A A A A A

ଭଗବାନ |: [ଆଦେଶଗୁଡିକ]


ମାର୍କ 10:19
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

ଲୂକ ୧୮:୨୦
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

ମାଥିଉ 22:34-40
[34] ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ,[35] ଆଉ ସେମାନଙ୍କ ମଧ୍ୟରୁ ଜଣେ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,[36] ହେ ଗୁରୁ, ବ୍ୟବସ୍ଥା ମଧ୍ୟରେ କିପ୍ରକାର ଆଜ୍ଞା ଶ୍ରେଷ୍ଠ?[37] ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର ।[38] ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା ।[39] ଦ୍ଵିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।[40] ଏହି ଦୁଇ ଆଜ୍ଞା ଉପରେ ସମସ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।

ରୋମୀୟ 13:9
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।

ମାଥିଉ ୧୯:୧୬-୧୯
[୧୬] ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନ; ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?[୧୭] ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।[୧୮] ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ,[୧୯] ପିତାମାତାଙ୍କୁ ସମାଦର କର, ପୁଣି, ତୁମ୍ଭର ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।

ମାଥିଉ ୨୨:୩୬-୪୦
[୩୬] ହେ ଗୁରୁ, ବ୍ୟବସ୍ଥା ମଧ୍ୟରେ କିପ୍ରକାର ଆଜ୍ଞା ଶ୍ରେଷ୍ଠ?[୩୭] ସେ ତାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ଵରଙ୍କୁ ପ୍ରେମ କର ।[୩୮] ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା ।[୩୯] ଦ୍ଵିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।[୪୦] ଏହି ଦୁଇ ଆଜ୍ଞା ଉପରେ ସମସ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।

ମାଥିଉ 10:17-22
[17] ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ,[18] ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ ।[19] କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ ।[20] ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।[21] ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।[22] ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।

ରୋମୀୟ 13:8-14
[8] ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି ।[9] କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।[10] ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ ।[11] ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ଵାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।[12] ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ ।[13] ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ, ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।[14] ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ଉଦ୍ରେକ କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ ।

ମାର୍କ ୧୨:୨୮-୩୪
[୨୮] ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?[୨୯] ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;[୩୦] ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର ।[୩୧] ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ ।[୩୨] ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;[୩୩] ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।[୩୪] ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।

ଯାତ୍ରା ୩୪:୨୮
ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥିତି କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ । ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ ।

ଦ୍ଵିତୀୟ ବିବରଣ ୪:୧୩
ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣା ସେହି ନିୟମର ଦଶଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପ୍ରସ୍ତର ପଟାରେ ତାହା ଲେଖିଲେ ।

ଦ୍ଵିତୀୟ ବିବରଣ ୧୦:୪
ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ ।

ଦ୍ଵିତୀୟ ବିବରଣ ୫:୭-୨୨
[୭] ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁଣ।[୮] ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ) ।[୯] ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ । ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;[୧୦] ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର (ପୁରୁଷ) ପର୍ଯ୍ୟନ୍ତ ଦୟାକାରୀ ।[୧୧] ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ ।[୧୨] ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର ।[୧୩] ତୁମ୍ଭେ ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;[୧୪] ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, କି ତୁମ୍ଭର ଦାସ, କି ତୁମ୍ଭର ଦାସୀ, କି ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, କି ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗର-ଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ ।[୧୫] ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପରାକ୍ରା; ହସ୍ତ ଓ ବିସ୍ତାରିତ ବାହୁ ଦ୍ଵାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ବିଶ୍ରାମଦିନ ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି ।[୧୬] ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ ।[୧୭] ତୁମ୍ଭେ ନରହତ୍ୟା କରିବ ନାହିଁ ।[୧୮] କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ ।[୧୯] କିଅବା ତୁମ୍ଭେ ଚୋରି କରିବ ନାହିଁ ।[୨୦] କିଅବା ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେବ ନାହିଁ ।[୨୧] କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, କି ତାହାର ଦାସ, କି ତାହାର ଦାସୀ, କି ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ବାଞ୍ଛା କରିବ ନାହିଁ ।[୨୨] ସଦାପ୍ରଭୁ ପର୍ବତରେ ଅଗ୍ନି ଓ ମେଘ ଓ ଘୋର ଅନ୍ଧାର ମଧ୍ୟରୁ ତୁମ୍ଭମାନଙ୍କର ସମସ୍ତ ସମାଜ ପ୍ରତି ଏହି ସମସ୍ତ ବାକ୍ୟ ଉଚ୍ଚୈଃସ୍ଵରରେ କହିଲେ, ଆଉ କିଛି କହିଲେ ନାହିଁ । ତହୁଁ ସେ ଏହି ସମସ୍ତ କଥା ଦୁଇଖଣ୍ତ ପ୍ରସ୍ତର ପଟାରେ ଲେଖି ମୋତେ ସମର୍ପଣ କଲେ ।

