A A A A A

ଗଣିତ ଚିହ୍ନ: [ସଂଖ୍ୟା ୧୦]


ପ୍ରଥମ ରାଜାବଳୀ 7:23
ତା’ପରେ ସେ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା’ର ନାମ ଦେଲା “ସମୁଦ୍ର”। ସେହି କୁଣ୍ତର ପରିଧି ତିରିଶ୍ ହାତ, ବ୍ୟାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା।

ଗଣନା ୧୧:୧୧
ତହୁଁ ମୋଶା ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମୋ’ ଉପରେ କ୍ରୋଧ ଦେଖାଉଛ? କାହିଁକି ଆପଣ ମୋ’ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

ଦ୍ଵିତୀୟ ବିବରଣ ୧:୧୧
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ପରମେଶ୍ୱର ତୁମ୍ଭମାନଙ୍କୁ ସହସ୍ରଗୁଣ କରନ୍ତୁ। ସେ ଯେପରି ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ସେହିପରି ଆଶୀର୍ବାଦ କରନ୍ତୁ।

ଲେବୀୟ ୨୦:୧୩
“ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀଲୋକ ପରି ଯୌନ ସମ୍ପର୍କ ରଖେ, ତେବେ ସେମାନେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସେମାନେ ମୃତ୍ୟୁଦଣ୍ଡ ପାଇବା ଉଚିତ୍। ସେମାନେ ସେମାନଙ୍କର ଅପରାଧ ବହନ କରିବେ।

୧ କରିନ୍ଥୀୟ ୬:୯-୧୧
[୯] ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।[୧୦] ***[୧୧] ପୂର୍ବରୁ ତୁମ୍ଭମାନଙ୍କ ଭିତରୁ କେତେକ ଏହିପରି ଥିଲ। କିନ୍ତୁ ଏବେ ତୁମ୍ଭମାନଙ୍କ ପାପ ଧୌତ ହୋଇଛି। ତୁମ୍ଭମାନଙ୍କୁ ପବିତ୍ର କରାଯାଇଛି। ତୁମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଧାର୍ମିକ କରାଯାଇଛି।

୧ କରିନ୍ଥୀୟ 10:13
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।

ରୋମୀୟ 1:20
ପରମେଶ୍ୱରଙ୍କ ବିଷୟରେ କେତେକ ତଥ୍ୟ ଲୋକେ ଦେଖି ପାରିବେ ନାହିଁ। ତାହାଙ୍କର ଅନନ୍ତ ଶକ୍ତି ଓ ପରମେଶ୍ୱରତ୍ୱ ତାହାଙ୍କୁ ପରମେଶ୍ୱର ବୋଲି ପ୍ରମାଣିତ କରୁଥିବା ସମସ୍ତ କଥା। କିନ୍ତୁ ଜଗତର ସୃଷ୍ଟିର ଆରମ୍ଭରୁ ସେଗୁଡ଼ିକ ଲୋକମାନଙ୍କ ବୁଝିବା ପାଇଁ ସହଜ କରାଯାଇଛି। ଏଗୁଡ଼ିକ ପରମେଶ୍ୱର ସୃଷ୍ଟି କରିଥିବା ବସ୍ତୁଗୁଡ଼ିକରୁ ସ୍ପଷ୍ଟ ହୋଇ ଥାଏ। ସେଥିପାଇଁ ମନ୍ଦ କାର୍ଯ୍ୟ କରିବା ପାଇଁ ଲୋକମାନଙ୍କ ପାଖରେ କୌଣସି ବାହାନା ନାହିଁ।

ଫିଲିପ୍‍ପୀୟ ୪:୧୯
ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।

ଗୀତସଂହିତା ୫୫:୨୨
ତୁମ୍ଭେ ସଦାପ୍ରଭୁଙ୍କୁ ଆପଣାର ଭାର ଦେଇଦିଅ, ତହିଁରେ ସେ ତୁମ୍ଭର ଯତ୍ନ ନେବେ। ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ କଦାପି ପରାଜିତ ହେବାକୁ ଦେବେ ନାହିଁ।

୨ ତୀମଥି ୩:୧୬
ସବୁ ଶାସ୍ତ୍ର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପଯୋଗୀ ଅଟେ।

ଲୂକ 23:34
ଯୀଶୁ କହିଲେ, “ହେ ପରମପିତା, ଯେଉଁ ଲୋକମାନେ ମୋତେ ହତ୍ୟା କରୁଛନ୍ତି, ସେମାନଙ୍କୁ କ୍ଷମା କର। କାରଣ ସେମାନେ କ’ଣ କରୁଛନ୍ତି, ତାହା ସେମାନେ ଜାଣନ୍ତି ନାହିଁ।” ସୈନ୍ୟମାନେ ଗୁଲିବାଣ୍ଟ ସାହାଯ୍ୟରେ ଯୀଶୁଙ୍କ ପୋଷାକ ବାଣ୍ଟି ନେଲେ।

