A A A A A

ଦୂତ ଏବଂ ଭୂତମାନେ |: [ଦୂତଗଣ |]


ଆଦି ୨:୧
ଏହି ରୂପେ ଆକାଶମଣ୍ତଳ ଓ ପୃଥିବୀର, ପୁଣି ସେହି ଦୁଇରେ ସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତଣହେଲା ।

କଲସୀୟ ୧:୧୬
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;

ଆୟୁବ ୩୮:୧-୭
[୧] ଅନନ୍ତର ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ,[୨] ଏ କିଏ ଯେ, ଜ୍ଞାନରହିତ କଥା ଦ୍ଵାରା ମନ୍ତ୍ରଣାକୁ ଅନ୍ଧକାରମୟ କରୁଅଛି?[୩] ଏବେ ତୁମ୍ଭେ ବୀର ପରି ଆପଣା କଟି ବାନ୍ଧ, କାରଣ ଆମ୍ଭେ ତୁମ୍ଭକୁ ପ୍ରଶ୍ନ କରିବା ଓ ତୁମ୍ଭେ ଆମ୍ଭକୁ ବୁଝାଇ ଦିଅ ।[୪] ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ? ବୁଦ୍ଧି ଥିଲେ, ବୁଝାଇ ଦିଅ ।[୫] ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା?[୬] କାହା ଉପରେ ତହିଁର ଭିତ୍ତିମୂଳ ଦୃଢ଼ୀକୃତ ହେଲା? ଅବା ପ୍ରଭାତୀୟ ନକ୍ଷତ୍ରଗଣ ଏକ ସଙ୍ଗେ ଗାନ କରିବା ବେଳେ[୭] ଓ ପରମେଶ୍ଵରଙ୍କ ସନ୍ତାନଗଣ ଆନନ୍ଦରେ ଜୟଧ୍ଵନି କରିବା ବେଳେ କିଏ ତହିଁର କୋଣ ପ୍ରସ୍ତର ବସାଇଲା?

ଲୂକ ୨୦:୩୫-୩୬
[୩୫] କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ;[୩୬] ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ଵରଙ୍କ ସନ୍ତାନ ଅଟନ୍ତି ।

ପ୍ରକାଶିତ ବାକ୍ୟ ୪:୮
ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର ।

ମାଥିଉ ୨୨:୩୦
କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।

ଦ୍ଵିତୀୟ ଶାମୁୟେଲ ୧୪:୧୭
ଆପଣଙ୍କ ଦାସୀ ଆହୁରି କହିଲା, ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଆପଣଙ୍କ ସଙ୍ଗେ ଥାଉନ୍ତୁ ।

ଲୂକ ୧୫:୧୦
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ଵରଙ୍କ ଦୂତମାନଙ୍କ ସମ୍ମୁଖରେ ଆନନ୍ଦ ହୁଏ ।

ପ୍ରକାଶିତ ବାକ୍ୟ ୧୪:୬
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀ ନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚ ସ୍ଵରରେ କହିଲେ,

ଆୟୁବ ୪:୧୫-୧୮
[୧୫] ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା ।[୧୬] ତାହା ଠିଆ ହୋଇ ରହିଲା, ମାତ୍ର ମୁଁ ତହିଁର ଆକାର ନିର୍ଣ୍ଣୟ କରି ପାରିଲି ନାହିଁ; ମୋʼ ଚକ୍ଷୁ ଆଗରେ ଏକ ମୂର୍ତ୍ତି ଥିଲା; ସବୁ ନିଃଶଦ୍ଦ ଥିଲା, ତହୁଁ ମୁଁ ଏହି ରବ ଶୁଣିଲି,[୧୭] ମର୍ତ୍ତ୍ୟ-ମନୁଷ୍ୟ କʼଣ ପରମେଶ୍ଵରଙ୍କ ଅପେକ୍ଷା ଅଧିକ ଧାର୍ମିକ ହେବ? ନିଜ ସୃଷ୍ଟିକର୍ତ୍ତା ଅପେକ୍ଷା ମନୁଷ୍ୟ କʼଣ ଅଧିକ ଶୁଚି ହେବ?[୧୮] ଦେଖ, ସେ ଆପଣା ଦାସଗଣକୁ ବିଶ୍ଵାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;

ଯିଶାଇୟ ୧୪:୧୨-୧୪
[୧୨] ହେ ଲୁଶିଫର! ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ![୧୩] ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ଵର୍ଗାରୋହଣ କରିବା, ଆମ୍ଭେ ପରମେଶ୍ଵରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ଵରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର⇧ ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;[୧୪] ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ଵକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା ।

ଯିହୂଦା ୧:୬
ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।

୧ ପିତର ୩:୨୧-୨୨
[୨୧] ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ଵରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;[୨୨] ସେହି ଯୀଶୁ ଖ୍ରୀଷ୍ଟ ସ୍ଵର୍ଗାରୋହଣ କରି ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ୍ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।

୧ ପିତର ୧:୧୨
ଏହିସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହିସମସ୍ତ ବିଷୟ ସ୍ଵର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ଵାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି ।

ଏବ୍ରୀ ୧୨:୨୨
କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ଵରଙ୍କ ନଗର, ଅର୍ଥାତ୍, ସ୍ଵର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,

