A A A A A

ଭଗବାନ |: [ଆଶୀର୍ବାଦ]


ଲୂକ ६:३८
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ ।

ମାଥିଉ ५:४
ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ଵନା ପ୍ରାପ୍ତ ହେବେ ।

ଫିଲିପ୍‍ପୀୟ ४:१९
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।

ଗୀତସଂହିତା ६७:७
ପରମେଶ୍ଵର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରା; ତାହାଙ୍କୁ ଭୟ କରିବେ ।

ଗଣନା ୬:୨୪-୨୫
[୨୪] ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;[୨୫] ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;

ଫିଲିପ୍‍ପୀୟ ४:६-७
[६] କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।[७] ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।

ଯାକୁବ १:१७
ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।

ଯିରିମୀୟ ୧୭:୭-୮
[୭] ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ଵାସ-ଭୂମି ଅଟନ୍ତି, ସେ ଧନ୍ୟ ।[୮] କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତ-ମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ ।

ଯିଶାଇୟ ୪୧:୧୦
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା ।

ଯୋହନ ୧:୧୬
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହ ପ୍ରାପ୍ତ ହୋଇଅଛୁ ।

ଆଦି ୨୨:୧୬-୧୭
[୧୬] ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;[୧୭] ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ଵାର ଅଧିକାର କରିବେ ।

ଆଦି ୨୭:୨୮-୨୯
[୨୮] ପରମେଶ୍ଵର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;[୨୯] ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ ।

ଗୀତସଂହିତା ୧:୧-୩
[୧] ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,[୨] ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ ।[୩] ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ଵସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ ।

ଗୀତସଂହିତା ୨୩:୧-୪
[୧] ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ ।[୨] ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି ।[୩] ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି ।[୪] ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।

ଦ୍ଵିତୀୟ ଶାମୁୟେଲ ୨୨:୩-୪
[୩] ମୋହର ଶୈଳ ସ୍ଵରୂପ ପରମେଶ୍ଵର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି । ମୋହର ଢାଲ ଓ ମୋହର ପରିତ୍ରାଣ ସ୍ଵରୂପ ଶୃଙ୍ଗ⇧, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରୁଅଛ ।[୪] ମୁଁ ସଦାପ୍ରଭୁଙ୍କୁ ଆହ୍ଵାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି ।

୧ ଯୋହନ ୫:୧୮
ଯେକେହି ଈଶ୍ଵରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଞ୍ଚ ସେ ଈଶ୍ଵରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।

ଗୀତସଂହିତା ୧୩୮:୭
ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସଜୀବ କରିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ ।

୨ କରିନ୍ଥୀୟ ୯:୮
ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,

ଫିଲିପ୍‍ପୀୟ ୪:୭
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।

Odia Bible (OROV) 2014
Copyright © 2014 by The Bible Society of India