Instagram
English
A A A A A

ପାପ: [ବିଦ୍ରୋହ]


୨ ଥେସଲନୀକୀୟ ۲:۳
ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ।

ଦାନିୟେଲ 9:27
“ତା’ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।”

୧ ତୀମଥି 4:1
ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।

ଏବ୍ରୀ 3:12
ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।

ଲୂକ 8:13
ଯେଉଁ ବୀଜ ପଥର ଉପରେ ପଡ଼ିଥିଲା, ତାହା ସେହି ଲୋକମାନଙ୍କ ଭଳି, ଯେଉଁମାନେ ପରମେଶ୍ୱରଙ୍କ ଉପଦେଶ ଶୁଣନ୍ତି ଓ ଆନନ୍ଦରେ ତାହା ଗ୍ରହଣ କରନ୍ତି। କିନ୍ତୁ ତା’ର ଚେର ସେହି ଲୋକମାନଙ୍କ ହୃଦୟ ମଧ୍ୟରେ ଗଭୀରକୁ ପ୍ରବେଶ କରିପାରେ ନାହିଁ। ସେମାନେ କିଛି ସମୟ ପର୍ଯ୍ୟନ୍ତ ବିଶ୍ୱାସ କରନ୍ତି, କିନ୍ତୁ ପରୀକ୍ଷାର ସମୟ ଆସିଲେ ସେମାନେ ବିଶ୍ୱାସ କରିବା ବନ୍ଦ କରନ୍ତି। ସେମାନେ ବିଶ୍ୱାସ ହରେଇ ବସନ୍ତି ଓ ପରମେଶ୍ୱରଙ୍କଠାରୁ ଦୂରେଇ ଯାଆନ୍ତି।

ଏବ୍ରୀ 6:4-6
[4] ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲ‌ବ୍‌‌‌‌ଧି କରିଛନ୍ତି। କିନ୍ତୁ ତା’ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।[5] ***[6] ***

୨ ପିତର 2:20-22
[20] ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ।[21] ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା।[22] ସେହି ଲୋକମାନଙ୍କ ପ୍ରତି ଯାହା ଘଟିଲା, ତାହା ନିମ୍ନ ସତ୍ୟ ପ୍ରବାଦ ଭଳି: “କୁକୁର ବାନ୍ତି କଲା ପରେ ପୁନର୍ବାର ତା’ ବାନ୍ତି ଖାଇବାକୁ ଆସେ” ଓ “ଘୁଷୁରିଟିକୁ ଧୋଇ ପରିଷ୍କାର କଲା ପରେ ସେ ପୁନର୍ବାର ଯାଇ ପଙ୍କରେ ଗଡ଼େ।”

ଏବ୍ରୀ 10:26-29
[26] ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।[27] ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।[28] ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।[29] ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।

୨ ତୀମଥି 4:3-4
[3] ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।[4] ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ।

ଯୋହନ 15:6
ଯଦି କେହି ବ୍ୟକ୍ତି ମୋ’ଠାରେ ରୁହେ ନାହିଁ, ତେବେ ତାକୁ ଶାଖା ପରି ଫିଙ୍ଗି ଦିଆଯିବ। ସେହି ଫିଙ୍ଗା ଯାଇଥିବା ଶାଖା ଶୁଖିଯାଏ। ଲୋକମାନେ ଶୁଖିଲା ଶାଖାକୁ ଉଠାଇ ନିଆଁରେ ଫୋପାଡ଼ି ଦିଅନ୍ତି। ସେଗୁଡ଼ିକ ଜଳିଯାଏ।

୧ ତୀମଥି 4:1-2
[1] ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।[2] ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ।

