A A A A A

ଚର୍ଚ୍ଚ: [ଡାକନ୍ |]


୧ ତୀମଥି ୩:୧-୧୩
[୧] ମଣ୍ଡଳୀର ନେତାଗଣ ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି।[୨] ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।[୩] ସେ ଅତ୍ୟଧିକ ମଦ୍ୟପାନ କରିବା ଉଚିତ୍ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହୋଇଥିବା କଥା। ସେ ନମ୍ର ଓ ଶାନ୍ତ ହେବା ଦରକାର।[୪] ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା’ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ।[୫] ଯଦି ଜଣେ ପରିବାରର ନେତୃତ୍ୱ ଦେଇ ଜାଣି ନାହିଁ, ସେ ପରମେଶ୍ୱରଙ୍କ ମଣ୍ଡଳୀର ଯତ୍ନ ନେଇ ପାରିବ ନାହିଁ।[୬] କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା’ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।[୭] ଯେଉଁମାନେ ମଣ୍ଡଳୀର ସଦସ୍ୟ ନୁହନ୍ତି, ବାହାରର ସେହି ଲୋକମାନଙ୍କର ମଧ୍ୟ, ଅଧ୍ୟକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ୟକ। ତହିଁରେ ସେ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ ନାହିଁ କି ଶୟତାନର ଫାନ୍ଦରେ ପଡ଼ିବେ ନାହିଁ।[୮] ମଣ୍ଡଳୀର ସେବକଗଣ ସେହିପରି ମଣ୍ଡଳୀରେ ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ସେବକଗଣ ଏଭଳି ଲୋକ ହୋଇଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସେମାନେ ଯାହା କହନ୍ତି, ତାହା ବିଶ୍ୱାସ ଯୋଗ୍ୟ ହେବା ଉଚିତ୍। ଅଧିକ ଦ୍ରାକ୍ଷାରସ ପିଇବାରେ ନିଜ ସମୟ କାଟିବା ଉଚିତ୍ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହେବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସେମାନେ ହୋଇ ନ ଥିବେ।[୯] ସେମାନେ ପରମେଶ୍ୱରଙ୍କ ଦ୍ୱାରା ଆମ୍ଭକୁ ଜ୍ଞାତ କରାଯାଇଥିବା ସତ୍ୟର ଅନୁସରଣ କରୁଥିବେ ଓ ଯାହା ଠିକ୍ ଭାବନ୍ତି, ତାହା କରୁଥିବେ।[୧୦] ତୁମ୍ଭେମାନେ ପ୍ରଥମେ ସେମାନଙ୍କୁ ପରୀକ୍ଷା କରିବ। ଯଦି ସେମାନଙ୍କ ଭିତରେ କୌଣସି ଦୁର୍ଗୁଣ ନାହିଁ, ତା’ହେଲେ ସେମାନେ ବିଶେଷ ସେବକ ଭାବେ ସେବା କରି ପାରିବେ।[୧୧] ସେହିପରି ବିଶେଷ ସେବିକା ହେବା ପାଇଁ ନିଯୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସେମାନେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା ଆଦୌ କହୁ ନ ଥିବେ। ସେମାନଙ୍କର ଆତ୍ମା ସଂଯମ ଥିବା ପ୍ରୟୋଜନ ଓ ପ୍ରତ୍ୟେକ କଥାରେ ଯେପରି ସେମାନଙ୍କୁ ବିଶ୍ୱାସ କରାଯାଇ ପାରୁଥିବ।[୧୨] ଯେଉଁମାନେ ବିଶେଷ ସେବକ ହେବେ, ସେମାନଙ୍କର କେବଳ ଗୋଟିଏ ପତ୍ନୀ ଥିବ। ସେମାନେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନେତୃତ୍ୱ ଦେଇପାରୁଥିବେ।[୧୩] ଯେଉଁ ଲୋକମାନେ ଭଲ ଭାବରେ ସେବା କରନ୍ତି, ସେମାନେ ନିଜ ପାଇଁ ସମ୍ମାନଜନକ ସ୍ଥାନ ଅଧିକାର କରନ୍ତି ଏବଂ ସେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ବିଶ୍ୱାସ ସମ୍ପର୍କରେ ଦୃଢ଼ ନିଶ୍ଚୟତା ବୋଧ ପାଆନ୍ତି।

