A A A A A

ରହସ୍ୟ: [କର୍କଟ]


୨ କରିନ୍ଥୀୟ ୪:୧୬-୧୯
[୧୬] ବିଶ୍ୱାସରେ ଜୀବନ କାଟିବା ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।[୧୭] ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।[୧୮] ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ।[୧୯] ଆପଣ ଜାଣନ୍ତି ଯେ, ଆମ୍ଭର ଶରୀରରୂପ ତମ୍ବୁ ଯେଉଁଥିରେ ଆମ୍ଭେ ରହିଛୁ, ତାହା ନଷ୍ଟ ହେବ। ଏପରି ଘଟିଲା ପରେ ପରମେଶ୍ୱରଙ୍କ ସହିତ ବାସ କରିବା ନିମନ୍ତେ ଏକ ଗୃହ ଆମ୍ଭକୁ ଦେବେ। ଏହା ମଣିଷ ଦ୍ୱାରା ନିର୍ମିତ ନୁହେଁ।

ଗୀତସଂହିତା 107:20
ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ। ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।

ଯିଶାଇୟ ୪୦:୩୧
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ନୂତନ ବଳ ପାଆନ୍ତି। ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି। ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।

ଦ୍ଵିତୀୟ ବିବରଣ ୩୧:୬
ତୁମ୍ଭେ ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେମାନେ ସେହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ଯ୍ୟ କରିବେ ନାହିଁ କିଅବା ଛାଡ଼ିବେ ନାହିଁ।”

ମାଥିଉ 11:28-29
[28] “ହେ କ୍ଳାନ୍ତ-ଶ୍ରାନ୍ତ ଓ ଚିନ୍ତାରେ ଭାରଗ୍ରସ୍ତ ଥିବା ଲୋକମାନେ! ମୋ’ ନିକଟକୁ ଆସ। ମୁଁ ତୁମ୍ଭକୁ ବିଶ୍ରାମ ଦେବି।[29] ମୋର କାର୍ଯ୍ୟଭାର ତୁମ୍ଭେ ଗ୍ରହଣ କର। ମୋ’ଠାରୁ ଶିଖ। କାରଣ ମୁଁ ଆତ୍ମାରେ ସରଳ ଓ ନମ୍ର ତେଣୁ ତୁମ୍ଭେ ନିଜ ଆତ୍ମାରେ ବିଶ୍ରାମ ପାଇବ।

ଗୀତସଂହିତା 18:6
ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ। ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।

ଉପଦେଶକ 3:1
ଗୋଟିଏ ସମୟ ଅଛି ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।

ଯିରିମୀୟ 29:11
ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି।

ଯୋହନ 14:1-4
[1] ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ସାନ୍ତ୍ୱନା ଦେଲ ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ,[2] ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି।[3] ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।[4] ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”

ରୋମୀୟ 8:16-25
[16] ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି।[17] ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।[18] ଆମକୁ ଭବିଷ୍ୟତ‌‌ରେ ମହିମା ମିଳିବ ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତ‌‌ରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।[19] ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି।[20] ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା:[21] ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।[22] ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି।[23] କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।[24] ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ।[25] କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ।

୧ ପିତର 1:3
ଯୀଶୁଙ୍କ ଜୀବନ୍ତ ଭରସା ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱର ଧନ୍ୟ ହେଉନ୍ତୁ। ପରମେଶ୍ୱରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ୱାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦେଇଛନ୍ତି। ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେବା ଦ୍ୱାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦେଇଛି।

୨ କରିନ୍ଥୀୟ 1:3-6
[3] ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାନ୍ତି ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର।[4] ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।[5] ଖ୍ରୀଷ୍ଟଙ୍କର ଅନେକ ଦୁଃଖ ଭୋଗର ଆମ୍ଭେ ସହଭାଗୀ ଅଟୁ। ସେହିଭଳି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନା ଆମ୍ଭକୁ ମିଳେ ତାହାର ସୀମା ନାହିଁ।[6] ଯଦି ଆମ୍ଭେ କଷ୍ଟରେ ରହିଛୁ, ସେଗୁଡ଼ିକ ତୁମ୍ଭମାନଙ୍କ ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ ଉଦ୍ଧିଷ୍ଟ। ଯଦି ଆମ୍ଭେ ସାନ୍ତ୍ୱନା ପାଇଛୁ, ତାହା ତୁମ୍ଭମାନଙ୍କର ପାଇଁ ଅଟେ। ଆମ୍ଭେମାନେ ଯେଉଁ ଯାତନା ସହୁ, ସେହି ଯାତନା ଧୈର୍ଯ୍ୟ ପୂର୍ବକ ସହିବା ପାଇଁ ପରମେଶ୍ୱର ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତି।

Odia Bible ERV 2010
Easy-to-Read Version Copyright © 2010 World Bible Translation Center