A A A A A

ଖରାପ ବର୍ଣ୍ଣ: [ତିକ୍ତତା |]


ପ୍ରେରିତ ٨:٢٣
କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।

କଲସୀୟ ٣:٨-١٣
[٨] କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର ।[٩] ପରସ୍ପର ମିଥ୍ୟା କୁହ ନାହିଁ; ତୁମ୍ଭେମାନେ ତ ପୁରାତନ ସ୍ଵଭାବ ଓ[١٠] ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ଵଭାବ।। ପରିଧାନ କରିଅଛ; ସେହି ନୂତନ ସ୍ଵଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;[١١] ଏପରି ସ୍ଥଳେ ଗ୍ରୀକ୍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ଵାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି ସମସ୍ତଙ୍କଠାରେ ବାସ କରନ୍ତି ।[١٢] ଅତଏବ, ଈଶ୍ଵରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର ।[١٣] ପରସ୍ପର ପ୍ରତି ସହନଶୀଳ ହୁଅ, ଆଉ ଯଦି କାହାରି କାହାରି ବିରୁଦ୍ଧରେ କୌଣସି କଥା ଥାଏ, ତେବେ ଏକକୁଆରେକ କ୍ଷମା କର; ପ୍ରଭୁ ଯେପରି ତୁମ୍ଭମାନଙ୍କୁ କ୍ଷମା କରିଅଛନ୍ତି, ତୁମ୍ଭେମାନେ ମଧ୍ୟ ସେହିପରି କର ।

ଉପଦେଶକ ୭:୯
କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ ।

ଏଫିସୀୟ ୪:୨୬
କ୍ରୁଦ୍ଧ ହେଲେ ପାପ କର ନାହିଁ; ସୂର୍ଯ୍ୟଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର;

ଯିହିଜିକଲ ୩:୧୪
ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା ।

ଯିଶାଇୟ ୩୮:୧୭
ଦେଖ, ମୁଁ ଆପଣାର ଶାନ୍ତି ନିମନ୍ତେ ବଡ଼ ଦୁଃଖ ପାଇଲି; ମାତ୍ର ତୁମ୍ଭେ ମୋʼ ପ୍ରାଣ ପ୍ରତି ପ୍ରେମ କରି ବିନାଶକୂପରୁ ତାହାକୁ ଉଦ୍ଧାର କଲ; କାରଣ ତୁମ୍ଭେ ଆପଣା ପଛଆଡ଼େ ମୋହର ପାପସବୁ ପକାଇ ଦେଇଅଛ ।

ଆୟୁବ ୭:୧୧
ଏହେତୁ ମୁଁ ଆପଣା ମୁଖ ବନ୍ଦ କରିବି ନାହିଁ; ମୁଁ ଆପଣା ମନର ବେଦନାରେ କଥା କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ ବିଳାପ କରିବି।

ଆୟୁବ ୧୦:୧
ମୋʼ ପ୍ରାଣ ମୋʼ ଜୀବନ ବିଷୟରେ କ୍ଳା; ହୋଇଅଛି, ମୁଁ ଆପଣା ଦୁଃଖ ସ୍ଵଚ୍ଛନ୍ଦରେ କହିବି; ମୁଁ ଆପଣା ପ୍ରାଣର ତିକ୍ତତାରେ କହିବି ।

ଆୟୁବ ୨୧:୨୫
ଆଉ, କେହି ପ୍ରାଣର ତିକ୍ତତାରେ ମରେ ଓ କେତେବେଳେ ମଙ୍ଗଳର ଆସ୍ଵାଦ ପାଏ ନାହିଁ ।

ମାର୍କ ୧୧:୨୫
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।

ହିତୋପଦେଶ ୧୦:୧୨
ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ ।

ହିତୋପଦେଶ ୧୪:୧୦
ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।

ହିତୋପଦେଶ ୧୫:୧
କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ ।

ହିତୋପଦେଶ ୧୭:୨୫
ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ ।

ରୋମୀୟ ๓:๑๔
ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣନ୍ତ

ମାଥିଉ ୬:୧୪-୧୫
[୧୪] କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;[୧୫] କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।

ଯାକୁବ ๑:๑๙-๒๐
[๑๙] ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ,[๒๐] କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ ।

ଏବ୍ରୀ ୧୨:୧୪-୧୫
[୧୪] ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,[୧୫] କାଳେ କେହି ଈଶ୍ଵରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ଦ୍ଵାରା ଅନେକେ କଳୁଷିତ ହୁଅନ୍ତି;

ଏଫିସୀୟ ୪:୩୧-୩୨
[୩୧] ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ ।[୩୨] ଆଉ, ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ହୁଅ, ପୁଣି ଈଶ୍ଵର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।

Odia Bible (OROV) 2014
Copyright © 2014 by The Bible Society of India