧ |
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋହର ଭାଇ ମରି ନ ଥାʼନ୍ତା ।
|
ଯୋହନ ୧୧:୨୩ |
ଯୀଶୁ ତାଙ୍କୁ କହିଲେ, ତୁମ୍ଭ ଭାଇ ପୁଣି ଉଠିବ ।
|
ଯୋହନ ୧୧:୨୫ |
ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼଠାରେ ବିଶ୍ଵାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
|
ଯୋହନ ୧୧:୩୦ |
ଯୀଶୁ ସେତେବେଳେ ଗ୍ରାମ ଭିତରକୁ ଆସି ନ ଥିଲେ, କିନ୍ତୁ ମାର୍ଥା ତାହାଙ୍କୁ ଯେଉଁ ସ୍ଥାନରେ ଭେଟିଥିଲେ, ସେପର୍ଯ୍ୟନ୍ତ ସେ ସେହି ସ୍ଥାନରେ ଥିଲେ ।
|
ଯୋହନ ୧୧:୩୨ |
ସେଥିରେ ଯୀଶୁ ଯେଉଁ ସ୍ଥାନରେ ଥିଲେ, ମରୀୟମ ସେହି ସ୍ଥାନରେ ଉପସ୍ଥିତ ହୋଇ ତାହାଙ୍କୁ ଦେଖି ତାହାଙ୍କର ଚରଣ ତଳେ ପଡ଼ି କହିଲେ, ପ୍ରଭୋ, ଯଦି ଆପଣ ଏଠାରେ ଉପସ୍ଥିତ ହୋଇଥାଆନ୍ତେ, ତାହାହେଲେ ମୋʼ ଭାଇ ମରି ନ ଥାʼନ୍ତା ।
|
ଯୋହନ ୧୧:୩୩ |
ଅତଏବ, ଯୀଶୁ ତାଙ୍କୁ ଓ ତାଙ୍କ ସହିତ ଆସିଥିବା ଯିହୁଦୀମାନଙ୍କୁ ରୋଦନ କରୁଥିବା ଦେଖି ଆତ୍ମାରେ ଉତ୍ତେଜିତ ହେଲେ, ପୁଣି କର୍ତ୍ତବ୍ୟ ସାଧନ ନିମନ୍ତେ ଦୃଢ଼ ସଂକଳ୍ପରେ ପଚାରିଲେ,
|
ଯୋହନ ୧୧:୩୫ |
ଯୀଶୁ କାନ୍ଦିଲେ ।
|
ଯୋହନ ୧୧:୩୮ |
ସେଥିରେ ଯୀଶୁ ପୁନର୍ବାର ଅନ୍ତରରେ ବିରକ୍ତ ହୋଇ ସମାଧି ନିକଟକୁ ଆସିଲେ; ତାହା ଗୋଟିଏ ଗୁହା, ପୁଣି ତାʼ ମୁହଁରେ ଗୋଟାଏ ପଥର ଥିଲା ।
|
ଯୋହନ ୧୧:୩୯ |
ଯୀଶୁ କହିଲେ, ଏହି ପଥର ଘୁଞ୍ଚାଇଦିଅ । ମୃତ ବ୍ୟକ୍ତିଙ୍କ ଭଗ୍ନୀ ମାର୍ଥା ତାହାଙ୍କୁ କହିଲେ, ପ୍ରଭୋ, ସେ ବାସିଗଲାଣି, କାରଣ ସେ ଚାରି ଦିନ ହେଲା ମଲାଣି ।
|
ଯୋହନ ୧୧:୪୦ |
ଯୀଶୁ ତାଙ୍କୁ କହିଲେ, ଯଦି ତୁମ୍ଭେ ବିଶ୍ଵାସ କର, ତାହାହେଲେ ଈଶ୍ଵରଙ୍କ ମହିମା ଦେଖିବ, ଏହା କଅଣ ମୁଁ ତୁମ୍ଭକୁ କହିଲି ନାହିଁ? ସେଥିରେ ସେମାନେ ପଥର ଘୁଞ୍ଚାଇଦେଲେ ।
