A A A A A

ଖରାପ ବର୍ଣ୍ଣ: [ଅଭିଯୋଗ]


ଗୀତସଂହିତା ୧୪୪:୧୪
ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି ଆମ୍ଭମାନଙ୍କ ଛକ ସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

ନିହିମୀୟା ୮:୧
ପୁଣି, ସମସ୍ତ ଲୋକ ଏକ ବ୍ୟକ୍ତି ତୁଲ୍ୟ ଜଳଦ୍ଵାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ⇧ କହିଲେ ।

ଯିଶାଇୟ ୨୪:୧୧
ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି ।

ଯିରିମୀୟ ୧୪:୨
ଯିହୁଦା ଶୋକ କରୁଅଛି ଓ ତହିଁର ନଗର-ଦ୍ଵାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ଵର ଊର୍ଦ୍ଧ୍ଵକୁ ଉଠିଅଛି ।

ହିତୋପଦେଶ ୨୩:୨୯
କାହାର ହାହାକାର? କାହାର ଓକାର? କାହାର କଳି? କାହାର ବକାବକି? କାହାର ଅକାରଣ କ୍ଷତ? କାହାର ରକ୍ତବର୍ଣ୍ଣ ଚକ୍ଷୁଣ?

ଫିଲିପ୍‍ପୀୟ ୪:୬-୭
[୬] କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।[୭] ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।

Odia Bible (OROV) 2014
Copyright © 2014 by The Bible Society of India