ଫିଲିପ୍‍ପୀୟ ୧:୧
ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର।

ପ୍ରେରିତ ୬:୧-୭
[୧] ବିଶେଷ କାର୍ଯ୍ୟ ପାଇଁ ସାତ ଜଣଙ୍କୁ ବାଛିଲେ ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।[୨] ତେଣୁ ପ୍ରେରିତମାନେ ସମ୍ପୂର୍ଣ୍ଣ ଶିଷ୍ୟ ମଣ୍ଡଳୀକୁ ଡାକି କହିଲେ, “ଆମ୍ଭେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭରରେ ଅବହେଳା କରିବା ଠିକ୍ ହେବ ନାହିଁ। ଖାଦ୍ୟ ବଣ୍ଟନରେ ସମୟ ଦେବା ଅପେକ୍ଷା ପ୍ରଗ୍ଭର କାର୍ଯ୍ୟ ଗ୍ଭଲୁ ରଖିବା ଆମ୍ଭପକ୍ଷେ ଯଥାର୍ଥ ହେବ।[୩] ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ।[୪] ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”[୫] ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲି‌ପ୍‌ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)।[୬] ସେମାନେ ଏହି ଲୋକମାନଙ୍କୁ ପ୍ରେରିତମାନଙ୍କ ପାଖରେ ଉପସ୍ଥିତ କରାଇଲେ। ପ୍ରେରିତମାନେ ପ୍ରାର୍ଥନା କରି ସେମାନଙ୍କ ଉପରେ ହାତ ରଖିଲେ।[୭] ଏହିପରି ଭାବରେ ପରମେଶ୍ୱରଙ୍କର ବାକ୍ୟ ଗ୍ଭରିଆଡ଼େ ବ୍ୟାପିଗଲା। ଯିରୁଶାଲମରେ ଶିଷ୍ୟମାନଙ୍କର ସଂଖ୍ୟା ବହୁତ ବଢ଼ିଗଲା। ଏପରିକି ଯିହୂଦୀ ଯାଜକମାନଙ୍କ ମଧ୍ୟରୁ ଅନେକ ବିଶ୍ୱାସ କଲେ ଓ ପାଳନ କଲେ।

ରୋମୀୟ ୧୬:୧
ପାଉଲଙ୍କ କେତେକ ଅନ୍ତିମ କଥା ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି।

ତୀତସ ୧:୭
ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ।

ପ୍ରେରିତ ୬:୩
ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ।

ଯୋହନ ୮:୩୨
ତୁମ୍ଭେ ସତ୍ୟକୁ ଜାଣିବ ଓ ସେହି ସତ୍ୟ ତୁମ୍ଭକୁ ମୁକ୍ତ କରିବ।”

ଏଫିସୀୟ ୪:୧୧
ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ।

ପ୍ରେରିତ ୨୦:୨୮
ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

ଯୋହନ ୬:୫୪
ଯେଉଁ ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋ’ ରକ୍ତ ପିଏ, ସେ ଅନନ୍ତ ଜୀବନ ପାଏ। ମୁଁ ସେହି ଲୋକକୁ ଶେଷ ଦିନରେ ମୃତ୍ୟୁରୁ ଉଠେଇବି।

ମାର୍କ ୬:୩
ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

୧ କରିନ୍ଥୀୟ ୧୨:୨୮
ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା’ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା’ପରେ ପରୋପକାରୀଙ୍କୁ ତା’ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା’ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।

ଗାଲାତୀୟ ୧:୧୯
ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ।

ମଲାଖୀ ୧:୧୧
“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।

ଏବ୍ରୀ ୧୩:୧୭
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସେମାନଙ୍କର ଅଧୀନରେ ରୁହ। ସେମାନେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାୟୀ। ଅତଏବ, ସେମାନେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥା’ନ୍ତି। ସେମାନଙ୍କର ଆଜ୍ଞାପାଳନ କର ଯେପରି ଏହି କାମଟି ସେମାନେ ଖୁସୀ ମନରେ କରିବେ, ଦୁଃଖରେ ନୁହେଁ। ସେମାନଙ୍କର କାମ କଠିନ ହେଲେ, ତା’ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।

ଯୋହନ ୩:୩-୫
[୩] ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”[୪] ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”[୫] ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।

ଏବ୍ରୀ ୧୨:୧୪
ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣକର ଜୀବନ ପବିତ୍ର ନୁହେଁ, ତା’ହେଲେ ସେ ପ୍ରଭୁଙ୍କୁ କେବେ ହେଲେ ଦେଖି ପାରିବ ନାହିଁ।

ପ୍ରେରିତ ୬:୪
ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”