|
ଯୋହନ ୧୧:୪୧ |
ଆଉ, ଯୀଶୁ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ତୁମ୍ଭେ ମୋହର ପ୍ରାର୍ଥନା ଶୁଣିଲ ବୋଲି ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ।
|
ଯୋହନ ୧୧:୪୪ |
ମୃତ ଲୋକଟି ବାହାରି ଆସିଲେ; ତାଙ୍କ ହାତ ଓ ପାଦ ସମାଧିବସ୍ତ୍ରରେ ବନ୍ଧା ହୋଇଥିଲା, ପୁଣି ତାଙ୍କ ମୁଖରେ ଖଣ୍ତେ ଗାମୁଛା ଗୁଡ଼ା ହୋଇଥିଲା । ଯୀଶୁ ସେମାନଙ୍କୁ କହିଲେ, ଏହାଙ୍କ ବନ୍ଧନ ଫିଟାଇ ଚାଲିଯିବାକୁ ଦିଅ ।
|
ଯୋହନ ୧୧:୪୫ |
ଅତଏବ, ଯିହୁଦୀମାନଙ୍କ ମଧ୍ୟରେ ଅନେକେ, ଅର୍ଥାତ୍ ଯେଉଁମାନେ ମରୀୟମଙ୍କ ନିକଟକୁ ଆସିଥିଲେ ଓ ଯୀଶୁଙ୍କ କର୍ମ ଦେଖିଥିଲେ, ସେମାନେ ତାହାଙ୍କଠାରେ ବିଶ୍ଵାସ କଲେ;
|
ଯୋହନ ୧୧:୪୬ |
ପୁଣି, ସେମାନଙ୍କ ମଧ୍ୟରୁ କେହି କେହି ଫାରୂଶୀମାନଙ୍କ ନିକଟକୁ ଯାଇ, ଯୀଶୁ ଯାହା ଯାହା କରିଥିଲେ, ସେହିସବୁ ସେମାନଙ୍କୁ ଜଣାଇଲେ ।
|
ଯୋହନ ୧୧:୫୧ |
ସେ ଆପଣାଠାରୁ ଏହା କହିଲେ ନାହିଁ, କିନ୍ତୁ ସେ ସେହି ବର୍ଷର ମହାଯାଜକ ଥିବାରୁ ଯୀଶୁ ଯେ ଜାତି ନିମନ୍ତେ,
|
ଯୋହନ ୧୧:୫୪ |
ଅତଏବ, ଯୀଶୁ ଯିହୁଦୀମାନଙ୍କ ମଧ୍ୟରେ ଆଉ ପ୍ରକାଶରେ ଗମନାଗମନ କଲେ ନାହିଁ, କିନ୍ତୁ ସେ ସେସ୍ଥାନରୁ ବାହାରିଯାଇ ପ୍ରାନ୍ତର ନିକଟରେ ଥିବା ଅଞ୍ଚଳର ଏଫ୍ରୟିମ ନାମକ ଗୋଟିଏ ନଗରକୁ ପ୍ରସ୍ଥାନ କଲେ, ଆଉ ସେ ଶିଷ୍ୟମାନଙ୍କ ସହିତ ସେଠାରେ ରହିଲେ ।
|
ଯୋହନ ୧୧:୫୬ |
ସେଥିରେ ସେମାନେ ଯୀଶୁଙ୍କର ଅନ୍ଵେଷଣ କରୁ କରୁ ମନ୍ଦିରରେ ଠିଆ ହୋଇଥିବା ସମୟରେ ପରସ୍ପର କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ମନେ କରୁଅଛ? ସେ କି ପର୍ବକୁ ଆସିବେ ନାହିଁ?