୨ ପିତର 2:1
ଭଣ୍ଡ ଶିକ୍ଷକଗଣ ଅତୀତକାଳରେ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରେ ମିଥ୍ୟା ଭବିଷ୍ୟ‌‌ଦ୍‌‌‌‌ବକ୍ତା ଥିଲେ। ଏବେ ମଧ୍ୟ ସେହିଭଳି ଅଛନ୍ତି। ତୁମ୍ଭ ଦଳରେ କେତେ ଜଣ ଭଣ୍ଡ ଶିକ୍ଷକ ରହିବେ। ସେମାନେ ଏପରି ଭୁଲ୍ ଶିକ୍ଷା ଦେବେ ଯେ, ଲୋକେ ନିଜକୁ ହଜାଇ ଦେବେ। ସେମାନେ ଏଭଳି ଭାବରେ ଶିକ୍ଷା ଦେବେ ଯେ ସେମାନେ ଯେ ଭୁଲ୍ କରୁଛନ୍ତି, ତାହା ତୁମ୍ଭେ ଜାଣିବା କଠିନ ହେବ। ସେମାନେ ମୁକ୍ତିଦାତା ଯୀଶୁଙ୍କୁ ଗ୍ରହଣ କରିବାକୁ ମଧ୍ୟ ମନା କରିବେ। ସେପ୍ରକାରେ ସେମାନେ ନିଜକୁ ଶୀଘ୍ର ନଷ୍ଟ କରିଦେବେ।

ମାଥିଉ 24:10-12
[10] ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ।[11] ଅନେକ ଭଣ୍ଡ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବାହାରିବେ। ସେମାନେ ଅନେକ ଲୋକଙ୍କୁ ଠକିବେ, ଓ ସେମାନଙ୍କ କଥାରେ ପଡ଼ି ଅନେକ ଲୋକ ଭୁଲ୍ କଥାରେ ବିଶ୍ୱାସ କରିବେ।[12] ସଂସାରରେ ମନ୍ଦ ବଢ଼ି ବଢ଼ି ଗ୍ଭଲିବ। ଅଧିକାଂଶ ବିଶ୍ୱାସୀ ଲୋକଙ୍କର ପରମେଶ୍ୱରଙ୍କ ପ୍ରେମ ଲୋପ ପାଇଯିବ।

୨ ପିତର 3:17
ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସେହି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ଯ୍ୟ ଦ୍ୱାରା ତୁମ୍ଭେ ନିଜକୁ ପ୍ରଭାବିତ ହେବାକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ୱାସରୁ ବିଚଳିତ ନ ହେବା ପାଇଁ ସାବଧାନ ରୁହ।

ଯୋହନ 6:66
ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।

୨ ପିତର 2:17
ଏହି ଭଣ୍ଡ ଶିକ୍ଷକମାନେ ପାଣି ନ ଥିବା ନଈ ଭଳି, ସେମାନେ ପ୍ରଚଣ୍ଡ ଝଡ଼ରେ ଉଡ଼ୁଥିବା ମେଘଗୁଡ଼ାକ ଭଳି, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ସ୍ଥାନ ରଖା ଯାଇଅଛି।

୧ ତୀମଥି 4:1-3
[1] ଭଣ୍ଡ ଶିକ୍ଷକମାନଙ୍କ ବିଷୟରେ ସତର୍କବାଣୀ ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କୁହନ୍ତି ଯେ ପରବର୍ତ୍ତୀ କାଳରେ କେତେ ଲୋକ ସତ୍ୟ ବିଶ୍ୱାସକୁ ପରିତ୍ୟାଗ କରିବେ। ସେମାନେ ସେମାନଙ୍କୁ ପ୍ରତାରଣା କରୁଥିବା ଦୁଷ୍ଟାତ୍ମାମାନଙ୍କ ଉପଦେଶଗୁଡ଼ିକୁ ମାନିବେ।[2] ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ।[3] ସେମାନେ ଲୋକମାନଙ୍କୁ ବିବାହ କରିବା ଅନୁଚିତ୍ ବୋଲି କହନ୍ତି। ସେମାନେ ଲୋକମାନଙ୍କୁ ଏ କଥା ମଧ୍ୟ କୁହନ୍ତି ଯେ କେତେକ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ୍ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ୱର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ୱାସୀ ଏବଂ ସତ୍ୟକୁ ଜାଣନ୍ତି, ସେମାନେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଇ ସେହି ଖାଦ୍ୟ ଖାଇ ପାରିବେ।

