A A A A A

ଭଗବାନ |: [ଆର୍ଥିକ ଆଶୀର୍ବାଦ]


ପ୍ରଥମ ଶାମୁୟେଲ ୨:୭
ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି ।

୨ କରିନ୍ଥୀୟ 8:9
କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।

୩ ଯୋହନ 1:2
ପ୍ରିୟ ବନ୍ଧୁ, ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି, ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ଵାସ୍ଥ୍ୟ ଭୋଗ କରୁଥାଅ, ଏହା ମୋହର ପ୍ରାର୍ଥନା ।

ଉପଦେଶକ ୯:୧୦
ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ ।

ଗାଲାତୀୟ ୬:୯
ଆମ୍ଭେମାନେ ଉତ୍ତମ କର୍ମ କରିବାରେ ଶ୍ରା; ନ ହେଉ; କାରଣ କ୍ଳା; ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।

ଆଦି ୧୩:୨
ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ୍ ଥିଲେ ।

ହୋଶେୟ ୪:୬
ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା ।

ଯାକୁବ ୫:୧୨
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ ।

ଯୋହନ ୬:୧୨
ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ତଗୁଡ଼ିକ ଏକାଠି କର ।

ଲୂକ ୬:୩୮
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ ।

ଲୂକ ୧୨:୩୪
କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ ।

ହିତୋପଦେଶ ୧୦:୨୨
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ ।

ହିତୋପଦେଶ ୧୧:୧୪
ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।

ହିତୋପଦେଶ ୧୯:୧୭
ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ ।

ହିତୋପଦେଶ ୨୧:୧୭
ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ ।

ହିତୋପଦେଶ ୨୨:୯
ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।

ହିତୋପଦେଶ ୨୮:୨୨-୨୭
[୨୨] କୁଦୁଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ ।[୨୩] ଜିହ୍ଵାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ ।[୨୪] ଯେ ଆପଣା ପିତା କି ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାରକର ସଙ୍ଗୀ ।[୨୫] ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।[୨୬] ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ । ହିତୋ. ୩:୫[୨୭] ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ ।

ଗୀତସଂହିତା ୨୪:୧
ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର ।

ମାଥିଉ ୬:୩୩
କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ଵେଷଣ କର, ଆଉ ଏହିସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।

ମାଥିଉ ୨୩:୨୩
ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ ।

ମାଥିଉ ୨୫:୨୧
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।

ରୋମୀୟ ୧୩:୮
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି ।

ହିତୋପଦେଶ ୩:୯-୧୦
[୯] ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର ।[୧୦] ତହିଁରେ ତୁମ୍ଭର ଭଣ୍ତାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ତରେ ନୂତନ ଦ୍ରାକ୍ଷାରସ ଉଛୁଳି ପଡ଼ିବ ।

ଗୀତସଂହିତା ୧୨୧:୧-୨
[୧] ଆରୋହଣ ଗୀତ । ମୁଁ ପର୍ବତଗଣ ଆଡ଼େ ଉର୍ଦ୍ଧ୍ଵଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?[୨] ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ ।

ମାର୍କ ୧୧:୨୨-୨୩
[୨୨] ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ-ଠାରେ ବିଶ୍ଵାସ ରଖ ।[୨୩] ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼୍ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ଵାସ କରିବ, ତାʼ ନିମନ୍ତେ ତାହା ଘଟିବ ।

ଆଦି ୧:୨୬-୨୭
[୨୬] ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।[୨୭] ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ ।

୨ କରିନ୍ଥୀୟ ୯:୬-୮
[୬] କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ ।[୭] ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି ।[୮] ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥିନିମନ୍ତେ ଈଶ୍ଵର ତୁମ୍ଭମାନଙ୍କୁ ସର୍ବପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,

ଲୂକ ୧୪:୨୮-୩୦
[୨୮] କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?[୨୯] କାଳେ ସେ ମୂଳଦୁଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,[୩୦] ଏ ଲୋକଟା ତୋଳିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ ।

ଲୂକ ୬:୩୪-୩୬
[୩୪] ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି ।[୩୫] ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ⇧; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ପରାତ୍ପରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି କୃପାବାନ ଅଟନ୍ତି ।[୩୬] ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।

ଯାକୁବ ୫:୧-୩
[୧] ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର ।[୨] ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,[୩] ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!