ଆଦି ୧:୩୧
ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। ଏହା ପରେ ସନ୍ଧ୍ୟା ଓ ତା’ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।

ଗୀତସଂହିତା ୧୦୪:୯
ତୁମ୍ଭେ ସମୁଦ୍ର ପାଇଁ ସୀମା ନିର୍ଦ୍ଧାରିତ କଲ। ଯେପରିକି ସେମାନେ ତାହା ଅତିକ୍ରମ କରି ପାରିବେ ନାହିଁ। ଜଳରାଶି କେବେ ସୀମା ଲଙ୍ଘନ କରି ପୃଥିବୀକୁ ଆଚ୍ଛାଦନ କରି ପାରିବ ନାହିଁ।

ଆଦି ୬:୧୨
***

ଆଦି ୭:୨୦
ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚଢ଼ି ରହିଲା।

ଆଦି ୮:୫-୯
[୫] ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।[୬] ଏହା ପରେ ଆହୁରି ଗ୍ଭଳିଶ୍ ଦିନ ଯିବାପରେ ନୋହ ଜାହାଜର ଝରକା ଫିଟାଇ ଦେଲେ।[୭] ତା’ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।[୮] ପୁନଶ୍ଚ ନୋହ ଏକ କପୋତକୁ ଛାଡ଼ିଲେ, ଜାଣିବା ପାଇଁ ସବୁ ଜଳ ପୃଥିବୀରୁ ଶୁଖି ଗଲାଣି କି ନାହିଁ।[୯] ସେହି କପୋତଟି କୌଣସିଠାରେ ବିଶ୍ରାମ ନେବାକୁ ସ୍ଥାନ ନ ପାଇ ଫେରି ଆସିଲା। କାରଣ ସେ ପର୍ଯ୍ୟନ୍ତ ପୃଥିବୀ ଉପରେ ଜଳରାଶି ବୁଡ଼ି କରିଥିଲା। ନୋହ ହାତ ବଢ଼ାଇ କପୋତକୁ ଧରି ଜାହାଜ ମଧ୍ୟକୁ ନେଲେ।

ଆଦି ୯:୧୧
ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।”

ଦ୍ଵିତୀୟ ବିବରଣ ୧୧:୧୧
ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ପର୍ବତ ଓ ସମସ୍ଥଳୀମୟ ଦେଶ ପୁଣି ତାହା ଆକାଶରୁ ବୃଷ୍ଟିଜଳ ପାନ କରେ।

ଲୂକ ୧୧:୧୧
ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ’ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳରେ ସାପଟିଏ ଦିଏ କି? ନା, ତୁମ୍ଭେମାନେ ତାକୁ ମାଛ ଦେବ।

ଗଣନା ୧:୧୧
ବିନ୍ୟାମୀନ ପରିବାରବର୍ଗର, ଗିଦିୟୋନିର ପୁତ୍ର ଅବୀଦାନ।

ଯିହୋଶୂୟ ୧:୧୧
“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯଥେଷ୍ଟ ସାମଗ୍ରୀ ପ୍ରସ୍ତୁତ କର। ତିନି ଦିନ ମଧ୍ୟରେ ଆମ୍ଭକୁ ଯର୍ଦ୍ଦନ ନଦୀ ପାର ହୋଇଯିବାକୁ ହେବ। ଆମ୍ଭେମାନେ ଯିବୁ ଏବଂ ସେହି ଦେଶ ଅଧିକାର କରିବୁ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି।’”

୧ କରିନ୍ଥୀୟ ୬:୯
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।

ଯୋହନ ୧:୮
ଯୋହନ ନିଜେ ଆଲୋକ ନ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟରେ କହିବା ପାଇଁ ଆସିଥିଲେ।

ଗଣନା ୧୦:୨୯
ତା’ପରେ ମୋଶା ଆପଣା ଶ୍ୱଶୁର ମିଦିୟନୀୟ ରୂୟେଲର ପୁତ୍ର ହୋବବକୁ କହିଲେ, “ଆମ୍ଭେମାନେ ସେହି ସ୍ଥାନକୁ ଯାଉଅଛୁ, ଯାହା ସଦାପ୍ରଭୁ କହିଥିଲେ, ସେ ଆମ୍ଭମାନଙ୍କୁ ଦେବେ, ଆମ୍ଭମାନଙ୍କ ସାଙ୍ଗରେ ଆସ। ଆମ୍ଭେମାନେ ତୁମ୍ଭର ମଙ୍ଗଳ କରିବା। କାରଣ ସଦାପ୍ରଭୁ ଇସ୍ରାଏଲ ବିଷୟରେ ମଙ୍ଗଳ ପ୍ରତିଜ୍ଞା କରିଛନ୍ତି।”

Odia Bible ERV 2010
Easy-to-Read Version Copyright © 2010 World Bible Translation Center