A A A A A

ଦୂତ ଏବଂ ଭୂତମାନେ |: [ଭୂତମାନେ |]


୧ ଯୋହନ 4:4
ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ ।

୧ ତୀମଥି 4:1
ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ

୨ କରିନ୍ଥୀୟ 2:11
ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ ।

୨ କରିନ୍ଥୀୟ 4:4
ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।

ଯାକୁବ 2:19
ଈଶ୍ଵର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ଵାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ଵାସ କରି ଥରହର ହୁଅନ୍ତି ।

ଆୟୁବ 4:15
ତହିଁରେ ମୋʼ ସମ୍ମୁଖରେ ଏକ ଆତ୍ମା ଚାଲିଗଲା; ମୋʼ ଶରୀର ରୋମାଞ୍ଚିତ ହୋଇ ଉଠିଲା ।

ମାଥିଉ 8:31
ସେଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରି ପଲ ଭିତରକୁ ପଠାଇ ଦିଅ ।

ମାଥିଉ 12:45
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟା ଆତ୍ମା ସାଙ୍ଗରେ ଘେନି ଆସେ, ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ । ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ ।

ଲୂକ 8:30
ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କଅଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ ।

ପ୍ରକାଶିତ ବାକ୍ୟ 20:10
ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।

୧ କରିନ୍ଥୀୟ 10:20-21
[20] ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ସେମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି । ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ ।[21] ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।

ଗୀତସଂହିତା 106:37-38
[37] ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର-କନ୍ୟାମାନଙ୍କୁ ବଳିଦାନ କଲେ ।[38] ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା ।

ଆୟୁବ 1:20-21
[20] ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ ମୁଣ୍ତନ କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;[21] ଆଉ, ସେ କହିଲା, ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ ।

ଏଫିସୀୟ 6:10-12
[10] ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।[11] ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।[12] କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

ଯିଶାଇୟ 14:12-15
[12] ହେ ଲୁଶିଫର! ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ![13] ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ଵର୍ଗାରୋହଣ କରିବା, ଆମ୍ଭେ ପରମେଶ୍ଵରଙ୍କ ନକ୍ଷତ୍ରଗଣର ଊର୍ଦ୍ଧ୍ଵରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର⇧ ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;[14] ଆମ୍ଭେ ମେଘମାଳର ଉଚ୍ଚସ୍ଥଳୀର ଊର୍ଦ୍ଧ୍ଵକୁ ଆରୋହଣ କରିବା; ଆମ୍ଭେ ସର୍ବୋପରିସ୍ଥଙ୍କର ତୁଲ୍ୟ ହେବା ।[15] ମାତ୍ର ତୁମ୍ଭେ ପାତାଳକୁ, ଗର୍ତ୍ତର ପ୍ରା; ସୀମାକୁ ଅବରୋହିତ ହେବ ।

ପ୍ରେରିତ 19:13-16
[13] କିନ୍ତୁ ଭ୍ରମଣକାରୀ ଯିହୁଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣ ମଧ୍ୟ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କର ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ରାଣ ଦେଉଅଛି ।[14] ପୁଣି, ସ୍କେବା ନାମକ ଜଣେ ଯିହୁଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।[15] ସେଥିରେ ଦୁଷ୍ଟ ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁ; ମାତ୍ର ତୁମ୍ଭେମାନେ କିଏ?[16] ସେତେବେଳେ ଦୁଷ୍ଟ ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ ।

୨ ପିତର 2:4-10
[4] କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି[5] ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଳଳପ୍ଳାବନ ଘଟାଇଲେ;[6] ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ଵଂସ ପାଇବା ନିମନ୍ତେ ଦଣ୍ତାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ଵରୂପ କଲେ,[7] ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,[8] ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ ।[9] ଏହିପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ଵ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ତର ଅଧୀନରେ ରଖିବାକୁ ଜାଣନ୍ତି ।[10] ସେମାନେ ଦୁଃସାହସୀ ଓ ସ୍ଵେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,

ପ୍ରକାଶିତ ବାକ୍ୟ 9:1-7
[1] ତତ୍ପରେ ପଞ୍ଚମ ଦୂତ ତୂରୀଧ୍ଵନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ତର ଚାବି ଦିଆଗଲା ।[2] ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା ।[3] ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା ।[4] ପୃଥିବୀର ତୃଣ କି ହରିଦ୍ବର୍ଣ୍ଣ ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ଵରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା ।[5] ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହିପ୍ରକାର ।[6] ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।[7] ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ଵମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟ-ମାନଙ୍କ ମୁଖ ସଦୃଶ;