ଆଦି ୧୨:୧-୨୦
[୧] ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ ।[୨] ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ ।[୩] ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ ।[୪] ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା ।[୫] ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ ।[୬] ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ଉତ୍ତରିଲେ । ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ ।[୭] ଅନନ୍ତର ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ ।[୮] ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ଵୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ ।[୯] ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ ।[୧୦] ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା ।[୧୧] ଅନନ୍ତର ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ ।[୧୨] ଏଣୁକରି ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ ।[୧୩] ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ହେତୁରୁ ମୋʼ ପ୍ରାଣ ରକ୍ଷା ପାଇବ ।[୧୪] ଅନନ୍ତର ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମ ସୁନ୍ଦରୀ ଦେଖିଲେ ।[୧୫] ପୁଣି ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ ।[୧୬] ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ ।[୧୭] ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ହେତୁରୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ଭାରୀ ଭାରୀ ଉତ୍ପାତ ଘଟାଇଲେ ।[୧୮] ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?[୧୯] ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏକଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ ।[୨୦] ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ଵ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ ।

ମାଥିଉ ୬:୧-୩୪
[୧] ଲୋକ ଦେଖାଇବା ପାଇଁ ସେମାନଙ୍କ ସାକ୍ଷାତରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ ।[୨] ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ତରେ ସେ ପ୍ରକାର କରନ୍ତି । ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।[୩] କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି, ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,[୪] ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।[୫] ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।[୬] କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରିରେ ପ୍ରବେଶ କର, ପୁଣି ତୁମ୍ଭର ଦ୍ଵାର ରୁଦ୍ଧ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।[୭] ପୁଣି, ପ୍ରାର୍ଥନା କରିବା ସମୟରେ ବିଜାତୀୟମାନଙ୍କ ପରି ଅନର୍ଥକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି।[୮] ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ଵର ତାହା ଜାଣନ୍ତି ।[୯] ଅତଏବ, ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ।[୧୦] ତୁମ୍ଭର ରାଜ୍ୟ ଆସୁ । ଯେପରି ସ୍ଵର୍ଗରେ, ସେପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ ।[୧୧] ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ ।[୧୨] ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର ।[୧୩] ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ଣାିଁ[୧୪] କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;[୧୫] କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ ।[୧୬] ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକଙ୍କ ସାକ୍ଷାତରେ ଦେଖାଯିବା ନିମନ୍ତେ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି ।[୧୭] କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର,[୧୮] ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ସାକ୍ଷାତରେ ଦେଖାଯିବ; ଆଉ, ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ ।[୧୯] ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ, ପୁଣି ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;[୨୦] ମାତ୍ର ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ଵର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,[୨୧] କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ ।[୨୨] ଚକ୍ଷୁ ଶରୀରର ପ୍ରଦୀପ । ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।[୨୩] କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ । ଅତଏବ, ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେହି ଅନ୍ଧକାର କେଡ଼େ ଘୋରତର![୨୪] କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣଙ୍କୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ଵର ଓ ଧନ, ଉଭୟର ଦାସ ହୋଇ ପାର ନାହିଁ।[୨୫] ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ ବା କଅଣ ପିଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ । ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?[୨୬] ଆକାଶର ପକ୍ଷୀଙ୍କି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ସେମାନଙ୍କୁ ଆହାର ଦିଅନ୍ତି । ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?[୨୭] ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ଦଣ୍ତେ ବୃଦ୍ଧି କରି ପାରେ?[୨୮] ଆଉ, ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟ ବିବେଚନା କରି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେସବୁ ପରିଶ୍ରମ କରନ୍ତି ନାହିଁ, କିମ୍ଵା ସୂତା କାଟନ୍ତି ନାହିଁ,[୨୯] ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ଵର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ ।[୩୦] କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲ୍ଲିରେ ପକାଯାଏ, ତାକୁ ଯେବେ ଈଶ୍ଵର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ଵାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତ ରୂପେ ବସ୍ତ୍ର ନ ଦେବେ?[୩୧] ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ ।[୩୨] କାରଣ ବିଜାତିମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି । ଆଉ, ଏହିସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ପ୍ରୟୋଜନ, ତାହା ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ଜାଣନ୍ତି ।[୩୩] କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ଵେଷଣ କର, ଆଉ ଏହିସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।[୩୪] ଅତଏବ, କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ । ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ ।

