A A A A A

ଜୀବନ: [ପୋଷ୍ୟ ସନ୍ତାନ]


ପ୍ରଥମ ଶାମୁୟେଲ ୧:୨୭
ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି।

୨ କରିନ୍ଥୀୟ ୬:୧୮
“ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।”

ଦ୍ଵିତୀୟ ବିବରଣ ୧୦:୧୮
ସେ ପିତୃହୀନ ଓ ବିଧବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକି ଅନ୍ନବସ୍ତ୍ର ଦେଇ ପ୍ରେମ କରନ୍ତି।

ହୋଶେୟ ୧୪:୩
ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭେମାନେ ଯୁଦ୍ଧ ଅଶ୍ୱରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡ଼ିକୁ ‘ଆମ୍ଭର ପରମେଶ୍ୱର’ ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସେହି ପରମେଶ୍ୱର ଯିଏ କି ଅନାଥକୁ ଦୟା ଦେଖାଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।”

ଯିଶାଇୟ ୪୦:୩୧
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।

ଯାକୁବ ୧:୨୭
ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

ଯିରିମୀୟ ୨୯:୧୧
ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି।

ମାଥିଉ ୨୫:୪୦
“ସେତେବେଳେ ରାଜା ଉତ୍ତର ଦେବେ, ‘ମୁଁ ତୁମ୍ଭକୁ ସତ୍ୟ କହୁଛି। ଏଠାରେ ତୁମ୍ଭେ ମୋର ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣକ ପାଇଁ ଯାହାକିଛି କଲ, ତାହା ତୁମ୍ଭେ ମୋ’ ପାଇଁ କଲ।’

ହିତୋପଦେଶ ୧୩:୧୨
ଆଶା ସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ, ମାତ୍ର ବାଞ୍ଛାର ସିଦ୍ଧିଜୀବନ ବୃକ୍ଷ ସ୍ୱରୂପ।

ଗୀତସଂହିତା ୮୨:୩
“ଅନାଥ ଓ ଗରିବ ଲୋକମାନଙ୍କୁ ରକ୍ଷା କର। ଅତ୍ୟାଗ୍ଭରିତ ଓ ଗରିବ ଲୋକମାନଙ୍କର ପ୍ରତି ନ୍ୟାୟ ବ୍ୟବହାର କର।

ଗୀତସଂହିତା ୧୪୬:୯
ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।

ଗୀତସଂହିତା ୬୮:୫-୬
[୫] ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।[୬] ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି, ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି। କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।

ହିତୋପଦେଶ ୩୧:୮-୯
[୮] ତୁମ୍ଭର ପାଟି ଫିଟାଅ ଓ ସେମାନଙ୍କ ପାଇଁ କୁହ, ଯେଉଁମାନେ ସେମାନଙ୍କ ପାଇଁ କହିପାରିବେ ନାହିଁ, କଷ୍ଟରେ ଥିବା ଲୋକମାନଙ୍କର ଅଧିକାର ପାଇଁ କୁହ।[୯] ମୁଖ ଫିଟାଇ ଯଥାର୍ଥ ବିଗ୍ଭର କର। ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଗ୍ଭର କର।

ଯୋହନ ୧:୧୨-୧୩
[୧୨] ଯେଉଁ ଅଳ୍ପ କେତେକ ଲୋକ ତାହାଙ୍କୁ ଗ୍ରହଣ କଲେ, ସେମାନେ ତାହାଙ୍କ ଉପରେ ବିଶ୍ୱାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କଲେ, ସେ ସେମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ପ୍ରଦାନ କଲେ,[୧୩] ସେହି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସେମାନେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନ କରି ପରମେଶ୍ୱରଙ୍କଠାରୁ ଜନ୍ମ ହୋଇଥିଲେ।

ଗାଲାତୀୟ ୪:୪-୫
[୪] କିନ୍ତୁ ଉଚିତ୍ ସମୟ ଉପସ୍ଥିତ ହେବାରୁ ପରମେଶ୍ୱର ନିଜ ପୁତ୍ରଙ୍କୁ ପଠାଇଲେ। ସେ ଜଣେ ସ୍ତ୍ରୀଙ୍କଠାରୁ ଜନ୍ମ ଗ୍ରହଣ କରିଥିଲେ ଓ ବ୍ୟବସ୍ଥା ଅଧୀନରେ ଜୀବନଯାପନ କରୁଥିଲେ।[୫] ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।

ରୋମୀୟ ୮:୧୪-୧୭
[୧୪] ଯେଉଁମାନେ ନିଜ ଜୀବନରେ ପରମେଶ୍ୱରଙ୍କର ଆତ୍ମାକୁ ନେତୃତ୍ୱ ଦିଅନ୍ତି ସେମାନେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ।[୧୫] ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’[୧୬] ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି।[୧୭] ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।

ଗୀତସଂହିତା ୧୦:୧୪-୧୮
[୧୪] ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ସେହି ନଷ୍ଠୁର ଲୋକମାନଙ୍କ କାର୍ଯ୍ୟ ଦେଖୁଅଛ। ଥରେ ସେହି ମନ୍ଦକାର୍ଯ୍ୟକୁ ଗ୍ଭହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚୟ ତୁମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ଯିଏକି ସେହି ପିତୃହୀନମାନଙ୍କୁ ସାହାଯ୍ୟ କରିପାର।[୧୫] ହେ ସଦାପ୍ରଭୁ, ତୁମ୍ଭେ ଦୁଷ୍ଟମାନଙ୍କୁ ଧ୍ୱଂସ କର। ସେମାନଙ୍କର କୁକାର୍ଯ୍ୟ ପାଇଁ ସେମାନଙ୍କୁ ଦଣ୍ଡିତ କର, ସେମାନେ ଧ୍ୱଂସ ହୋଇ ନ ଯିବା ପର୍ଯ୍ୟନ୍ତ।[୧୬] ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି। ସେହି ଦୁଷ୍ଟମାନଙ୍କୁ ତୁମ୍ଭ ରାଜ୍ୟରୁ ବିତାଡ଼ିତ କର।[୧୭] ହେ ସଦାପ୍ରଭୁ, ତୁମ୍ଭେ ସେହି ନିରୀହ ଲୋକମାନଙ୍କର ଡାକ ଶୁଣିଛ ବା ସେମାନେ ଯାହା ଗ୍ଭହୁଁଛନ୍ତି ଜାଣିପାରୁଛ। ସେମାନଙ୍କର ପ୍ରାର୍ଥନା ଶୁଣ ଓ ସେମାନେ ଯାହା ଗ୍ଭହୁଁଛନ୍ତି ତାହା ପ୍ରଦାନ କର।[୧୮] ହେ ସଦାପ୍ରଭୁ, ଯେଉଁ ପିଲାମାନଙ୍କର ପିତାମାତା ନାହାନ୍ତି ସେମାନଙ୍କୁ ରକ୍ଷା କର। ଯେଉଁମାନେ ଅଧିକ ବିପଦରେ ପଡ଼ିଛନ୍ତି, ସେହି ଲୋକମାନଙ୍କୁ ଅଧିକ ଦୁଃଖୀ କରାଅ ନାହିଁ। ତେଣୁ ଦୁଷ୍ଟ ଲୋକମାନଙ୍କ ମନରେ ଭୟ ସଞ୍ଚାର କର, ଯେଉଁମାନେ ଏଠାରେ ଅଛନ୍ତି।

Odia Bible ERV 2010
Easy-to-Read Version Copyright © 2010 World Bible Translation Center