A A A A A

ଚର୍ଚ୍ଚ: [ଚର୍ଚ୍ଚ ନିର୍ଯ୍ୟାତନା |]


ପ୍ରେରିତ ౮:౧
ଶାଉଲ ତାଙ୍କ ପ୍ରାଣନାଶରେ ସମ୍ମତଥିଲେ । ସେହିଦିନ ଯିରୂଶାଲମରେ ଥିବା ମଣ୍ତଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟ ସମସ୍ତେ ଯିହୁଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।

ମାଥିଉ ౫:౪౪
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁ-ମାନଙ୍କୁ ପ୍ରେମ କର, ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,

୨ ତୀମଥି ౩:౧౨
ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧର୍ମଜୀବନ ଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ ।

ଯୋହନ ౧౫:౨౦
ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।

ପ୍ରକାଶିତ ବାକ୍ୟ ౨:౧౦
ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ ।

ରୋମୀୟ ౮:౩౫
ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍‍ଗ?

ମାଥିଉ ౫:౧౧
ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।

ରୋମୀୟ ౧౨:౧౪
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।

ଯୋହନ ౫:౧౬
ତେଣୁ ଯୀଶୁ ବିଶ୍ରାମବାରରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ ।

ମାଥିଉ ౫:౧౦-౧౨
[౧౦] ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର ।[౧౧] ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।[౧౨] ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

୨ କରିନ୍ଥୀୟ ౧౨:౧౦
ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ ।

ପ୍ରେରିତ ౧౩:౫౦
କିନ୍ତୁ ଯିହୁଦୀମତାବଲମ୍ଵୀ ବିଜାତୀୟ ସମ୍ଭ୍ରାନ୍ତ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।

ପ୍ରେରିତ ౭:౫౨
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣ-ମାନଙ୍କର ପିତୃ-ପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;

ମାର୍କ 4:17
କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।

ଗାଲାତୀୟ 4:29
କିନ୍ତୁ ଶାରୀରିକ ସ୍ଵଭାବାନୁସାରେ ଯେ ଜାତ, ସେ ଯେପରି ସେସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି ।

ମାର୍କ 10:30
ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ ।

ମାଥିଉ ౧౩:౨౧
ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।

ପ୍ରେରିତ ౨౨:౪
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।

ମାଥିଉ ౫:౧౦
ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ଵର୍ଗରାଜ୍ୟ ସେମାନଙ୍କର ।

ଗାଲାତୀୟ ౬:౧౨
ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ଵାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି ।

ଲୂକ ౨౧:౧౨
କିନ୍ତୁ ଏହିସମସ୍ତ ଘଟଣା ପୂର୍ବେ ଲୋକେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋʼ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ଛାମୁକୁ ନିଆଯିବ;

ମାର୍କ ౧౦:౨౯-౩౦
[౨౯] ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ଵା ଭ୍ରାତା କି ଭଗ୍ନୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,[౩౦] ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ ।

ରୋମୀୟ ౮:౩౫-౩౭
[౩౫] ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍‍ଗ?[౩౬] ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ ।”[౩౭] ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ ।

ପ୍ରେରିତ ౧౧:౧౯-౨౧
[౧౯] ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଳେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇଯାଇଥିଲେ, ସେମାନେ ଫୈନୀକିଆ, ସାଇପ୍ରସ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।[౨౦] କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କୁପ୍ରୀୟ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଆସି ଗ୍ରୀକ୍ମାନଙ୍କ।। ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।[౨౧] ଆଉ, ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି ଅନେକ ଅନେକ ଲୋକ ବିଶ୍ଵାସ କରି ପ୍ରଭୁଙ୍କ ପ୍ରତି ଫେରିଲେ ।

ପ୍ରେରିତ ୯:୪-୫
[୪] ସେଥିରେ ସେ ଭୂମିରେ ପଡ଼ିଯାଇ ତାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ?[୫] ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।