ମାର୍କ ୧:୨୧-୨୭
[୨୧] ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।[୨୨] ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।[୨୩] ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,[୨୪] ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି।[୨୫] ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।[୨୬] ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ି ପକାଇ ଅତି ଉଚ୍ଚ ସ୍ଵରରେ ପାଟି କରି ତାହାଠାରୁ ବାହାରିଗଲା ।[୨୭] ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।

ମାଥିଉ ୭:୧୪-୨୦
[୧୪] ଆଉ, ଜୀବନକୁ ଘେନିଯିବା ଦ୍ଵାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।[୧୫] ଭଣ୍ତ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ତାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ![୧୬] ସେମାନଙ୍କ ଫଳ ଦ୍ଵାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟା ଗଛରୁ ଦ୍ରାକ୍ଷା ଫଳ କିମ୍ଵା କାନକୋଳି ଗଛରୁ ଡିମିରି ଫଳ ତୋଳନ୍ତି?[୧୭] ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ ।[୧୮] ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ ।[୧୯] ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।[୨୦] ଅତଏବ, ସେମାନଙ୍କ ଫଳ ଦ୍ଵାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ।

ଲୂକ ୪:୩୧-୪୧
[୩୧] ସେ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,[୩୨] ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା ।[୩୩] ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚ ସ୍ଵରରେ ଚିତ୍କାର କଲା,[୩୪] ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି ।[୩୫] ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା । ସେଥିରେ ସେହି ଭୂତ ତାହାକୁ ମଧ୍ୟସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା ।[୩୬] ଏଥିରେ ସମସ୍ତେ ବିସ୍ମୟାନ୍ଵିତ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରି ଯାଆନ୍ତି ।[୩୭] ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସର୍ବତ୍ର ବ୍ୟାପିଗଲା ।[୩୮] ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ । ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ଵର ହୋଇଥିଲା, ଆଉ ସେମାନେ ତାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ ।[୩୯] ସେଥିରେ ସେ ତାଙ୍କ ପାଖରେ ଠିଆ ହୋଇ ଜ୍ଵରକୁ ଧମକ ଦେଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ ।[୪୦] ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ ।[୪୧] ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ଵରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରି-ଗଲେ । ଆଉ, ସେ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ ।

ଏଫିସୀୟ ୬:୧-୧୮
[୧] ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;[୨] କାରଣ ତାହା ଯଥାର୍ଥ । “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),” ଦ୍ଵି.ବି. ୫:୧୬[୩] “ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ହେବ ।”[୪] ପୁଣି ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ଵାରା ପ୍ରତିପାଳନ କର ।[୫] ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ⇧,[୬] ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ଵରଙ୍କ ଇଚ୍ଛା ସାଧନ କର ।[୭] ସ୍ଵାଧୀନ କି ପରାଧୀନ, ଯେକେହି କୌଣସି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,[୮] ଏହା ଜାଣି ମନୁଷ୍ୟର ସେବା କଲା ପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲା ପରି ସ୍ଵଚ୍ଛନ୍ଦରେ ସେବା କର ।[୯] ଆଉ ହେ କର୍ତ୍ତାମାନେ, ସେହିପରିଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜ୍ଜନଗର୍ଜ୍ଜନ କରିବାରୁ ନିବୃତ୍ତ ହୁଅ, ସେମାନଙ୍କ ଓ ତୁମ୍ଭମାନଙ୍କ, ଉଭୟଙ୍କର ପ୍ରଭୁ ଯେ ସ୍ଵର୍ଗରେ ଅଛନ୍ତି, ପୁଣି ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ ।[୧୦] ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।[୧୧] ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।[୧୨] କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;[୧୩] ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହି ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।[୧୪] ଅତଏବ, ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତାରୂପ ଉରସ୍ତ୍ରାଣ ପରିଧାନ କର,[୧୫] ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜତାରୂପ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;[୧୬] ସେଥି ସଙ୍ଗେ ସଙ୍ଗେ, ଯଦ୍ଦ୍ଵାରା ପାପାତ୍ମାର ଅଗ୍ନିବାଣସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ଵାସରୂପ ଢାଲ ଧର ।[୧୭] ପୁଣି, ପରିତ୍ରାଣରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ଼୍‍ଗ, ଅର୍ଥାତ୍ ଈଶ୍ଵରଙ୍କ ବାକ୍ୟ ଧାରଣ କର;[୧୮] ସର୍ବପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି ସମସ୍ତ ସାଧୁଙ୍କ ନିମନ୍ତେ ଏକା; ଉଦ୍ୟମ ଓ ନିବେଦନ କରିବାରେ ଜାଗି ରହି ପ୍ରାର୍ଥନା କର ।

Odia Bible (OROV) 2014
Copyright © 2014 by The Bible Society of India