|
ଯୋହନ ୧୨:୧ |
ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ ।
|
ଯୋହନ ୧୨:୩ |
ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା ।
|
ଯୋହନ ୧୨:୭ |
ସେଥିରେ ଯୀଶୁ କହିଲେ, ଏହାକୁ ଛାଡ଼ିଦିଅ, ଯେପରି ମୋର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ ।
|
ଯୋହନ ୧୨:୯ |
ଇତିମଧ୍ୟରେ ବହୁସଂଖ୍ୟକ ଯିହୁଦୀ ଲୋକ ସେ ସେଠାରେ ଅଛନ୍ତି ବୋଲି ଜାଣି ପାରି କେବଳ ଯୀଶୁଙ୍କ ସକାଶେ ନୁହେଁ, ମାତ୍ର ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ତାଙ୍କୁ ଦେଖିବା ନିମନ୍ତେ ମଧ୍ୟ ଆସିଲେ ।
|
ଯୋହନ ୧୨:୧୧ |
କାରଣ ତାଙ୍କ ଯୋଗୁ ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଯାଇ ଯୀଶୁଙ୍କଠାରେ ବିଶ୍ଵାସ କରୁଥିଲେ ।
|
ଯୋହନ ୧୨:୧୨ |
ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି
|
ଯୋହନ ୧୨:୧୪ |
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖା ଅଛି,
|
ଯୋହନ ୧୨:୧୬ |
ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହିସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ଵିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ଵନ୍ଧରେ ଲେଖାଯାଇଥିଲା, ପୁଣି ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।
|
ଯୋହନ ୧୨:୨୧ |
ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା ।
|
ଯୋହନ ୧୨:୨୨ |
ଫିଲିପ୍ପ ଯାଇ ଆନ୍ଦ୍ରୀୟଙ୍କୁ କହିଲେ, ପୁଣି ଆନ୍ଦ୍ରୀୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ ।
|
ଯୋହନ ୧୨:୨୩ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମନୁଷ୍ୟପୁତ୍ର ମହିମାନ୍ଵିତ ହେବା ନିମନ୍ତେ ସମୟ ଉପସ୍ଥିତ ।
|
ଯୋହନ ୧୨:୩୦ |
ଯୀଶୁ ଉତ୍ତର ଦେଲେ, ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି ।
|
ଯୋହନ ୧୨:୩୫ |
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି । ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ ।
|
ଯୋହନ ୧୨:୩୬ |
ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ଵାସ କର । ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ ।
|
ଯୋହନ ୧୨:୪୪ |
ଯୀଶୁ ଉଚ୍ଚ ସ୍ଵରରେ କହିଲେ, ଯେ ମୋʼଠାରେ ବିଶ୍ଵାସ କରେ, ସେ ମୋʼଠାରେ ବିଶ୍ଵାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ଵାସ କରେ;
|
ଯୋହନ ୧୩:୧ |
ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ା; ପ୍ରେମ ପ୍ରକାଶ କଲେ ।
|
ଯୋହନ ୧୩:୨ |
ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,
|
ଯୋହନ ୧୩:୭ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ ।
|
ଯୋହନ ୧୩:୮ |
ପିତର ତାହାଙ୍କୁ କହିଲେ, ଆପଣ କଦାପି କେବେ ହେଁ ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ ।
|
ଯୋହନ ୧୩:୧୦ |
ଯୀଶୁ ତାଙ୍କୁ କହିଲେ, ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ ।
|
ଯୋହନ ୧୩:୨୧ |
ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ ।
|
ଯୋହନ ୧୩:୨୩ |
ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।
|
ଯୋହନ ୧୩:୨୫ |
ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ?
|
ଯୋହନ ୧୩:୨୬ |
ତେଣୁ ଯୀଶୁ ଉତ୍ତର ଦେଲେ, ଯାହା ନିମନ୍ତେ ମୁଁ ଏହି ରୋଟୀଖଣ୍ତକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ । ତହିଁରେ ସେ ସେହି ରୋଟୀଖଣ୍ତକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ ।
|
ଯୋହନ ୧୩:୨୭ |
ସେ ରୋଟୀଖଣ୍ତକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।
|
ଯୋହନ ୧୩:୨୯ |
କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ଵା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାକୁ କହିଲେ ବୋଲି କେହି କେହି ମନେ କଲେ ।
|
ଯୋହନ ୧୩:୩୧ |
ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ଵିତ ହେଲେ ଓ ତାହାଙ୍କଠାରେ ଈଶ୍ଵର ମହିମାନ୍ଵିତ ହେଲେ ।
|
ଯୋହନ ୧୩:୩୬ |
ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ ।
|
ଯୋହନ ୧୩:୩୮ |
ଯୀଶୁ ଉତ୍ତର ଦେଲେ, ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ ।
|
ଯୋହନ ୧୪:୬ |
ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।
|
ଯୋହନ ୧୪:୯ |
ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?
|
ଯୋହନ ୧୪:୨୩ |
ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା ।
|
ଯୋହନ ୧୬:୧୯ |
ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?
|
ଯୋହନ ୧୬:୩୧ |
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଏବେ ବିଶ୍ଵାସ କରୁଅଛ?
|
ଯୋହନ ୧୭:୧ |
ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି,
|
ଯୋହନ ୧୭:୩ |
ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ ।
|
ଯୋହନ ୧୮:୧ |
ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ ।
|
ଯୋହନ ୧୮:୨ |
ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହିସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେସ୍ଥାନକୁ ଯାଉଥିଲେ ।
|
ଯୋହନ ୧୮:୪ |
ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ?