ଗାଲାତୀୟ ୫:୧୧
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।

ମାଥିଉ ୧୦:୨୩
କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।

ମାଥିଉ ୫:୧୨
ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

୧ ତୀମଥି ୧:୧୩
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;

ମାଥିଉ ୫:୧୧-୧୨
[୧୧] ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।[୧୨] ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କର ପୂର୍ବବର୍ତ୍ତୀ ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

ଲୂକ ୧୧:୪୯
ତେଣୁ ଈଶ୍ଵର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପ୍ରେରଣ କରିବୁ; ସେମାନଙ୍କ ମଧ୍ୟରୁ କାହାକାହାକୁ ସେମାନେ ବଧ କରିବେ ଓ କାହାକାହାକୁ ତାଡ଼ନା କରିବେ,

୧ ଥେସଲନୀକୀୟ 3:3-4
[3] ଯେପରି କେହି ଏହି ସମସ୍ତ କ୍ଳେଶ ମଧ୍ୟରେ ବିଚଳିତ ନ ହୁଏ । ଆମ୍ଭେମାନେ ସେଥିନିମନ୍ତେ ନିରୂପିତ ବୋଲି ତୁମ୍ଭେ-ମାନେ ତ ନିଜେ ଜାଣ ।[4] କାରଣ ଆମ୍ଭମାନଙ୍କୁ ଯେ କ୍ଳେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି ସେହିପରି ଘଟିଅଛି, ଆଉ ତୁମ୍ଭେମାନେ ତାହା ଜାଣ ।

ଏବ୍ରୀ 11:36-38
[36] ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ଵାରା ସୁଦ୍ଧା ପରୀକ୍ଷିତ ହେଲେ;[37] କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ଵାରା ଦ୍ଵିଖଣ୍ତିତ, ପୁଣି କେହି ଅବା ଖଡ଼୍‍ଗ ଦ୍ଵାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ନିଗ୍ରହପ୍ରାପ୍ତ ହୋଇ[38] ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ଵର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା ।

ଯୋହନ ୧୫:୨୦-୨୧
[୨୦] ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।[୨୧] କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ ।

ମାଥିଉ ౧౦:౨౧-౨౩
[౨౧] ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।[౨౨] ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।[౨౩] କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।

ମାଥିଉ ౨౪:౮-౧౦
[౮] କିନ୍ତୁ ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।[౯] ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କ୍ଳେଶଭୋଗ କରିବା ନିମନ୍ତେ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ଵାରା ଘୃଣିତ ହେବ ।[౧౦] ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

ଲୂକ ౨౧:౧౨-౧౯
[౧౨] କିନ୍ତୁ ଏହିସମସ୍ତ ଘଟଣା ପୂର୍ବେ ଲୋକେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋʼ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ଛାମୁକୁ ନିଆଯିବ;[౧౩] ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ ।[౧౪] ଅତଏବ, କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;[౧౫] କାରଣ ମୁଁ ତୁମ୍ଭମାନଙ୍କୁ ଏପରି ମୁଖ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।[౧౬] କିନ୍ତୁ ତୁମ୍ଭେମାନେ ପିତାମାତା, ଭ୍ରାତା, ଆତ୍ମୀୟ ଓ ବନ୍ଧୁବାନ୍ଧବମାନଙ୍କ ଦ୍ଵାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକେ କାହାରିକାହାରିକି ବଧ କରିବେ,[౧౭] ପୁଣି ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ ।[౧౮] କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;[౧౯] ଧୈର୍ଯ୍ୟ ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ ।

୧ କରିନ୍ଥୀୟ ౪:౮-౧౩
[౮] ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇ ଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ଵ କରି ପାରିଥାଆନ୍ତୁ ।[౯] କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ଵର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ ।[౧౦] ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।[౧౧] ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ[౧౨] ସ୍ଵହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,[౧౩] ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ଵରୂପ ହୋଇଅଛୁ ।

ଏବ୍ରୀ ౧౦:౩౨-౩౪
[౩౨] କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେ-ବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ,ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;[౩౩] ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ଵାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହିପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ ।[౩౪] କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ ।