ଦ୍ଵିତୀୟ ବିବରଣ ୬:୨୧
ତୁମ୍ଭେ ଆପଣା ସନ୍ତାନକୁ କହିବ, ଆମ୍ଭେମାନେ ମିସରରେ ଫାରୋର ବନ୍ଧାଦାସ ଥିଲୁ; ପୁଣି ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ;

ଦ୍ଵିତୀୟ ବିବରଣ ୧୦:୧-୫
[୧] ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର ।[୨] ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ ।[୩] ତହୁଁ ମୁଁ ଶିଟୀମ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି ।[୪] ଅନନ୍ତର ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ ।[୫] ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି ।

ଯାତ୍ରା ୨୦:୧-୧୭
[୧] ଅନନ୍ତର ସଦାପ୍ରଭୁ ଏହିସବୁ କଥା କହିଲେ, ଯଥା-[୨] ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ ।[୩] ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ ।[୪] ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ ।[୫] ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;[୬] ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ ।[୭] ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।[୮] ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର ।[୯] ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;[୧୦] ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ ।[୧୧] ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି ।[୧୨] ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।[୧୩] ତୁମ୍ଭେ ନରହତ୍ୟା କରିବ ନାହିଁ ।[୧୪] ତୁମ୍ଭେ ବ୍ୟଭିଚାର କରିବ ନାହିଁ ।[୧୫] ତୁମ୍ଭେ ଚୋରି କରିବ ନାହିଁ।[୧୬] ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ ।[୧୭] ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ ।

ଯାତ୍ରା ୨୪:୧୨
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା ।

ଯାତ୍ରା ୩୪:୧୦-୨୯
[୧୦] ତେବେ ସେ କହିଲେ, ଦେଖ, ଆମ୍ଭେ ଗୋଟିଏ ନିୟମ କରୁ; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟ କର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ।[୧୧] ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ ଓ କିଣାନୀୟ ଓ ହିତ୍ତୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା ।[୧୨] ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶ ନିବାସୀମାନଙ୍କ ସହିତ ନିୟମ କର ନାହିଁ; କଲେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ଵରୂପ ହେବ।[୧୩] ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ ।[୧୪] ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ଵଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି, ।[୧୫] କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେ ସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;[୧୬] କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ ।[୧୭] ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।[୧୮] ତୁମ୍ଭେ ତାଡ଼ିଶୂନ୍ୟ ରୋଟୀର ଉତ୍ସବ ପାଳନ କରିବ, ପୁଣି ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ ।[୧୯] ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।[୨୦] ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯେବେ ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ । ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ । ଆଉ, କେହି ରିକ୍ତ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ ।[୨୧] ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ ।[୨୨] ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ ।[୨୩] ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବେ।[୨୪] କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବାଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ ।[୨୫] ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।[୨୬] ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରୀମାଂଶ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ଗୃହକୁ ଆଣିବ । ପୁଣି ତୁମ୍ଭେ ଛାଗଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।[୨୭] ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କଲୁ ।[୨୮] ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥିତି କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ । ସେ ସେହି ଦୁଇ ପ୍ରସ୍ତରରେ ନିୟମବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ ।[୨୯] ଅନନ୍ତର ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇଖଣ୍ତ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ହେତୁରୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ଵଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ ।

ଦ୍ଵିତୀୟ ବିବରଣ ୬:୪-୯
[୪] ହେ ଇସ୍ରାଏଲ, ଶୁଣ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଏକମାତ୍ର ସଦାପ୍ରଭୁ ଅଟନ୍ତି ।[୫] ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ ।[୬] ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ ।[୭] ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯନିପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେବିଷୟରେ କଥାବାର୍ତ୍ତା କରିବ ।[୮] ଆଉ ତୁମ୍ଭେ ଚିହ୍ନ ସ୍ଵରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ଵୟ ମଧ୍ୟରେ ଭୂଷଣ ସ୍ଵରୂପ ହେବ ।[୯] ଆହୁରି ତୁମ୍ଭେ ଆପଣା ଗୃହଦ୍ଵାର ଚଉକାଠରେ ଓ ବାହାର ଦ୍ଵାରରେ ତାହା ଲେଖିବ ।