ପ୍ରକାଶିତ ବାକ୍ୟ ୫:୧୧-୧୨
[୧୧] ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।[୧୨] ସେମାନେ ଉଚ୍ଚ ସ୍ଵରରେ କହୁଥିଲେ, ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକହିଁ ଯୋଗ୍ୟ ଅଟନ୍ତି ।

ଗୀତସଂହିତା ୭୮:୨୫-୪୯
[୨୫] ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ ।[୨୬] ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ଵାରା ଦକ୍ଷିଣ ବାୟୁ ଚଳାଇଲେ ।[୨୭] ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;[୨୮] ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ ।[୨୯] ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ ।[୩୦] ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ[୩୧] ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା ।[୩୨] ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ ।[୩୩] ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ବିହ୍ଵଳତାରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,[୩୪] ସେ ସେମାନଙ୍କୁ ବଧ କଲା ବେଳେ ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ଵରଙ୍କ ଅନ୍ଵେଷଣ କଲେ ।[୩୫] ପରମେଶ୍ଵର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ଵର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ ।[୩୬] ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ଵାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ ।[୩୭] କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ ।[୩୮] ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ ।[୩୯] ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ଵରୂପ, ଏହା ସେ ସ୍ମରଣ କଲେ⇧।[୪୦] ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ ।[୪୧] ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ ।[୪୨] ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ[୪୩] ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;[୪୪] ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ ।[୪୫] ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ ।[୪୬] ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ ।[୪୭] ସେ ଶିଳା ଦ୍ଵାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ଵାରା ସେମାନଙ୍କ ଡିମିରି ବୃକ୍ଷ ମାରି ପକାଇଲେ ।[୪୮] ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ଵଳିତ ବଜ୍ରାଘାତରେ ସମର୍ପଣ କଲେ ।[୪୯] ସେ ଆପଣା କ୍ରୋଧର ପ୍ରଚଣ୍ତତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ ।

ଗୀତସଂହିତା ୯୧:୧୧
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ ।

ଗୀତସଂହିତା ୧୦୩:୨୦
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।

ମାଥିଉ ୪:୬-୧୧
[୬] ତୁମ୍ଭେ ଯେବେ ଈଶ୍ଵରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ ।[୭] ଯୀଶୁ ତାହାକୁ କହିଲେ, ଆହୁରି ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପରୀକ୍ଷା କରିବ ନାହିଁ ।[୮] ପୁନଶ୍ଚ ଶୟତାନ ତାହାଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ଘେନିଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ଵର୍ଯ୍ୟ ଦେଖାଇ କହିଲା,[୯] ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହିସମସ୍ତ ତୁମ୍ଭକୁ ଦେବା ।[୧୦] ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖାଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରଣାମ କରିବ, ପୁଣି କେବଳ ତାହାଙ୍କର ଉପାସନା କରିବ ।[୧୧] ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।

ମାଥିଉ ୧୬:୨୭
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।

ମାଥିଉ ୧୮:୧୦
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।

ମାଥିଉ ୨୪:୩୧-୩୫
[୩୧] ଆଉ, ସେ ମହାତୂରୀଧ୍ଵନି ସହିତ ଆପଣା ଦୂତମାନଙ୍କୁ ପ୍ରେରଣ କରିବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।[୩୨] ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;[୩୩] ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଦେଖିଲେ ସେ ଦ୍ଵାରର ସନ୍ନିକଟ, ଏହା ଜାଣ ।[୩୪] ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।[୩୫] ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

ଲୂକ ୪:୧୦
କାରଣ ଲେଖା ଅଛି, ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ;

ଯୋହନ ୨୦:୧୧-୧୨
[୧୧] କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ,[୧୨] ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ଥୁଆଯାଇଥିଲା, ସେଥିର ମୁଣ୍ତ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।

କଲସୀୟ ୨:୧୮
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

ଏବ୍ରୀ ୧:୧୪
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?

ଏବ୍ରୀ ୨:୬-୧୩
[୬] କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ତତ୍ତ୍ଵ ନେଇଥାଅ?[୭] ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,[୮] ତୁମ୍ଭେ ତାହାର ପଦ ତଳେ ସମସ୍ତ ବିଷୟ ଅଧୀନ କରି ରଖିଅଛ ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ଅବଶୀଭୂତ କରି ଛାଡ଼ି ନାହାନ୍ତି । ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,[୯] କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ଵରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ଵାଦନ କରନ୍ତି ।[୧୦] କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ଵାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା ।[୧୧] ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହନ୍ତିଲ,[୧୨] ଯେପରି ସେ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସମାଜ ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”[୧୩] ପୁନଶ୍ଚ, ମୁଁ ତାହାଙ୍କଠାରେ ମୋହର ବିଶ୍ଵାସ ରଖିବି । ପୁନର୍ବାର, ଏହି ଦେଖ, ମୁଁ ଓ ଈଶ୍ଵରଦତ୍ତ ମୋହର ସନ୍ତାନମାନେ ।

ଏବ୍ରୀ ୧୩:୨
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।

୨ ପିତର ୨:୪
କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି

Odia Bible (OROV) 2014
Copyright © 2014 by The Bible Society of India