ଏବ୍ରୀ ౧౧:౩౩-౩౮
[౩౩] ବିଶ୍ଵାସ ଦ୍ଵାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ,[౩౪] ଅଗ୍ନିର ତେଜ ନିବାରଣ କଲେ, ଖଡ଼୍‍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ,, ପୁଣି ବିଜାତୀୟମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ ।[౩౫] ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ଵାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ ।[౩౬] ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ଵାରା ସୁଦ୍ଧା ପରୀକ୍ଷିତ ହେଲେ;[౩౭] କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ଵାରା ଦ୍ଵିଖଣ୍ତିତ, ପୁଣି କେହି ଅବା ଖଡ଼୍‍ଗ ଦ୍ଵାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ନିଗ୍ରହପ୍ରାପ୍ତ ହୋଇ[౩౮] ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ଵର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା ।

ପ୍ରେରିତ ౧౨:౧-౧౯
[౧] ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ ।[౨] ସେ ଯୋହନଙ୍କ ଭ୍ରାତା ଯାକୁବଙ୍କୁ ଖଡ଼୍‍ଗରେ ବଧ କଲେ ।[౩] ଆଉ, ଯିହୁଦୀମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ । ସେହି ସମୟରେ ଖମୀରଶୂନ୍ୟ ରୋଟୀର ପର୍ବ ଥିଲା ।[౪] ପରେ ସେ ତାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାଙ୍କୁ ଜଗିବା ପାଇଁ ସମର୍ପଣ କଲେ ।[౫] ଅତଏବ, ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାଙ୍କ ନିମନ୍ତେ ମଣ୍ତଳୀ ଦ୍ଵାରା ଏକାଗ୍ର ଭାବରେ ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।[౬] ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ଵାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ ।[౭] ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ । ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା ।[౮] ପୁଣି, ଦୂତ ତାଙ୍କୁ କହିଲେ, କଟିବନ୍ଧନ କର ଓ ପାଦୁକା ପିନ୍ଧ । ସେ ସେପରି କଲେ । ଆଉ ସେ ତାଙ୍କୁ କହିଲେ, ଦେହରେ ଚାଦର ପକାଇ ମୋହର ପଛେ ପଛେ ଆସ ।[౯] ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ଵାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ ।[౧౦] ଯେତେବେଳେ ସେମାନେ ପ୍ରଥମ ଓ ଦ୍ଵିତୀୟ ପ୍ରହରୀଦଳ ଅତିକ୍ରମ କରି, ଯେଉଁ ଲୌହଦ୍ଵାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ଵାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ତର ଶେଷ ମୁଣ୍ତ ଯାଏ ଗଲେ, ପୁଣି ସେହିକ୍ଷଣି ସେହି ଦୂତ ତାଙ୍କଠାରୁ ଅନ୍ତର ହୋଇଗଲେ ।[౧౧] ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି ।[౧౨] ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ ।[౧౩] ସେ ବାହାର ଦ୍ଵାରରେ ମାରନ୍ତେ, ରୋଦା ନାମରେ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା ।[౧౪] ସେ ପିତରଙ୍କର ସ୍ଵର ବାରି ଆନନ୍ଦ ସକାଶେ ଦ୍ଵାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ଵାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା ।[౧౫] ସେମାନେ ତାକୁ କହିଲେ, ତୁ ବାୟାଣୀ । କିନ୍ତୁ ସେ ତାହା ସତ ବୋଲି ଦୃଢ଼ ରୂପେ କହିବାକୁ ଲାଗିଲା । ସେମାନେ କହିଲେ, ଏ ତାଙ୍କର ଦୂତ ।[౧౬] କିନ୍ତୁ ପିତର ଦ୍ଵାରରେ ବାରମ୍ଵାର ମାରୁଥିଲେ, ଆଉ ସେମାନେ ଫିଟାଇ ତାଙ୍କୁ ଦେଖି ଆଚମ୍ଵିତ ହେଲେ ।[౧౭] କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । ପୁଣି ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ । ଆଉ, ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ ।[౧౮] ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା ।[౧౯] ଆଉ, ହେରୋଦ ତାଙ୍କୁ ଖୋଜି ନ ପାଇବାରୁ ପ୍ରହରୀମାନଙ୍କୁ ପ୍ରଶ୍ନ କଲା ଉତ୍ତାରେ ସେମାନଙ୍କୁ ବଧ କରିବା ପାଇଁ ଆଜ୍ଞା ଦେଲେ । ପରେ ସେ ଯିହୁଦା ପ୍ରଦେଶରୁ କାଇସରିଆକୁ ଯାଇ ସେଠାରେ ରହିଲେ ।