ଯାତ୍ରା ୨୦:୨-୧୭
[୨] ଯେ ତୁମ୍ଭକୁ ଦାସଗୃହ ସ୍ଵରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ଵର ଆମ୍ଭେ ।[୩] ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ ।[୪] ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; କି ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି ବସ୍ତୁର ପ୍ରତିମୂର୍ତ୍ତି ନିର୍ମାଣ କରିବ ନାହିଁ ।[୫] ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;[୬] ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ ।[୭] ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।[୮] ବିଶ୍ରାମ ଦିନ ପବିତ୍ର ରୂପେ ପାଳିବାକୁ ସ୍ମରଣ କର ।[୯] ଛଅ ଦିନ ପରିଶ୍ରମ ଓ ଆପଣାର ସବୁ କର୍ମ କରିବ;[୧୦] ମାତ୍ର ସପ୍ତମ ଦିନ ତୁମ୍ଭ ସଦାପ୍ରଭୁ ପରମେଶ୍ଵରଙ୍କର ବିଶ୍ରାମ ଦିନ ଅଟେ; ତ ହିଁରେ ତୁମ୍ଭେ, କି ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ଦାସୀ, ତୁମ୍ଭର ପଶୁ, କି ତୁମ୍ଭର ନଗରଦ୍ଵାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ ।[୧୧] ଯେହେତୁ ସଦାପ୍ରଭୁ ଆକାଶମଣ୍ତଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି ।[୧୨] ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।[୧୩] ତୁମ୍ଭେ ନରହତ୍ୟା କରିବ ନାହିଁ ।[୧୪] ତୁମ୍ଭେ ବ୍ୟଭିଚାର କରିବ ନାହିଁ ।[୧୫] ତୁମ୍ଭେ ଚୋରି କରିବ ନାହିଁ।[୧୬] ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ ।[୧୭] ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ ।

ଯାତ୍ରା ୩୧:୧୮
ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସାଙ୍ଗ କରି ସାକ୍ଷ୍ୟ ସ୍ଵରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ ।

ଯୋହନ ୧୪:୧୫
ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ ।

ମାଥିଉ ୧୯:୧୮
ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ,

ଯୋହନ 15:10
ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ ।

ମାଥିଉ 5:17
ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି ।

ଯାତ୍ରା ୩୨:୧୫
ଅନନ୍ତର ମୋଶା ମୁଖ ଫେରାଇ ସାକ୍ଷ୍ୟ ସ୍ଵରୂପ ଦୁଇ ପ୍ରସ୍ତର ପଟା ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ; ସେହି ପ୍ରସ୍ତର ପଟାର ଏପାର୍ଶ୍ଵରେ ଓ ସେପାର୍ଶ୍ଵରେ ଉଭୟ ପାର୍ଶ୍ଵରେ ଲେଖାଥିଲା ।

ଯୋହନ 15:12-17
[12] ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା ।[13] ଆପଣା ବନ୍ଧୁମାନଙ୍କ ନିମନ୍ତେ ନିଜ ପ୍ରାଣ ଦାନ କରିବା ଅପେକ୍ଷା କାହାରି ଆଉ ଅଧିକ ଶ୍ରେଷ୍ଠ ପ୍ରେମ ନାହିଁ ।[14] ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତାହା ଯଦି ପାଳନ କର, ତେବେ ତୁମ୍ଭେମାନେ ମୋହର ବନ୍ଧୁ ।[15] ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି ।[16] ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି । ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;[17] ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି ।

ଯାତ୍ରା ୩୨:୧୬
ସେହି ପ୍ରସ୍ତର ପଟା ପରମେଶ୍ଵରଙ୍କ-ନିର୍ମିତ; ପୁଣି ତହିଁରେ ଖୋଦିତ ଲିଖନ ହିଁ ପରମେଶ୍ଵରଙ୍କ ଲିଖନ ଥିଲା ।

ଯାତ୍ରା 34:27
ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କଲୁ ।

Odia Bible (OROV) 2014
Copyright © 2014 by The Bible Society of India