୧ କରିନ୍ଥୀୟ 10:12
ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।

ମାଥିଉ 24:9-10
[9] “ସେତେବେଳେ ଲୋକେ ତୁମ୍ଭମାନଙ୍କ ପ୍ରତି ଖରାପ ବ୍ୟବହାର କରିବେ। ସେମାନେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ପାଇଁ ଧରାଇ ଦେବେ। ସେମାନେ ତୁମ୍ଭମାନଙ୍କୁ ମାରିଦେବେ। ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତ ଦେଶର ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ।[10] ସେତେବେଳେ ଅନେକ ବିଶ୍ୱାସୀ ଲୋକ ବିଶ୍ୱାସ ହରେଇ ବସିବେ। ସେମାନେ ପରସ୍ପରର ବିରୋଧୀ ହେବେ ଓ ପରସ୍ପରକୁ ଘୃଣା କରିବେ।

ମାଥିଉ 26:14-16
[14] ଯିହୂଦା ଯୀଶୁଙ୍କ ଶତ୍ରୁ ପାଲଟିଗଲେ ତା’ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା।[15] ସେ କହିଲା, “ମୁଁ ତୁମ୍ଭମାନଙ୍କ ହାତରେ ଯୀଶୁଙ୍କୁ ଧରେଇ ଦେବି। ଏହା କରିବା ପାଇଁ ତୁମ୍ଭେମାନେ ମୋତେ କ’ଣ ଦେବ?’’ ଯାଜକମାନେ ଯିହୂଦାଙ୍କୁ ତିରି‌ଶ୍‌ଟି ରୂପାଟଙ୍କା ଦେଲେ।[16] ସେହି ସମୟରୁ ଯିହୂଦା ଯାଜକମାନଙ୍କ ହାତରେ ଯୀଶୁଙ୍କୁ ଧରାଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

୧ ତୀମଥି 1:19-20
[19] ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି।[20] ହୁମନାୟ ଓ ଆଲେକ୍‌ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।

୧ ଯୋହନ 2:19
ଏହି ଖ୍ରୀଷ୍ଟଙ୍କ ଶତ୍ରୁମାନେ ଆମ୍ଭ ଦଳରେ ଥିଲେ, ମାତ୍ର ଆମ୍ଭକୁ ଛାଡ଼ି ଗ୍ଭଲିଗଲେ। ସେମାନେ ପ୍ରକୃତରେ ଆମ୍ଭ ନିଜର ନ ଥିଲେ। ଯଦି ସେମାନେ ଆମ୍ଭ ନିଜର ହୋଇଥା’ନ୍ତେ, ତେବେ ସେମାନେ ଆମ୍ଭ ସହିତ ରହିଥା’ନ୍ତେ। ସେମାନେ ଆମ୍ଭକୁ ଛାଡ଼ି ଗ୍ଭଲିଗଲେ ତେଣୁ, ଏହା ସ୍ପଷ୍ଟ ରୂପେ ପ୍ରକାଶ ପାଇଲା ଯେ, ସେମାନେ ପ୍ରକୃତରେ ଆମ୍ଭର ନୁହନ୍ତି।

ଏବ୍ରୀ १०:२५-३१
[२५] କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।[२६] ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।[२७] ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି।[२८] ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା।[२९] ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।[३०] ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”[३१] ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

ଯିରିମୀୟ १७:५-६
[५] ଲୋକମାନଙ୍କ ଉପରେ ବିଶ୍ୱାସ ଓ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ସଦାପ୍ରଭୁ କହନ୍ତି, “ଯେଉଁ ମନୁଷ୍ୟ ଲୋକମାନଙ୍କ ଉପରେ ଭରସା ରଖେ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦୟ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଏ ସେ ଶାପଗ୍ରସ୍ତ।[६] ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ।

ଯିହିଜିକଲ ३:२०
“ସେହିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହେବା ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା’ ସମ୍ମୁଖରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତେବେ ସେ ମୃତ୍ୟୁବରଣ କରିବ ଏବଂ ତା’ର ପୁଣ୍ୟକର୍ମସବୁ ହିସାବକୁ ନିଆଯିବ ନାହିଁ। ସେ ମୃତ୍ୟୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା’ର ମୃତ୍ୟୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାୟୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ।