ଦ୍ଵିତୀୟ ବିବରଣ ୨୮:୧-୬୮
[୧] ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ ଯନିପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ ।[୨] ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ ।[୩] ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ ।[୪] ତୁମ୍ଭ ଶରୀରର ଫଳ ଓ ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ ।[୫] ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ ।[୬] ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ ।[୭] ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ ।[୮] ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେ ଯେ କର୍ମରେ ତୁମ୍ଭେ ହସ୍ତ ଦେବ, ସେସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ ।[୯] ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ ।[୧୦] ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ ।[୧୧] ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ମଙ୍ଗଳାର୍ଥେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ।[୧୨] ସଦାପ୍ରଭୁ ଯଥାସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ତାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ ।[୧୩] ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେ ଯେ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେସବୁ ଯେବେ ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେ ଯେ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,[୧୪] ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ ।[୧୫] ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ ।[୧୬] ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ ।[୧୭] ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ ।[୧୮] ତୁମ୍ଭ ଶରୀରଫଳ ଓ ଭୂମିଫଳ ଓ ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ ।[୧୯] ତୁମ୍ଭେ ଗୃହକୁ ଆସିବା ବେଳେ ଶାପଗ୍ରସ୍ତ ହେବ ଓ ତୁମ୍ଭେ ଗୃହରୁ ବାହାରକୁ ଯିବା ବେଳେ ଶାପଗ୍ରସ୍ତ ହେବ ।[୨୦] ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ଵାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ ।[୨୧] ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ ।[୨୨] ସଦାପ୍ରଭୁ ଯକ୍ଷ୍ମା ଓ ଜ୍ଵର ଓ ଜ୍ଵାଳା ଓ ଅତିଦାହ ଓ ଖଡ଼୍‍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେସବୁ ତୁମ୍ଭର ପିଚ୍ଛା ଲାଗିଥିବେ ।[୨୩] ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ ।[୨୪] ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ ।[୨୫] ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ; ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ; ମାତ୍ର ସାତ ପଥ ଦେଇ ସେମାନଙ୍କ ଆଗରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ ।[୨୬] ଆଉ ତୁମ୍ଭ ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ ।[୨୭] ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ ଖୁଜିଲି ଦ୍ଵାରା ଆଘାତ କରିବେ, ଏସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ ।[୨୮] ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତ-ସ୍ତବଧତା ଦ୍ଵାରା ଆଘାତ କରିବେ ।[୨୯] ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ତି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ତି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ ।[୩୦] ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ ର,[୩୧] ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ ।[୩୨] ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ ।[୩୩] ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଳିଷ୍ଟ ହେବ ।[୩୪] ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ଉନ୍ମତ୍ତ ହେବ ।[୩୫] ସଦାପ୍ରଭୁ ତୁମ୍ଭର ଜାନୁ ଓ ଜଙ୍ଘ ଓ ତଳିପାରୁ ମସ୍ତକଯାଏ ବ୍ୟଥାଦାୟୀ ବଥ ଦ୍ଵାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ ।[୩୬] ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ ।[୩୭] ପୁଣି ସଦାପ୍ରଭୁ ତୁମ୍ଭକୁ ଯେସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର ଓ ଗଳ୍ପର ଓ ଉପହାସର ବିଷୟ ହେବ ।[୩୮] ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ ।[୩୯] ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ ।[୪୦] ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ ।[୪୧] ତୁମ୍ଭେ ପୁତ୍ରକନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇ ଯିବେ ।[୪୨] ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ଅଧିକାର କରିବ ।[୪୩] ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ ।[୪୪] ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ ।[୪୫] ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ ଓ ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣାର ଯେ ଯେ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ ।[୪୬] ଆଉ ସେସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ଵରୂପ ହୋଇ ରହିବ;[୪୭] କାରଣ ତୁମ୍ଭେ ସର୍ବପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ସେବା କଲ ନାହିଁ ।[୪୮] ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ ଓ ତୃଷାରେ ଓ ଉଲଙ୍ଗତାରେ ଓ ସର୍ବପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ଯାଏ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ ।[୪୯] ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକି ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;[୫୦] ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ ।[୫୧] ପୁଣି ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଫଳ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବାଯାଏ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ, ଅବା ତୈଳ, ତୁମ୍ଭ ଗୋବତ୍ସ, ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ ।[୫୨] ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବାଯାଏ ସେ ତୁମ୍ଭର ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ଵାରରେ ସେ ତୁମ୍ଭକୁ ଅବରୋଧ କରିବ ।[୫୩] ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ଅକଳରେ ପକାଇବେ, ସେହି ଅକଳରେ, ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ ।[୫୪] ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ସମସ୍ତ ନଗରଦ୍ଵାରରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ, ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ କୋମଳ ଓ ଅତି ସୁକୁମାର ଲୋକ ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ;[୫୫] ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକି କିଛି ଦେବ ନାହିଁ ।[୫୬] ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;[୫୭] ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ପ୍ରସୂତ ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ହେତୁରୁ ସେ ସେମାନଙ୍କୁ ଗୋପନରେ ଖାଇବ ।[୫୮] ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯେବେ ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;[୫୯] ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟରୂପ କରିବେ ।[୬୦] ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ ।[୬୧] ମଧ୍ୟ ଏ ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ ।[୬୨] ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ହେତୁରୁ ଆକାଶର ତାରାଗଣ ପରି ହେଲେ ହେଁ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ କର୍ଣ୍ଣପାତ କଲ ନାହିଁ ।[୬୩] ଆହୁରି ଏପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ । ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ ।[୬୪] ପୁଣି ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଆନ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷ-ଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ ।[୬୫] ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ ଓ ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ ।[୬୬] ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ; ପୁଣି ତୁମ୍ଭେ ରାତ୍ରଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;[୬୭] ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ହେତୁରୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ହେତୁରୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି![୬୮] ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ ।

Odia Bible (OROV) 2014
Copyright © 2014 by The Bible Society of India