A A A A A

ଗଣିତ ଚିହ୍ନ: [ସଂଖ୍ୟା ୭]


ଦ୍ଵିତୀୟ ରାଜାବଳୀ 5:10
ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାକୁ କହିଲେ, ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ ।

ଦ୍ଵିତୀୟ ବିବରଣ ୫:୧୨
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର ।

ଯାତ୍ରା ୨୨:୩୦
ପୁଣି ଆପଣା ଗୋରୁ ଓ ମେଷାଦି ପ୍ରତି ତଦ୍ରୂପ କରିବ; ସେ ସାତ ଦିନ ଆପଣା ମାତା ସହିତ ରହିବ, ଅଷ୍ଟମ ଦିନରେ ତୁମ୍ଭେ ତାହା ଆମ୍ଭଙ୍କୁ ଦେବ ।

ଯୋହନ 6:35
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋʼ ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋʼଠାରେ ବିଶ୍ଵାସ କରେ, ସେ କଦାପି ତୃଷିତ ହେବ ନାହିଁ ।

ମାଥିଉ 26:26
ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, ନିଅ, ଭୋଜନ କର, ଏହା ମୋହର ଶରୀର⇧।

ଗଣନା ୪:୭
ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ ।

ଯିହୋଶୂୟ 6:3-4
[3] ତୁମ୍ଭେମାନେ ନଗର ବେଷ୍ଟନ କରିବ, ସମସ୍ତ ଯୋଦ୍ଧା ଥରେ ନଗର ଚାରିଆଡ଼େ ପ୍ରଦକ୍ଷିଣ କରିବେ । ଏହି ପ୍ରକାରେ ତୁମ୍ଭେ ଛଅ ଦିନ କରିବ ।[4] ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;

ଆଦି ୨:୧-୩
[୧] ଏହି ରୂପେ ଆକାଶମଣ୍ତଳ ଓ ପୃଥିବୀର, ପୁଣି ସେହି ଦୁଇରେ ସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତଣହେଲା ।[୨] ଏଥୁଅନ୍ତେ ପରମେଶ୍ଵର ଆପଣାର କାର୍ଯ୍ୟ ସମାପ୍ତ କରି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ ।[୩] ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ । ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ ।

ଆଦି ୯:୧୨-୧୬
[୧୨] ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;[୧୩] ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ ।[୧୪] ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;[୧୫] ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ ।[୧୬] ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ଵରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା ।

Odia Bible (OROV) 2014
Copyright © 2014 by The Bible Society of India