ଗୀତସଂହିତା 144:14 |
ଆମ୍ଭର ଗାଈଗୋରୁ ଉତ୍ପାଦନ ଦ୍ୱାରା ଅଧିକ ଓଜନିଆ ହୋଇ ପଡ଼ନ୍ତୁ। ଆମ୍ଭମାନଙ୍କର ଶତ୍ରୁଗଣ ଆମ୍ଭର ପ୍ରାଚୀରକୁ ଭାଙ୍ଗନ୍ତୁ ନାହିଁ। ଆମ୍ଭମାନଙ୍କ ମଧ୍ୟରୁ କେହି ନିର୍ବାସିତ ନ ହୁଅନ୍ତୁ। ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ନ ହେଉ। |
|
ନିହିମୀୟା ୮:୧ |
ଏଜ୍ରା ବ୍ୟବସ୍ଥାମାନ ପଢ଼ିଲେ ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ। |
|
ଯିଶାଇୟ 24:11 |
ତଥାପି ଲୋକମାନେ ସଡ଼କରେ ସୁରା ପାଇଁ ଚିତ୍କାର କରୁଛନ୍ତି। କିନ୍ତୁ ସମସ୍ତ ସୁଖ ଗ୍ଭଲି ଯାଇଛି ଓ ଆମୋଦ ଦୂରୀଭୂତ ହୋଇଛି। |
|
ଯିରିମୀୟ 14:2 |
“ଯିହୁଦା ଶୋକ କରୁଅଛି ଓ ତାହାର ନଗରର ଲୋକମାନେ କ୍ଷୀଣ ହୋଇଅଛନ୍ତି। ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସିଛନ୍ତି ଓ ଯିରୁଶାଲମର ଲୋକମାନେ ସାହାଯ୍ୟ ପାଇଁ ଆର୍ତ୍ତଚିତ୍କାର କରୁଛନ୍ତି। |
|
ହିତୋପଦେଶ 23:29 |
— 18 — ଯେଉଁମାନେ ଅତ୍ୟନ୍ତ ମଦ୍ୟପ ଏବଂ ସବୁ ସମୟ ମଦ୍ୟ ପାନରେ ଉପଯୋଗ କରନ୍ତି, ଏହା ଲୋକମାନଙ୍କ ପାଇଁ ବହୁ କ୍ଷତିକାରକ। ସେହିମାନଙ୍କର ବହୁତ ଝଗଡ଼ା ଓ ଯୁକ୍ତି ହୁଏ। ତାହାର ଆଖି ରକ୍ତବର୍ଣ୍ଣ ଦେଖାଯାଏ। ସେ ନିଜେ ନିଜେ ତା’ର କ୍ଷତବିକ୍ଷତ କରେ। ଏଥିରୁ କ୍ଷାନ୍ତ ହୁଅ। |
|
ଫିଲିପ୍ପୀୟ 4:6-7 |
[6] କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ୱରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲାବେଳେ ସଦା ଧନ୍ୟବାଦ ଦିଅ।[7] ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ। |
|
Odia Bible ERV 2010 |
Easy-to-Read Version Copyright © 2010 World Bible Translation Center |