A A A A A

ଦୂତ ଏବଂ ଭୂତମାନେ |: [ରାକ୍ଷୀ ଦୂତଗଣ |]


୧ କରିନ୍ଥୀୟ ୪:୯
କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।

୧ ଯୋହନ 4:1
ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ଵାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ଵରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ତ ଭାବବାଦୀ ବାହାରିଅଛନ୍ତି ।

ପ୍ରେରିତ ୮:୨୬
ପରେ ପ୍ରଭୁଙ୍କ ଜଣେ ଦୂତ ଫିଲିପ୍ପଙ୍କୁ କହିଲେ, ଉଠ, ଦକ୍ଷିଣ ଦିଗରେ ଯେଉଁ ପଥ ଯିରୂଶାଲମରୁ ଗଜ୍ଜା ଆଡ଼କୁ ପଡ଼ିଅଛି, ସେହି ପଥକୁ ଯାଅ । ତାହା ମରୁଭୂମି ।

ପ୍ରେରିତ ୧୨:୧୫
ସେମାନେ ତାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।

କଲସୀୟ ୨:୧୮
ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ଵାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;

ଦାନିୟେଲ 9:21
ଏପରି ମୁଁ ପ୍ରାର୍ଥନା କରି କଥା କହୁ କହୁ ଆଦ୍ୟରେ ଦର୍ଶନକ୍ରମେ ମୁଁ ଯାହାଙ୍କୁ ଦେଖିଥିଲି, ସେହି ପୁରୁଷ ଗାବ୍ରିଏଲ ଶୀଘ୍ର ଉଡ଼ିବା ପାଇଁ ଆଦିଷ୍ଟ ହୋଇ ପ୍ରାୟ ସନ୍ଧ୍ୟାକାଳୀନ ନୈବେଦ୍ୟ ସମୟରେ ଆସି ମୋତେ ସ୍ପର୍ଶ କଲେ ।

ହୋଶେୟ ୧୦:୧୩
ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ଵରୂପ ଶସ୍ୟ କାଟିଅଛ; ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ଵାସ କରିଅଛ ।

ହୋଶେୟ 12:1
ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ବହାଯାଏ ।

ଏବ୍ରୀ ୧:୧୪
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?

ଏବ୍ରୀ 13:2
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।

ଯିହୂଦା ୧:୬-୯
[୬] ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।[୭] ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି ।[୮] ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।[୯] କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ହୋଇ ନ ଥିଲେ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।

ଲୂକ ୧୬:୨୨
କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ଵାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।

ମାଥିଉ ୧୮:୧୦
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।

ଗୀତସଂହିତା ୩୪:୭
ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି ।

ଗୀତସଂହିତା 91:11
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ ।

ଗୀତସଂହିତା 103:20
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରା; ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର ।

ପ୍ରକାଶିତ ବାକ୍ୟ 5:11
ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ଵର ଶୁଣିଲି; ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ ।

ପ୍ରକାଶିତ ବାକ୍ୟ 19:10
ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭ୍ରାତୃଗଣ, ସେମାନଙ୍କର ସହଦାସ; ଈଶ୍ଵରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ଭାବବାଣୀର ସାର ।

ଯିଖରୀୟ ୫:୯
ସେତେବେଳେ ମୁଁ ଆପଣା ଚକ୍ଷୁ ଟେକି ଦେଖିଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ଐଫାକୁ ଉଠାଇଲେ ।

English Standard Version (ESV)
The Holy Bible, English Standard Version. ESV® Permanent Text Edition® (2016). Copyright © 2001 by Crossway Bibles, a publishing ministry of Good News Publishers.