|
ଯୋହନ ୧୮:୫ |
ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ । ସେ ସେମାନଙ୍କୁ କହିଲେ, ମୁଁ ସେହି । ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା ।
|
ଯୋହନ ୧୮:୬ |
ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ ।
|
ଯୋହନ ୧୮:୭ |
ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ? ସେମାନେ କହିଲେ, ନାଜରିତୀୟ ଯୀଶୁକୁ ।
|
ଯୋହନ ୧୮:୮ |
ଯୀଶୁ ଉତ୍ତର ଦେଲେ, ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି । ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ ।
|
ଯୋହନ ୧୮:୧୧ |
ସେଥିରେ ଯୀଶୁ ପିତରଙ୍କୁ କହିଲେ, ଖଣ୍ତା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?
|
ଯୋହନ ୧୮:୧୨ |
ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ
|
ଯୋହନ ୧୮:୧୫ |
ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;
|
ଯୋହନ ୧୮:୧୯ |
ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ଵନ୍ଧରେ ପଚାରିଲେ ।
|
ଯୋହନ ୧୮:୨୦ |
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।
|
ଯୋହନ ୧୮:୨୨ |
ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ?
|
ଯୋହନ ୧୮:୨୩ |
ଯୀଶୁ ତାକୁ ଉତ୍ତର ଦେଲେ, ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?
|
ଯୋହନ ୧୮:୨୮ |
ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି-ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ ।
|
ଯୋହନ ୧୮:୩୨ |
ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ ।
|
ଯୋହନ ୧୮:୩୩ |
ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା?
|
ଯୋହନ ୧୮:୩୪ |
ଯୀଶୁଉତ୍ତର ଦେଲେ, ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ଵନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?
|
ଯୋହନ ୧୮:୩୬ |
ଯୀଶୁ ଉତ୍ତର ଦେଲେ, ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ଵନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ଵନ୍ଧୀୟ ନୁହେଁ ।
|
ଯୋହନ ୧୮:୩୭ |
ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେକେହି ସତ୍ୟର। ସନ୍ତାନ, ସେ ମୋହର କଥା ଶୁଣେ ।
|
ଯୋହନ ୧୯:୧ |
ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ ।
|
ଯୋହନ ୧୯:୫ |
ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ । ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!
|
ଯୋହନ ୧୯:୯ |
ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାଙ୍କୁ ଉତ୍ତର ଦେଲେ ନାହିଁ ।
|
ଯୋହନ ୧୯:୧୧ |
ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ଵରୁ ଆପଣଙ୍କୁ ଦତ୍ତ ହୋଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର ।
|
ଯୋହନ ୧୯:୧୩ |
ଅତଏବ, ପୀଲାତ ଏହିସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି ‘ପ୍ରସ୍ତରମଣ୍ତପʼ, ଯାହାକୁ ଏବ୍ରୀ ଭାଷାରେ ‘ଗବ୍ବଥାʼ ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।
|
ଯୋହନ ୧୯:୧୭ |
ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।
|
ଯୋହନ ୧୯:୧୮ |
ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଚଢ଼ାଇଲେ, ଦୁଇ ପାଖରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ ।
|
ଯୋହନ ୧୯:୧୯ |
ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା ।
|
ଯୋହନ ୧୯:୨୦ |
ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା ।
|
ଯୋହନ ୧୯:୨୩ |
ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ । ସେହି ଅଙ୍ଗରଖା ସିଲାଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା ।
|
ଯୋହନ ୧୯:୨୫ |
କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଗ୍ନୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ ।
|
ଯୋହନ ୧୯:୨୬ |
ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!
