A A A A A

ଜୀବନ: [ବାର୍ଦ୍ଧକ୍ୟ]


୧ ତୀମଥି ೫:೮
କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ତତ୍ତ୍ଵ ନ ନିଏ, ସେ ବିଶ୍ଵାସମତ ଅସ୍ଵୀକାର କରିଅଛି, ଆଉ ସେ ଅବିଶ୍ଵାସୀଠାରୁ ଅଧମ ଅଟେ, ।

୨ କରିନ୍ଥୀୟ ೪:೧೬
ତେଣୁ ଆମ୍ଭେମାନେ କ୍ଳା; ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି ।

ଦ୍ଵିତୀୟ ବିବରଣ 32:7
ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ ।

ଦ୍ଵିତୀୟ ବିବରଣ ୩୪:୭
ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ଵାଭାବିକ ବଳ ହ୍ରାସ ପାଇ ନ ଥିଲା ।

ଉପଦେଶକ ೭:೧೦
ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ, ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ ।

ଯାତ୍ରା ୨୦:୧୨
ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

ଆଦି ୬:୩
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ ।

ଆଦି ୨୫:୮
ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।

ଯିଶାଇୟ ೪೦:೨೯
ସେ କ୍ଳା; ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି ।

ଯିଶାଇୟ 46:4
ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।

ଆୟୁବ ೫:೨೬
ତୁମ୍ଭେ ଯଥାସମୟରେ ଆନୀତ ଶସ୍ୟବିଡ଼ା ତୁଲ୍ୟ ପୂର୍ଣ୍ଣାୟୁ ହୋଇ ଆପଣା କବରକୁ ଆସବ ।

ଆୟୁବ 12:12-20
[12] ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ ।[13] ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି ।[14] ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ ।[15] ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇ ଦେଲେ, ତାହା ପୃଥିବୀକି ଓଲଟପାଲଟ କରି ପକାଏ ।[16] ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର ।[17] ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି ।[18] ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି ।[19] ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି ।[20] ସେ ବିଶ୍ଵସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକି ହରଣ କରି ନିଅନ୍ତି ।

ଆୟୁବ ೩೨:೭
ମୁଁ କହିଲି, ଦିନସମୂହ କଥା କହିବେ ଓ ବର୍ଷର ବାହୁଲ୍ୟ ଜ୍ଞାନ ଶିଖାଇବେ ।

ଯୋୟେଲ 2:28
ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବୋ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ଵପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ;

ଲେବୀୟ ೧೯:೩೨
ତୁମ୍ଭେ ପକ୍ଵକେଶ-ପ୍ରାଚୀନର ସମ୍ମୁଖରେ ଉଠି ଠିଆ ହେବ ଓ ବୃଦ୍ଧ ଲୋକକୁ ସମାଦର କରିବ; ପୁଣି, ଆପଣା ପରମେଶ୍ଵରଙ୍କୁ ଭୟ କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।

ଫିଲୀମୋନ ೧:೯
ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ବରଂ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,

ଗୀତସଂହିତା ୭୧:୯
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।

ଗୀତସଂହିତା ७१:१८
ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ ।

ଗୀତସଂହିତା ೭೩:೨೬
ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ଵର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ଵରୂପ ଅଟନ୍ତି ।

ଗୀତସଂହିତା ९०:१०-१२
[१०] ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।[११] ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?[१२] ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ ।

ଗୀତସଂହିତା ೯೧:೧೬
ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା ।

ହିତୋପଦେଶ ೧೭:೬
ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ ।

ହିତୋପଦେଶ २०:२९
ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ଵକେଶ ସେମାନଙ୍କର ଶୋଭା ।

ହିତୋପଦେଶ ೨೩:೨೨
ତୁମ୍ଭ ଜନ୍ମଦାତା ପିତାର କଥା ଶୁଣ, ପୁଣି ମାତା ବୃଦ୍ଧା ହେଲେ,ତାହାକୁ ତୁଚ୍ଛ କର ନାହିଁ ।

ଗୀତସଂହିତା ३७:३५
ମୁଁ ଦୁଷ୍ଟକୁ ମହାକ୍ଷମତାପନ୍ନ ଓ ସ୍ଵଭୂମିରେ ସତେଜ ବୃକ୍ଷ ତୁଲ୍ୟ ଆପଣାକୁ ପ୍ରସାରିବାର ଦେଖିଅଛି ।

ପ୍ରଥମ ବଂଶାବଳୀ ೨೯:೨೮
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ ।

ପ୍ରଥମ ରାଜାବଳୀ ୩:୧୪
ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା ।

ଗୀତସଂହିତା ೧೦೩:೫
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ ।

ତୀତସ ೨:೩
ପୁଣି ବୟୋଧିକା ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;

୧ ତୀମଥି ೫:೧-೨
[೧] ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ତିରସ୍କାର କର ନାହିଁ, କିନ୍ତୁ ତାଙ୍କୁ ପିତୃତୁଲ୍ୟ ଜ୍ଞାନ କରି ବିନୟ କର; ଯୁବକମାନଙ୍କୁ ଭ୍ରାତୃତୁଲ୍ୟ,[೨] ବୃଦ୍ଧା ସ୍ତ୍ରୀମାନଙ୍କୁ ମାତୃତୁଲ୍ୟ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଗ୍ନୀତୁଲ୍ୟ ଜ୍ଞାନ କରି ସେହି ପ୍ରକାର କର ।

ଗୀତସଂହିତା ७१:८-९
[८] ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ ।[९] ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।

ଫିଲିପ୍‍ପୀୟ ३:२०-२१
[२०] ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;[२१] ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।

ଯିଶାଇୟ ೪೬:೩-೪
[೩] ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ଵାରା ଉଠା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;[೪] ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ଵକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା ।

ଗୀତସଂହିତା ९२:१२-१५
[१२] ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ ।[१३] ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ ।[१४] ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;[१५] ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।

ଉପଦେଶକ ೧೨:೧-೭
[೧] ଆଉ, ତୁମ୍ଭେ ଯୌବନକାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି ।[೨] ସେସମୟରେ ସୂର୍ଯ୍ୟ ଓ ଦୀପ୍ତି ଓ ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;[೩] ସେହି ଦିନ ଗୃହ-ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ[೪] ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;[೫] ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;[೬] ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;[೭] ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ଵରଙ୍କ ନିକଟକୁ ଆତ୍ମା ଫେରି ଯିବ ।

Odia Bible (OROV) 2014
Copyright © 2014 by The Bible Society of India