ମାଥିଉ 27:3-4 |
[3] ଯିହୂଦାଙ୍କ ଆତ୍ମହତ୍ୟା ଯିହୂଦା ଦେଖିଲା ଯେ, ସେମାନେ ଯୀଶୁଙ୍କୁ ବଧ କରିବା ପାଇଁ ସ୍ଥିର କରିଛନ୍ତି। ଯିହୂଦାହିଁ ଯୀଶୁଙ୍କୁ ତାହାଙ୍କର ଶତ୍ରୁମାନଙ୍କ ହାତରେ ଦେଇ ଦେଇଥିଲା। ତେଣୁ ସେ ଏସବୁ ଘଟଣା ଦେଖି ନିଜର କର୍ମ ପାଇଁ ବହୁତ ଦୁଃଖ କଲା। ସେ ପ୍ରଧାନଯାଜକ ଓ ପ୍ରାଚୀନ ନେତାମାନଙ୍କୁ ସେହି ତିରିଶ୍ଟି ରୌପ୍ୟମୁଦ୍ରା ଫେରାଇଦେଲୋ।[4] ସେ କହିଲା, “ମୁଁ ପାପ କରିଛି। ମୁଁ ଜଣେ ନିରପରାଧ ଲୋକକୁ ମାରି ଦେବା ପାଇଁ ତୁମ୍ଭ ହାତରେ ଧରେଇ ଦେଇଛି।” ଯିହୂଦୀ ନେତାମାନେ କହିଲେ, “ଏଥିରେ ଆମ୍ଭର କିଛି ଯାଏ ଆସେ ନାହିଁ। ତୁମ୍ଭ କଥା ତୁମ୍ଭେ ବୁଝ।” |
|
ମାଥିଉ 6:14-15 |
[14] ଏଣୁ ତୁମ୍ଭେ ଯଦି ଲୋକଙ୍କ ଅପରାଧ କ୍ଷମା କରିଦେବ ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ତୁମ୍ଭ ଅପରାଧ ପାଇଁ ତୁମ୍ଭକୁ ମଧ୍ୟ କ୍ଷମା କରିଦେବେ।[15] କିନ୍ତୁ ତୁମ୍ଭେ ଯଦି ଲୋକଙ୍କୁ ତାହାଙ୍କ ପାପ ପାଇଁ କ୍ଷମା ଦେବ ନାହିଁ, ତେବେ ତୁମ୍ଭର ପରମପିତା ମଧ୍ୟ ତୁମ୍ଭ ଅପରାଧ ଗୁଡ଼ିକ ପାଇଁ ତୁମ୍ଭକୁ କ୍ଷମା ଦେବେ ନାହିଁ। |
|
ମାର୍କ ୧୧:୨୫ |
ତୁମ୍ଭେମାନେ ଯେତେବେଳେ ପ୍ରାର୍ଥନା କରିବାକୁ ଠିଆ ହୋଇଥିବ, ସେତେବେଳେ ଯଦି ତୁମ୍ଭମାନଙ୍କର ମନେ ପଡ଼ିଯାଏ ଯେ, ତୁମ୍ଭେମାନେ କାହାରି ଉପରେ କୌଣସି କାରଣରୁ ରାଗିଛ, ତେବେ ସେହି ଲୋକକୁ କ୍ଷମା କରି ଦିଅ। ତା’ହେଲେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ମଧ୍ୟ ତୁମ୍ଭମାନଙ୍କର ପାପ ଗୁଡ଼ିକୁ କ୍ଷମା କରିଦେବେ।” |
|
ମାଥିଉ ୭:୧୨ |
ବ୍ୟବସ୍ଥାର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ନିୟମ “ଅନ୍ୟମାନେ ତୁମ୍ଭ ପାଇଁ ଯାହା କରିବେ ବୋଲି ତୁମ୍ଭେ ଗ୍ଭହୁଁଛ, ତୁମ୍ଭେ ନିଜେ ସେମାନଙ୍କ ପାଇଁ ସେହିଭଳି କର। ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଶିକ୍ଷାର ଅର୍ଥ। |
|
ଏବ୍ରୀ ୪:୧୫ |
ଅତଏବ ଆମ୍ଭେ ଆମ୍ଭମାନଙ୍କ ବିଶ୍ୱାସରେ ଦୃଢ଼ ରହିବା ଉଚିତ୍। ମହାଯାଜକ ଯୀଶୁ ଆମ୍ଭର ସମସ୍ତ ଦୁର୍ବଳତା ଜାଣନ୍ତି। ଜଗତରେ ଥିବା ବେଳେ ସେ ପ୍ରତ୍ୟେକ ଭାବରେ ପରୀକ୍ଷିତ ହେଲେ। |
|
ଆଦି ୧୨:୩ |
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।” |
|
ରୋମୀୟ ୩:୨୩ |
ସମସ୍ତେ ପାପ କରିଛନ୍ତି ଓ ପରମେଶ୍ୱରଙ୍କ ମହିମା ପାଇବାରେ ଊଣା ପଡ଼ିଛନ୍ତି। |
|
Odia Bible ERV 2010 |
Easy-to-Read Version Copyright © 2010 World Bible Translation Center |