ଯିହିଜିକଲ 18:24
“କିନ୍ତୁ ଯଦି ଜଣେ ଧାର୍ମିକ ବ୍ୟକ୍ତି ତା’ର ଧାର୍ମିକତାରୁ ବିରତ ହୁଏ ଏବଂ ଦୁଷ୍ଟ ଲୋକର ସମସ୍ତ ଜଘନ୍ୟ କାର୍ଯ୍ୟ କରେ, ସେ ବଞ୍ଚିବ କି? ତା’ର (ଆଗରୁ କରିଥିବା) ଧାର୍ମିକତା କାର୍ଯ୍ୟସବୁ ହିସାବକୁ ନିଆଯିବ ନାହିଁ। ତା’ର ବର୍ତ୍ତମାନର ପାପ ଯୋଗୁଁ ସେ ନିଶ୍ଚିତ ଭାବରେ ମରିବ।

ମାଥିଉ 13:20-21
[20] “ପଥୁରିଆ ଜାଗାରେ ବୁଣାଯାଇଥିବା ବୀଜର ଅର୍ଥ କ’ଣ? ବୀଜଟି ଠିକ୍ ସେହି ଲୋକପରି, ଯେ ସୁସମାଗ୍ଭର ଶୁଣେ ଏବଂ ଆନନ୍ଦର ସହିତ ତାହା ସଙ୍ଗେ ସଙ୍ଗେ ଗ୍ରହଣ କରିନିଏ।[21] କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।

୧ କରିନ୍ଥୀୟ 9:27
ମୁଁ ମୋର ନିଜ ଶରୀରକୁ ଆଘାତ କରୁଛି। ମୁଁ ଏହାକୁ ମୋର କ୍ରୀତଦାସ କରୁଛି। ମୁଁ ଏହା କରୁଛି ଯେପରି ମୁଁ ସୁସମାଗ୍ଭର ପ୍ରଗ୍ଭର କରିବା ପରେ ନିଜେ ଯେପରି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ। ଅନ୍ୟ ଲୋକମାନଙ୍କୁ ଉପଦେଶ ଦେଲା ପରେ ଯେପରି ମୁଁ ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ନ ହୁଏ, ସେଥିପାଇଁ ମୁଁ ମୋ’ ଶରୀରକୁ ବଶରେ ରଖୁଅଛି।

ଏବ୍ରୀ 6:4-8
[4] ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲ‌ବ୍‌‌‌‌ଧି କରିଛନ୍ତି। କିନ୍ତୁ ତା’ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।[5] ***[6] ***[7] ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ।[8] କିନ୍ତୁ ଯଦି ସେହି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା’ହେଲେ ତାହା ଅକାମୀ ଅଟେ। ସେହି ଭୂମି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ଅଭିଶପ୍ତ ହୁଏ, ଓ ଶେଷରେ ତାହା ଅଗ୍ନି ଦ୍ୱାରା ବିନଷ୍ଟ ହେବ।

ପ୍ରେରିତ २१:२१
ସେମାନେ ତୁମ୍ଭ ବିଷୟରେ ଶୁଣିଛନ୍ତି ଯେ, ତୁମ୍ଭେ ଅଣଯିହୂଦୀମାନଙ୍କ ଦେଶରେ ରହୁଥିବା ଯିହୂଦୀମାନଙ୍କୁ, ମୋଶାଙ୍କର ବ୍ୟବସ୍ଥା ତ୍ୟାଗ କରିବା ପାଇଁ ଶିକ୍ଷା ଦେଉଛ। ତୁମ୍ଭେ ସେମାନଙ୍କୁ ସେମାନଙ୍କର ପିଲାମାନଙ୍କର ସୁନ୍ନତ ନ କରିବା ପାଇଁ ଓ ଯିହୂଦୀ ରୀତିନୀତି ଗୁଡ଼ିକୁ ନ ମାନିବା ପାଇଁ ଶିକ୍ଷା ଦେଇଛ।

ଗାଲାତୀୟ 5:4
ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ।

୧ କରିନ୍ଥୀୟ 6:9
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।

ଏବ୍ରୀ 10:26
ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ।

ମାଥିଉ 13:41
ମନୁଷ୍ୟପୁତ୍ର ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇବେ, ସେମାନେ ତାହାଙ୍କ ରାଜ୍ୟର ସମସ୍ତ ପାପୀ ଓ ପାପପାଇଁ ପ୍ରବର୍ତ୍ତାଉଥିବା ସମସ୍ତ ଲୋକଙ୍କୁ ଏକାଠି କରି ରାଜ୍ୟ ବାହାରକୁ ନେଇଯିବେ।

