A A A A A

ଅତିରିକ୍ତ: [ମଦ୍ୟପାନ]


୧ ପିତର ୪:୩
ଅତୀତରେ ଅବିଶ୍ୱାସୀ ଲୋକଙ୍କ କଥାରେ କାମ କରି ତୁମ୍ଭେ ଅନେକ ସମୟ ନଷ୍ଟ କରିସାରିଛ। ତୁମ୍ଭେ ଯୌନପାପ କରୁଥିଲ। ନିଜ ଇଚ୍ଛାନୁସାରେ ମନ୍ଦକାମ କରୁଥିଲ। ତୁମ୍ଭେ ମାତାଲ ହେଉଥିଲ, ନାନାଦି ହିଂସ୍ରକ ଓ ଧ୍ୱଂସର କାର୍ଯ୍ୟ କରୁଥିଲ, ମଦ୍ୟପାନ ଦଳରେ ଯୋଗ ଦେଉଥିଲ, ଓ ମୂର୍ତ୍ତିମାନଙ୍କୁ ଉପାସନା କରି ମନ୍ଦକାମ କରୁଥିଲ।

୧ ତୀମଥି ୫:୨୩
ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ।

ଉପଦେଶକ ୯:୭
ଯେତେବେଳେ ପାର ଜୀବନକୁ ଉପଭୋଗ କର ତୁମ୍ଭେ ଆପଣା ମାର୍ଗରେ ଯାଅ। ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟ ଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର। କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।

ଏଫିସୀୟ ୫:୧୮
ମଦ ପିଇ ମାତାଲ ହୁଅ ନାହିଁ। କାରଣ ତାହା ଆତ୍ମିକ ଭାବେ ତୁମ୍ଭର ସମ୍ପୂର୍ଣ୍ଣ ବିନାଶ ଘଟାଇବ ବରଂ ଆତ୍ମାରେ ପରିପୂର୍ଣ୍ଣ ହୁଅ।

ହିତୋପଦେଶ 20:1
ଦ୍ରାକ୍ଷାରସ ଓ ମଦ୍ୟ, ଲୋକମାନଙ୍କୁ ନିୟନ୍ତ୍ରଣ କରି ବାହାରକୁ ନେଇଯାଏ। ଯେକେହି ସେଥିରେ ଭ୍ରାନ୍ତ ହୁଏ, ସେ ଜ୍ଞାନୀ ହୋଇ ପାରିବ ନାହିଁ।

ହିତୋପଦେଶ ୨୩:୩୧
ଦ୍ରାକ୍ଷାରସ ରଙ୍ଗୀନ୍ ହେଲେ, ତାହା ପାତ୍ରରେ ଚକମକ ଦେଖାଯାଏ ଓ ସହଜରେ ଗଳାଧଃକରଣ ହେଲେ ମଧ୍ୟ ତୁମ୍ଭେ ତାକୁ ଅନାଅ ନାହିଁ।

ରୋମୀୟ ୧୩:୧୩
ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ।

ହିତୋପଦେଶ ୩୧:୪-୫
[୪] ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ୍ ନୁହେଁ। ଦ୍ରାକ୍ଷାରସ ପାନ କରିବା ଶାସକମାନଙ୍କ ପାଇଁ ଏହା ଉଚିତ୍ ନୁହେଁ।[୫] ଯଦି ସେମାନେ ପାନ କରନ୍ତି, ସେମାନେ ସବୁ ନିୟମ ଭୁଲି ଯାଆନ୍ତି ଏବଂ ଗରିବ ଲୋକମାନଙ୍କ ବିପକ୍ଷରେ ନ୍ୟାୟ କରନ୍ତି।

ଗୀତସଂହିତା ୧୦୪:୧୪-୧୫
[୧୪] ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସେମାନେ ପୃଥିବୀରୁ ଖାଦ୍ୟ ପାଆନ୍ତି।[୧୫] ହୃଦୟ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚି‌କ୍‌କଣକାରୀ ତୈଳ ଓ ମନୁଷ୍ୟକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।

୧ କରିନ୍ଥୀୟ 10:23-24
[23] ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ।[24] କୌଣସି ଲୋକ କେବଳ ନିଜର ସ୍ୱାର୍ଥ ପାଇଁ ଚିନ୍ତିତ ହେବା ଉଚିତ୍ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ୍।

ଯିଶାଇୟ ୬୨:୮-୯
[୮] ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି, “ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।[୯] ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସେମାନଙ୍କୁ, ସେମାନଙ୍କ ଖାଇ ପାରିବେ ଏବଂ ସେମାନଙ୍କର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ। ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସେମାନେ ମୋ’ ପବିତ୍ର ଅଗଣାରେ ପାନ କରିବେ।”

ଗାଲାତୀୟ ୫:୧୯-୨୧
[୧୯] ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ,[୨୦] ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,[୨୧] ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ।

୧ କରିନ୍ଥୀୟ ୯:୧୯-୨୩
[୧୯] ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।[୨୦] ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି।[୨୧] ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି।[୨୨] ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି।[୨୩] ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।

ରୋମୀୟ ୧୪:୧୫-୨୧
[୧୫] ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା’ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ।[୧୬] ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।[୧୭] ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।[୧୮] ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।[୧୯] ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା।[୨୦] ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।[୨୧] ଯଦି ତୁମ୍ଭର ଭାଇ ବା ଭଉଣୀକୁ ତୁମ୍ଭର ଖାଇବା ଓ ପିଇବା ଦ୍ୱାରା, ପାପକର୍ମ କରିବାକୁ ବାଧ୍ୟ କରେ, ତା’ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯଦି ତାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ।

ଯୋହନ ୨:୩-୧୧
[୩] ସେହି ବିବାହ ଉତ୍ସବରେ ଯଥେଷ୍ଟ ପରିମାଣରେ ଦ୍ରାକ୍ଷାରସ ନ ଥିଲା। ଦ୍ରାକ୍ଷାରସ ସରିଯିବା ପରେ ଯୀଶୁଙ୍କର ମା ଆସି ତାହାଙ୍କୁ କହିଲେ, “ସେମାନଙ୍କର ଆଉ ଦ୍ରାକ୍ଷାରସ ନାହିଁ।”[୪] ଯୀଶୁ ଉତ୍ତର ଦେଲେ, “ପ୍ରିୟ ନାରୀ, କ’ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।”[୫] ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”[୬] ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଶହେରୁ ଶହେ ପଗ୍ଭଶ ଲିଟର ପାଣି ଧରୁଥିଲା।[୭] ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।[୮] ତା’ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନିଅ। ଏହି ପାଣି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।” ତେଣୁ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ।[୯] ତା’ପରେ ଭୋଜି ଦାୟିତ୍ୱରେ ଥିବା ମୁଖ୍ୟ ଲୋକ ତାହାକୁ ଗ୍ଭଖିଲେ। ସେହି ପାଣି ଏବେ ଦ୍ରାକ୍ଷାରସରେ ପରିଣତ ହୋଇଯାଇଥିଲା। ସେ ଜାଣି ନ ଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତା’ପରେ ଭୋଜିକର୍ତ୍ତା ବରକୁ ଡାକିଲେ।[୧୦] ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ତୃପ୍ତ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।”[୧୧] ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।

Odia Bible ERV 2010
Easy-to-Read Version Copyright © 2010 World Bible Translation Center