|
ଯୋହନ ୧୯:୨୮ |
ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି ।
|
ଯୋହନ ୧୯:୩୦ |
ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, ସମାପ୍ତ ହେଲା; ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ ।
|
ଯୋହନ ୧୯:୩୩ |
ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ,
|
ଯୋହନ ୧୯:୩୮ |
ଏହିସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ । ସେଥିରେ ପୀଲାତ ଅନୁମତି ଦେଲେ । ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ ।
|
ଯୋହନ ୧୯:୪୦ |
ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀ-ମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ ।
|
ଯୋହନ ୧୯:୪୨ |
ଅତଏବ, ଯିହୁଦୀମାନଙ୍କର ଆୟୋଜନଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା ।
|
ଯୋହନ ୨୦:୨ |
ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, କେଉଁମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
|
ଯୋହନ ୨୦:୧୨ |
ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ଥୁଆଯାଇଥିଲା, ସେଥିର ମୁଣ୍ତ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।
|
ଯୋହନ ୨୦:୧୪ |
ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ ।
|
ଯୋହନ ୨୦:୧୫ |
ଯୀଶୁ ତାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ଵେଷଣ କରୁଅଛ? ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି ।
|
ଯୋହନ ୨୦:୧୬ |
ଯୀଶୁ ତାଙ୍କୁ କହିଲେ, ମରୀୟମ । ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ ।
|
ଯୋହନ ୨୦:୧୭ |
ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ଵର ଓ ତୁମ୍ଭମାନଙ୍କର ଈଶ୍ଵରଙ୍କ ନିକଟକୁ ଆରୋହଣ କରୁଅଛି ।
|
ଯୋହନ ୨୦:୧୯ |
ସେହିଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ଵାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
|
ଯୋହନ ୨୦:୨୧ |
ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।
|
ଯୋହନ ୨୦:୨୪ |
କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ ।
|
ଯୋହନ ୨୦:୨୬ |
ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ । ଦ୍ଵାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।
|
ଯୋହନ ୨୦:୨୯ |
ଯୀଶୁ ତାଙ୍କୁ କହିଲେ, ତୁମ୍ଭେ ମୋତେ ଦେଖିବାରୁ ବିଶ୍ଵାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ଵାସ କରିଅଛନ୍ତି, ସେମାନେ ଧନ୍ୟ ।
|
ଯୋହନ ୨୦:୩୦ |
ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ;
|
ଯୋହନ ୨୦:୩୧ |
କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ଵାସ କର ଯେ, ଯୀଶୁ ଈଶ୍ଵରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି ବିଶ୍ଵାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଆ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି ।
|
ଯୋହନ ୨୧:୧ |
ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
|
ଯୋହନ ୨୧:୪ |
କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।
|
ଯୋହନ ୨୧:୫ |
ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
|
ଯୋହନ ୨୧:୭ |
ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ । ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
|
ଯୋହନ ୨୧:୧୦ |
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ ।
|
ଯୋହନ ୨୧:୧୨ |
ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।
|
ଯୋହନ ୨୧:୧୩ |
ଯୀଶୁ ଆସି ରୋଟୀ ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
|
ଯୋହନ ୨୧:୧୪ |
ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
|
ଯୋହନ ୨୧:୧୫ |
ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
|
ଯୋହନ ୨୧:୧୭ |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
|
ଯୋହନ ୨୧:୨୦ |
ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୋ, ଆପଣଙ୍କୁ କିଏ ଶତ୍ରୁହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
|
ଯୋହନ ୨୧:୨୧ |
ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୋ, ଏହାର ବିଷୟରେ କଅଣ?
|
ଯୋହନ ୨୧:୨୨ |
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ ।
|
ଯୋହନ ୨୧:୨୩ |
ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି ବୋଲି କହିଥିଲେ ।
|
ଯୋହନ ୨୧:୨୫ |
ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।
|
ପ୍ରେରିତ ୧:୧ |
ହେ ଥୀୟଫିଲ, ଯେଉଁଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ଵାରା ଆଜ୍ଞା ଦେଇ ଊର୍ଦ୍ଧ୍ଵରେ ଗୃହୀତ ହେଲେ,
|
ପ୍ରେରିତ ୧:୧୧ |
ପୁଣି ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ଵର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ଵର୍ଗକୁ ଯିବାର ଦେଖିଲ, ସେ ସେହିପ୍ରକାରେ ଆଗମନ କରିବେ।