୨ ତୀମଥି 4:3
ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ।

୨ ଥେସଲନୀକୀୟ ൨:൩-൪
[൩] ଏପରି ଭାବରେ, କୌଣସି ଲୋକକୁ କୌଣସି ପ୍ରକାରେ ତୁମ୍ଭମାନଙ୍କୁ ଠକିବାକୁ ଦିଅ ନାହିଁ। ପରମେଶ୍ୱରଙ୍କ ବିରୁଦ୍ଧରେ ବିଦ୍ରୋହ ସଂଘଟିତ ନ ହେଲା ପର୍ଯ୍ୟନ୍ତ ପ୍ରଭୁଙ୍କର ସେହି ଦିନଟି ଆସିବ ନାହିଁ। ମନ୍ଦ ବ୍ୟକ୍ତିର ଦେଖା ନ ଦେବା ପର୍ଯ୍ୟନ୍ତ ସେହି ଦିନଟି ଆସିବ ନାହିଁ। ସେହି ମନ୍ଦ ବ୍ୟକ୍ତି ନରକର ଅଟେ।[൪] ସେହି ମନ୍ଦ ବ୍ୟକ୍ତି, ପରମେଶ୍ୱରଙ୍କ କିମ୍ବା ଏପରି କିଛି ଯାହା ଲୋକଙ୍କ ଦ୍ୱାରା ଉପାସିତ, ଏହିପରି ପ୍ରତ୍ୟେକ ବିଷୟର ବିରୋଧୀ କରେ। ସେ ନିଜକୁ ପ୍ରତ୍ୟେକଠାରୁ ଉଚ୍ଚ ବୋଲି ଦେଖାଏ, ଈଶ୍ୱରଙ୍କ ନାମରେ ଖ୍ୟାତ ଓ ପୂଜା ପାଉଥିବା ସମସ୍ତଙ୍କର ସେ ବିରୋଧ କରେ। ସେ ଲୋକ ପରମେଶ୍ୱରଙ୍କ ମନ୍ଦିରକୁ ଯାଇ, ସିଂହାସନରେ ବସି ନିଜକୁ ପରମେଶ୍ୱର ବୋଲି ଘୋଷଣା କରେ।

ଯୋହନ 1:14
ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସେହି ବାକ୍ୟ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ।

ଦ୍ଵିତୀୟ ବିବରଣ ୧୩:୧୩
କେତେକ ମନ୍ଦ ଲୋକ କହି ପାରନ୍ତି, ‘ଆସ ଆମ୍ଭେ ଅନ୍ୟ ଦେବତାମାନଙ୍କର ସେବା କରିବା।’ ଏହା କହି ସେମାନେ ସେମାନଙ୍କ ନଗର ନିବାସୀମାନଙ୍କୁ ପ୍ରଲୋଭିତ କରି ପାରନ୍ତି। (ଏହିସବୁ ଦେବତାମାନଙ୍କୁ ତୁମ୍ଭେମାନେ କେବେ ଜାଣି ନ ଥିଲ)।

୧ ତୀମଥି ४:१०
ଏଥିପାଇଁ ଆମ୍ଭେ କାମ ଓ ସଂଘର୍ଷ କରୁଛୁ; ଆମ୍ଭେ ଜୀବିତ ପରମେଶ୍ୱରଙ୍କଠାରେ ଭରସା ରଖିଥାଉ। ସେ ସମସ୍ତ ଲୋକଙ୍କର ଏବଂ ବିଶେଷ ଭାବରେ, ଯେଉଁ ଲୋକମାନେ ତାହାଙ୍କୁ ବିଶ୍ୱାସ କରନ୍ତି ସେମାନଙ୍କର ତ୍ରାଣକର୍ତ୍ତା।

୧ ପିତର ൩:൧൭
ଭଲ କାମ କରି ଯାତନା ସହିବା ମନ୍ଦ କାମ କରିବାଠାରୁ ଉତ୍ତମ। ଏହା ଯଦି ପରମେଶ୍ୱରଙ୍କର ଇଚ୍ଛା, ତେବେ ଏହା ହିଁ ଭଲ।