୧ ତୀମଥି ୩:୧-୭
[୧] ମଣ୍ଡଳୀର ନେତାଗଣ ମୁଁ ଯାହା କହୁଛି ତାହା ସତ୍ୟ: ଯଦି କେହି ଅଧ୍ୟକ୍ଷ ହେବା ପାଇଁ ଚେଷ୍ଟା କରେ, ତେବେ ସେ ଭଲ କାର୍ଯ୍ୟ ଗ୍ଭହୁଁଛନ୍ତି।[୨] ଅଧ୍ୟକ୍ଷ ବ୍ୟକ୍ତି ଜଣକ ଏତେ ଭଲ ହେବା ଦରକାର ଯେ ଲୋକେ ପ୍ରକୃତରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହେବେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ୍। ତାହାଙ୍କର ଆତ୍ମସଂଯମ ଥିବା ଦରକାର ଓ ସେ ବୁଦ୍ଧିମାନ ହେବା ଦରକାର। ସେ ଅନ୍ୟମାନଙ୍କ ଦ୍ୱାରା ସମ୍ମାନ ପାଉଥିବା ଦରକାର। ନିଜ ଘରେ ସ୍ୱାଗତ କରି ଲୋକମାନଙ୍କୁ ସେ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହୋଇଥିବା ଦରକାର।[୩] ସେ ଅତ୍ୟଧିକ ମଦ୍ୟପାନ କରିବା ଉଚିତ୍ ନୁହେଁ। ସେ କଳହ ମନୋବୃତ୍ତିର ଲୋକ ନ ହୋଇଥିବା କଥା। ସେ ନମ୍ର ଓ ଶାନ୍ତ ହେବା ଦରକାର।[୪] ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା’ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ।[୫] ଯଦି ଜଣେ ପରିବାରର ନେତୃତ୍ୱ ଦେଇ ଜାଣି ନାହିଁ, ସେ ପରମେଶ୍ୱରଙ୍କ ମଣ୍ଡଳୀର ଯତ୍ନ ନେଇ ପାରିବ ନାହିଁ।[୬] କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା’ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।[୭] ଯେଉଁମାନେ ମଣ୍ଡଳୀର ସଦସ୍ୟ ନୁହନ୍ତି, ବାହାରର ସେହି ଲୋକମାନଙ୍କର ମଧ୍ୟ, ଅଧ୍ୟକ୍ଷଙ୍କ ନିମନ୍ତେ ସମ୍ମାନ ଭାବ ଥିବା ଆବଶ୍ୟକ। ତହିଁରେ ସେ ଅନ୍ୟମାନଙ୍କ ଦ୍ୱାରା ସମାଲୋଚିତ ହେବେ ନାହିଁ କି ଶୟତାନର ଫାନ୍ଦରେ ପଡ଼ିବେ ନାହିଁ।

୧ ତୀମଥି ୨:୧୨
ଜଣେ ସ୍ତ୍ରୀ ଜଣେ ପୁରୁଷକୁ ଉପଦେଶ ଦେବା ପାଇଁ ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀ ଜଣେ ପୁରୁଷ ଉପରେ କର୍ତ୍ତୃତ୍ୱ କରୁ, ଏହା ମୁଁ ଅନୁମତି ଦିଏ ନାହିଁ। ଜଣେ ସ୍ତ୍ରୀଲୋକ ନୀରବ ହୋଇ ରହିବା ଦରକାର।

ପ୍ରେରିତ ୧୪:୨୩
ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ପାଇଁ ପ୍ରତି ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ଏହି ପ୍ରାଚୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚୀନମାନେ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କୁ ପ୍ରଭୁଙ୍କ ପାଖରେ ସମର୍ପଣ କଲେ।

୧ ତୀମଥି ୫:୧୭
ବୟୋଜ୍ୟେଷ୍ଠ ଏବଂ ଅନ୍ୟ ବିଷୟ ଗୁଡ଼ିକର ଶିକ୍ଷାଦାନ ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି।

ଏବ୍ରୀ ୧୩:୭
ତୁମ୍ଭେମାନେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସେମାନେ ପରମେଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସେମାନେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ୟୁ ଭୋଗ କଲେ ତାହା ମନେ ପକାଅ, ଏବଂ ସେମାନଙ୍କର ବିଶ୍ୱାସର ଉଦାହରଣକୁ ଅନୁସରଣ କର।

ତୀତସ ୧:୮
ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ।

୧ ପିତର ୫:୨
ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ।

ତୀତସ ୧:୬
ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।

୧ ତୀମଥି ୫:୨୨
ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା’ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।

ତୀତସ ୧:୫
କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ।

ଗାଲାତୀୟ 4:19
ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।

Odia Bible ERV 2010
Easy-to-Read Version Copyright © 2010 World Bible Translation Center