A A A A A

ଖରାପ ବର୍ଣ୍ଣ: [ଗାଳିଗୁଲଜ]


୧ ଯୋହନ ୨:୯
ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।

୧ ଯୋହନ ୩:୧୫
ଯେକେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନ; ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ ।

୨ ତୀମଥି 1:7
କାରଣ ଈଶ୍ଵର ଆମ୍ଭମାନଙ୍କୁ ଭୀରୁତାର ଆତ୍ମା ଦେଇ ନାହାନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି ।

ଦ୍ଵିତୀୟ ବିବରଣ ୩୧:୬
ବଳବାନ ଓ ସାହସିକ ହୁଅ, ଭୟ କର ନାହିଁ, କିଅବା ସେମାନଙ୍କ ସକାଶୁ ତ୍ରାସଯୁକ୍ତ ହୁଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଆପେ ତୁମ୍ଭ ସଙ୍ଗେ ଗମନ କରୁଅଛନ୍ତି, ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କିଅବା ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ ।

ଏଫିସୀୟ ୪:୨୯
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଞ୍ଚ ଆବଶ୍ୟକତାନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।

ଏଫିସୀୟ 6:12
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

ଲେବୀୟ ୧୯:୧୮
ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣକୁ ପ୍ରତିହିଂସା କି ଦ୍ଵେଷ କରିବ ନାହିଁ, ବରଞ୍ଚ ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବ; ଆମ୍ଭେ ସଦାପ୍ରଭୁ ।

ମାଥିଉ ୫:୧୧
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।

ହିତୋପଦେଶ 17:9
ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ ।

ହିତୋପଦେଶ 22:10
ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ ।

ହିତୋପଦେଶ ୨୪:୧୬
ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେନ୍ତ ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି ।

ଗୀତସଂହିତା ୧୩୮:୭
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ ।

ରୋମୀୟ ୨:୧
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ ।

ରୋମୀୟ ୧୨:୧୮-୧୯
[୧୮] ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ ।[୧୯] ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, ‘ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବାʼ ।

ରୋମୀୟ ๑๒:๒๐-๒๑
[๒๐] ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତାʼର ମସ୍ତକ ଉପରେ ଜ୍ଵଳନ୍ତା ଅଙ୍ଗାର ଗଦା କରିବ ।[๒๑] କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।

ଲୂକ ୬:୨୭-୨୮
[୨୭] କିନ୍ତୁ ଶ୍ରବଣ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;[୨୮] ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।

ମାଥିଉ 5:44-45
[44] କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,[45] ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି ।

ଯିଶାଇୟ ୪୧:୧୧-୧୩
[୧୧] ଦେଖ, ଯେଉଁମାନେ ତୁମ୍ଭ ପ୍ରତି କୁପିତ ଅଛନ୍ତି, ସେସମସ୍ତେ ଲଜ୍ଜିତ ଓ ଘାବରା ହେବେ; ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ହୋଇ ବିନଷ୍ଟ ହେବେ ।[୧୨] ଯେଉଁମାନେ ତୁମ୍ଭ ସଙ୍ଗେ ବିରୋଧ କରନ୍ତି, ତୁମ୍ଭେ ସେମାନଙ୍କୁ ଅନ୍ଵେଷଣ କରିବ, ମାତ୍ର ସେମାନଙ୍କର ଉଦ୍ଦେଶ୍ୟ ପାଇବ ନାହିଁ; ଯେଉଁମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରନ୍ତି, ସେମାନେ ଅବସ୍ତୁ ତୁଲ୍ୟ ଓ ଅକିଞ୍ଚନ ହେବେ ।[୧୩] କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ତୁମ୍ଭ ଦକ୍ଷିଣ ହସ୍ତ ଧରି ତୁମ୍ଭକୁ କହିବା, ଭୟ କର ନାହିଁ; ଆମ୍ଭେ ତୁମ୍ଭର ସାହାଯ୍ୟ କରିବା ।

ମାଥିଉ ୫:୩୮-୪୧
[୩୮] ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;[୩୯] କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେକେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇ ଦିଅ ।[୪୦] ଆଉ, କେହି ଯଦି ତୁମ୍ଭ ସହିତ ବିଚାର ସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ ।[୪୧] ପୁଣି, ଯେକେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ ।

ଗୀତସଂହିତା ୩୪:୧୨-୧୮
[୧୨] ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?[୧୩] ତୁମ୍ଭେ ହିଂସାରୁ ଆପଣା ଜିହ୍ଵା ଓ ଛଳବାକ୍ୟରୁ ଆପଣା ଓଷ୍ଠାଧର ରକ୍ଷା କର ।[୧୪] ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ ।[୧୫] ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି ।[୧୬] ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ ।[୧୭] ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ ।[୧୮] ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି ।

Odia Bible (OROV) 2014
Copyright © 2014 by The Bible Society of India