୧ ଥେସଲନୀକୀୟ ൨:൩
ଆମ୍ଭେ ଲୋକଙ୍କୁ ଶିକ୍ଷା ଦେଉ। କେହି ଆମ୍ଭକୁ ପ୍ରବଞ୍ଚିତ କରି ନାହିଁ। ଆମ୍ଭେ ମନ୍ଦ ନୋହୁଁ। ଆମ୍ଭେ ଲୋକମାନଙ୍କୁ ଛଳନା କରି ନାହୁଁ। କିନ୍ତୁ ଏଗୁଡ଼ିକ ଆମ୍ଭର ଶିକ୍ଷାଦାନ କରିବା ଉଦ୍ଦେଶ୍ୟ ନୁହେଁ।

ଦ୍ଵିତୀୟ ବିବରଣ ൩൨:൧൫
“କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ।

ଯିହିଜିକଲ १८:२६
ଯଦି ଜଣେ ଧାର୍ମିକ ଲୋକ ତା’ର ଧର୍ମାଚରଣରୁ ବିରତ ହୁଏ ଏବଂ ଯାହା ମନ୍ଦ ତାହା କରେ, ସେ ଏହି କାରଣରୁ ମରିବ।

୧ ତୀମଥି ४:२
ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ।

ମାର୍କ ൧൦:൧൧
ଯୀଶୁ କହିଲେ, “ଯେଉଁ ପୁରୁଷ ନିଜ ପତ୍ନୀକୁ ଛାଡ଼ପତ୍ର ଦେଇ ଅନ୍ୟ ଜଣେ ସ୍ତ୍ରୀକୁ ବିବାହ କରେ, ସେହି ପୁରୁଷ ତା ପତ୍ନୀ ପ୍ରତି ପାପ କରିବା କାରଣରୁ ଦୋଷୀ ହୁଏ। ସେ ବ୍ୟଭିଗ୍ଭର ପାପ ପାଇଁ ଦୋଷୀ ହୁଏ।

ଲୂକ २२:३-६
[३] ଯୀଶୁଙ୍କ ବିରୁଦ୍ଧରେ ଯିହୂଦାଙ୍କ ଯୋଜନା ଯୀଶୁଙ୍କର ବାରଜଣ ପ୍ରେରିତଙ୍କ ମଧ୍ୟରେ ଜଣକର ନାମ ଥିଲା ଇଷ୍କାରିୟୋତ ଯିହୂଦା। ଶୟତାନ ଯିହୂଦାଙ୍କ ଶରୀର ମଧ୍ୟରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା।[४] ଯିହୂଦା ଯାଇ ପ୍ରଧାନଯାଜକ ଓ ମନ୍ଦିରର ସେନାପତିମାନଙ୍କ ସହିତ କଥାବାର୍ତ୍ତା କଲା। ଯୀଶୁଙ୍କୁ ସେମାନଙ୍କ ହାତରେ ସମର୍ପଣ କରିବା ପାଇଁ ଯିହୂଦା ସେମାନଙ୍କ ସହିତ ଏକ ମନ୍ତ୍ରଣା କଲା।[५] ଏଥିରେ ଯାଜକମାନେ ଖୁସୀ ହୋଇଗଲେ। ଯୀଶୁଙ୍କୁ ସେମାନଙ୍କ ହାତରେ ଦେଇଦେଲେ ସେମାନେ ଯିହୂଦାକୁ ଅର୍ଥ ଦେବା ପାଇଁ ପ୍ରତିଶ୍ରୁତି ଦେଲେ।[६] ଯିହୂଦା ରାଜି ହେଲା। ସେ ଯୀଶୁଙ୍କୁ ଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ଗୋଟିଏ ସୁଯୋଗର ଅପେକ୍ଷାରେ ରହିଲା। ଯିହୂଦା ଗ୍ଭହୁଁଥିଲା ଯେ, ଯେତେବେଳେ କୌଣସି ଲୋକ ଉପସ୍ଥିତ ନ ଥିବେ, ସେ ସେତିକିବେଳେ ଏ କାମ କରିବ।

ମାଥିଉ ൧൨:൩൧-൩൨
[൩൧] ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି।[൩൨] ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।

Dutch NBG Bible 1951
Public Domain 1951