|
ପ୍ରେରିତ ୧:୧୪ |
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରୀୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକଚିତ୍ତରେ ପ୍ରାର୍ଥନାରେ ନିବିଷ୍ଟ ହୋଇ ରହିଲେ ।
|
ପ୍ରେରିତ ୧:୧୬ |
ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
|
ପ୍ରେରିତ ୧:୨୧ |
ଅତଏବ, ଯୋହନ ବାପ୍ତିସ୍ମ ଦେବା ସମୟଠାରୁ ଆରମ୍ଭ କରି ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ଵରେ ଗୃହୀତ ହେବା ଦିନ ପର୍ଯ୍ୟନ୍ତ ଯେତେ ସମୟ ପ୍ରଭୁ ଯୀଶୁ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
|
ପ୍ରେରିତ ୨:୨୨ |
ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ଵାରା ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ଵାରା ଈଶ୍ଵର ଯେ ଆପଣମାନଙ୍କ ମଧ୍ୟରେ ଏହିସମସ୍ତ କର୍ମ କରିଅଛନ୍ତି, ଏହା ଆପଣମାନେ ନିଜେ ନିଜେ ଜାଣନ୍ତି;
|
ପ୍ରେରିତ ୨:୩୨ |
ଏହି ଯୀଶୁଙ୍କୁ ଈଶ୍ଵର ଉଠାଇ ଅଛନ୍ତି, ସେ ବିଷୟରେ ଆମ୍ଭେମାନେ ସମସ୍ତେ ସାକ୍ଷୀ ।
|
ପ୍ରେରିତ ୨:୩୬ |
ଅତଏବ, ସମସ୍ତ ଇସ୍ରାଏଲକୁଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ଵର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
|
ପ୍ରେରିତ ୨:୩୮ |
ତେଣୁ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପକ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
|
ପ୍ରେରିତ ୩:୬ |
କିନ୍ତୁ ପିତର କହିଲେ, ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଚାଲ ।
|
ପ୍ରେରିତ ୩:୧୩ |
ଅବ୍ରହାମ, ଯିସ୍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ ।
|
ପ୍ରେରିତ ୩:୨୦ |
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।
|
ପ୍ରେରିତ ୪:୨ |
ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ ।
|
ପ୍ରେରିତ ୪:୧୦ |
ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ଵାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି ।
|
ପ୍ରେରିତ ୪:୧୩ |
ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ,
|
ପ୍ରେରିତ ୪:୧୮ |
ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
|
ପ୍ରେରିତ ୪:୨୭ |
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତୀୟ ପୀଲାତ ଉଭୟ ବିଜାତି ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,
|
ପ୍ରେରିତ ୪:୩୦ |
ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ଆରୋଗ୍ୟ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର ।
|
ପ୍ରେରିତ ୪:୩୩ |
ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା ।
|
ପ୍ରେରିତ ୫:୩୦ |
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର ତାହାଙ୍କୁ ଉଠାଇଅଛନ୍ତି ।
|
ପ୍ରେରିତ ୫:୪୦ |
ସେମାନେ ତାଙ୍କ କଥାରେ ସମ୍ମତ ହେଲେ, ପୁଣି ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ ।
|
ପ୍ରେରିତ ୫:୪୨ |
ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ ।
|
ପ୍ରେରିତ ୬:୧୪ |
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ଵଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।
|
ପ୍ରେରିତ ୭:୫୫ |
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ଵର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ଵରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବା ଦେଖି କହିଲେ,
|
ପ୍ରେରିତ ୭:୫୯ |
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋର ଆତ୍ମା ଗ୍ରହଣ କର ।
|
ପ୍ରେରିତ ୮:୧୨ |
କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।
|
ପ୍ରେରିତ ୮:୧୬ |
କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।
|
ପ୍ରେରିତ ୮:୩୫ |
ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।
|
ପ୍ରେରିତ ୮:୩୭ |
[ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ଵାସ କରନ୍ତି, ତାହାହେଲେ ହୋଇ ପାରେ । ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ଵରଙ୍କ ପୁତ୍ର, ଏହା ମୁଁ ବିଶ୍ଵାସ କରୁଅଛିଣାିଁ
|
ପ୍ରେରିତ ୯:୫ |
ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।
|
ପ୍ରେରିତ ୯:୧୭ |
ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି ତାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ, ଏଥିନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।
|
ପ୍ରେରିତ ୯:୨୦ |
ପୁଣି, ଯୀଶୁ ଯେ ଈଶ୍ଵରଙ୍କର ପୁତ୍ର, ଏହା ସେ ଅବିଳମ୍ଵରେ ସମାଜଗୃହସମୂହରେ ଘୋଷଣା କରିବାକୁ ଲାଗିଲେ ।
|
ପ୍ରେରିତ ୯:୨୭ |
କିନ୍ତୁ ବର୍ଣ୍ଣବ୍ବା ତାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦାମାସ୍କସ୍ରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ, ଏହିସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
|
ପ୍ରେରିତ ୯:୩୪ |
ପିତର ତ |