A A A A A

ଜୀବନ: [ପଶୁମାନେ]


ଆଦି ୧:୨୧
ଆଉ ପରମେଶ୍ଵର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ଵ ସ୍ଵ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ଵ ସ୍ଵ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ । ପରମେଶ୍ଵର ଏହି ସମସ୍ତ ଉତ୍ତମ ଦେଖିଲେ ।

ଆଦି ୧:୩୦
ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା ।

ଯାକୁବ ୩:୭
କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି;

ଯିରିମୀୟ ୮:୭
ହଁ, ଆକାଶଗାମିନୀ ଚରଳ ଆପଣାର ନିରୂପିତ ସମୟ ଜାଣେ; ଆଉ, ଘୁଘୁ ଓ ତାଳଚୋଞ୍ଚ ଓ ସାରସ ଆପଣା ଆପଣାର ଆସିବାର କାଳ ରକ୍ଷା କରନ୍ତି; ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ ।

ଆୟୁବ ୩୫:୧୧
ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି ନ କହେ ।

ଲୂକ ୩:୬
ପୁଣି, ସମସ୍ତ ମର୍ତ୍ତ୍ୟ ଈଶ୍ଵରଙ୍କ ପରିତ୍ରାଣ ଦେଖିବେ ।

ଲୂକ ୧୨:୨୪
କୁଆମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି ସେମାନଙ୍କର ଗୋଲାଘର ବା ଅମାର ନାହିଁ, ଆଉ ଈଶ୍ଵର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠଣ!

ମାଥିଉ ୬:୨୬
ଆକାଶର ପକ୍ଷୀଙ୍କି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କର ସ୍ଵର୍ଗସ୍ଥ ପିତା ସେମାନଙ୍କୁ ଆହାର ଦିଅନ୍ତି । ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?

ହିତୋପଦେଶ ୧୨:୧୦
ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।

ଗୀତସଂହିତା ୧୦୪:୨୧
ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ଵରଙ୍କଠାରୁ ଆହାର ଚାହାନ୍ତି ।

ଆଦି ୨:୧୯-୨୦
[୧୯] ଆଉ ସଦାପ୍ରଭୁ ପରମେଶ୍ଵର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ । ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା ।[୨୦] ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ ।

ଆଦି ୯:୨-୩
[୨] ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି ।[୩] ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ ।

ଆଦି ୧:୨୪-୨୮
[୨୪] ଅନନ୍ତର ପରମେଶ୍ଵର କହିଲେ, ପୃଥିବୀରେ ସ୍ଵ ସ୍ଵ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ଵ ସ୍ଵ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ; ତହିଁରେ ସେପରି ହେଲା ।[୨୫] ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ ।[୨୬] ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।[୨୭] ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ ।[୨୮] ଆଉ ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି ପରମେଶ୍ଵର ସେମାନଙ୍କୁ କହିଲେ, ପ୍ରଜାବ; ଓ ବହୁବଂଶ ହୁଅ, ପୁଣି ପୃଥିବୀକି ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର ।

ହିତୋପଦେଶ ୬:୬-୮
[୬] ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ ।[୭] ତାହାର ବିଚାରକର୍ତ୍ତା କି ଅଧ୍ୟକ୍ଷ କି ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,[୮] ପୁଣି ଫସଲ ସମୟରେ ଆହାର ସଞ୍ଚୟ କରେ ।

ଗୀତସଂହିତା ୮:୬-୯
[୬] ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;[୭] ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;[୮] ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ ।[୯] ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।

ଆୟୁବ ୧୨:୭-୧୦
[୭] ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;[୮] ଅବା ପୃଥିବୀକି ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ ।[୯] ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ଵାରା କିଏ ନ ଜାଣେ?[୧୦] ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ଵାସବାୟୁ ଅଛି ।

ଯିଶାଇୟ ୧୧:୬-୯
[୬] ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତା ବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବାସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେନ୍ତ ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ ।[୭] ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ ।[୮] ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କାଳସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ ।[୯] ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ ।

ଉପଦେଶକ ୩:୧୮-୨୧
[୧୮] ମୁଁ ମନେ ମନେ କହିଲି, ପରମେଶ୍ଵର ଯେପରି ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି ।[୧୯] କାରଣ ମନୁଷ୍ୟ-ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟନା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ କାରଣ ସବୁ ଅସାର ।[୨୦] ସମସ୍ତେ ଏକ ସ୍ଥାନକୁ ଯାʼନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି ।[୨୧] ମନୁଷ୍ୟର ଆତ୍ମା ଊର୍ଦ୍ଧ୍ଵଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ?

ଗୀତସଂହିତା ୧୪୮:୭-୧୨
[୭] ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ତିମିଙ୍ଗିଳ ଓ ସକଳ ବାରିଧି;[୮] ଅଗ୍ନି ଓ ଶିଳା, ହିମ ଓ ବାଷ୍ପ; ତାହାଙ୍କ ବାକ୍ୟସାଧକ ପ୍ରଚଣ୍ତ ବାୟୁ;[୯] ପର୍ବତ ଓ ସକଳ ଉପପର୍ବତ; ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;[୧୦] ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;[୧୧] ପୃଥିବୀର ରାଜଗଣ ଓ ସକଳ ଗୋଷ୍ଠୀ; ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା ।[୧୨] ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;

Odia Bible (OROV) 2014
Copyright © 2014 by The Bible Society of India