ପ୍ରେରିତ ౯:౧-౧౪
[౧] କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟ-ମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ ।[౨] ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି, ଏଥିସକାଶେ ଦାମାସ୍କସ୍ର ସମସ୍ତ ସମାଜଗୃହ ନିକଟକୁ ତାଙ୍କଠାରୁ ପତ୍ର ମାଗିଲେ ।[౩] ପରେ ସେ ଯାଉ ଯାଉ ଦାମାସ୍କସ୍ର ନିକଟବର୍ତ୍ତୀ ହୁଅନ୍ତେ, ଅକସ୍ମାତ୍ ଆକାଶରୁ ଆଲୋକ ତାଙ୍କ ଚାରିଆଡ଼େ ଚମକି ଉଠିଲା ।[౪] ସେଥିରେ ସେ ଭୂମିରେ ପଡ଼ିଯାଇ ତାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ?[౫] ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।[౬] କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କʼଣ କରିବାକୁ ହେବ, ତାହା କୁହାଯିବ ।[౭] ଯେଉଁ ଲୋକମାନେ ତାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶଦ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ଠିଆ ହୋଇ ରହିଲେ ।[౮] ପୁଣି, ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ । ଏଣୁ ସେମାନେ ତାଙ୍କ ହାତ ଧରି ତାଙ୍କୁ ଦାମାସ୍କସ୍କୁ ଘେନିଗଲେ ।[౯] ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି କିଛି ଖାଇଲେ ନାହିଁ କି ପିଇଲେ ନାହିଁ ।[౧౦] ଦାମାସ୍କସ୍ରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ । ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ ।[౧౧] ସେଥିରେ ପ୍ରଭୁ ତାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରରେ ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି;[౧౨] ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥିନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି ।[౧౩] କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୋ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଉପଦ୍ରବ କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।[౧౪] ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।

ଗାଲାତୀୟ ౧:౧౩
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,

ପ୍ରକାଶିତ ବାକ୍ୟ ౨:౮-౧౦
[౮] ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,[౯] ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।[౧౦] ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ ।

ପ୍ରେରିତ ౨౬:౯-౧౧
[౯] ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ, ଏହା ମୁଁ ନିଜେ ମନେ କରିଥିଲି ।[౧౦] ଆଉ, ଯିରୂଶାଲମରେ ମୁଁ ଏହା ମଧ୍ୟ କରଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ତ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,[౧౧] ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି ସେମାନଙ୍କ ବିରୁଦ୍ଧରେ ଅତ୍ୟ; ଉନ୍ମତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଦ୍ଧା ସେମାନଙ୍କୁ ତାଡ଼ନା କରୁଥିଲି ।

୧ କରିନ୍ଥୀୟ ౪:౧౨
ସ୍ଵହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,

ପ୍ରେରିତ ౧౨:౧
ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ତଳୀର କେତେକ ଜଣକୁ ଉପଦ୍ରବ କରିବା ନିମନ୍ତେ ହସ୍ତକ୍ଷେପ କଲେ ।

ଫିଲିପ୍‍ପୀୟ ౩:౬
ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।

Odia Bible (OROV) 2014
Copyright © 2014 by The Bible Society of India