A A A A A

ଗଣିତ ଚିହ୍ନ: [ସଂଖ୍ୟା ୮]


ପ୍ରକାଶିତ ବାକ୍ୟ ୧୩:୧୮
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।

ଦ୍ଵିତୀୟ ବିବରଣ ୬:୪
ହେ ଇସ୍ରାଏଲ, ଶୁଣ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଏକମାତ୍ର ସଦାପ୍ରଭୁ ଅଟନ୍ତି ।

ଲେବୀୟ ୨୦:୧୩
ପୁଣି, ପୁରୁଷ ଯେବେ ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।

୧ କରିନ୍ଥୀୟ ୬:୯-୧୧
[୯] ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ[୧୦] କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।[୧୧] ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

ପ୍ରକାଶିତ ବାକ୍ୟ ୧୧:୨-୩
[୨] କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ ।[୩] ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।

ଲେବୀୟ ୨୦:୨୭
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତା; ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।

ଦ୍ଵିତୀୟ ବିବରଣ ୧୮:୧୦-୧୨
[୧୦] ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,[୧୧] କି ମୋହକ, କି ଭୂତୁଡ଼ିଆ, କି ଗୁଣିଆ, କି ପ୍ରେତପରାମର୍ଶୀ ଲୋକ ତୁମ୍ଭ ମଧ୍ୟରେ ଦେଖାଯିବ ନାହିଁ ।[୧୨] ଯେହେତୁ ଯେ କେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉଅଛନ୍ତି ।

ଦ୍ଵିତୀୟ ରାଜାବଳୀ ୨୧:୬
ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିୟା ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ ।

ମୀଖା ୫:୧୨
ପୁଣି, ଆମ୍ଭେ ତୁମ୍ଭ ହସ୍ତରୁ ମାୟାବୀତ୍ଵ ଉଚ୍ଛିନ୍ନ କରିବା ଓ ଗଣକମାନେ ତୁମ୍ଭ ମଧ୍ୟରେ ଆଉ ନ ଥିବେ;

ଯିଶାଇୟ ୪୭:୧୨
ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର । କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ ।

ପ୍ରେରିତ ୮:୧୧-୨୪
[୧୧] ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା ।[୧୨] କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।[୧୩] ଆଉ, ଶିମୋନ ନିଜେ ମଧ୍ୟ ବିଶ୍ଵାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଙ୍ଗେ ସାଙ୍ଗେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଶକ୍ତିର କର୍ମ ଦେଖି ଆଚମ୍ଵିତ ହେବାକୁ ଲାଗିଲା ।[୧୪] ଶମିରୋଣର ଲୋକମାନେ ଯେ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।[୧୫] ସେମାନେ ଯାଇ, ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ,[୧୬] କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଅବତୀର୍ଣ୍ଣ ହୋଇ ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ ।[୧୭] ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।[୧୮] ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ଵାରା ଆତ୍ମା ଦତ୍ତ ହେଉଅଛନ୍ତି, ଏହା ଦେଖି ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା,[୧୯] ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ ।[୨୦] କିନ୍ତୁ ପିତର ତାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ଵାରା ଈଶ୍ଵରଙ୍କ ଦାନ କିଣିବାକୁ ଭାବିଲ ।[୨୧] ଏ ବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ଵରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।[୨୨] ଅତଏବ, ତୁମ୍ଭର ଏହି ଦୁଷ୍ଟପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ;[୨୩] କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି ।[୨୪] ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋʼ ପ୍ରତି ନ ବର୍ତ୍ତେ, ଏଥିପାଇଁ ଆପଣମାନେ ମୋʼ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ ।

ଆଦି ୧:୨୪-୩୧
[୨୪] ଅନନ୍ତର ପରମେଶ୍ଵର କହିଲେ, ପୃଥିବୀରେ ସ୍ଵ ସ୍ଵ ଜାତି ଅନୁସାରେ ପ୍ରାଣୀବର୍ଗ, (ଅର୍ଥାତ୍), ଗ୍ରାମ୍ୟପଶୁ ଓ ଉରୋଗାମୀ ଜନ୍ତୁ ଓ ସ୍ଵ ସ୍ଵ ଜାତି ଅନୁସାରେ ପୃଥିବୀର ବନ୍ୟପଶୁଗଣ ଉତ୍ପନ୍ନ ହେଉନ୍ତୁ; ତହିଁରେ ସେପରି ହେଲା ।[୨୫] ଏହି ରୂପେ ପରମେଶ୍ଵର ସ୍ଵ ସ୍ଵ ଜାତି ଅନୁଯାୟୀ ବନ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ଗ୍ରାମ୍ୟପଶୁଗଣ ଓ ସ୍ଵ ସ୍ଵ ଜାତି ଅନୁଯାୟୀ ପ୍ରତ୍ୟେକ ଭୂଚର ଉରୋଗାମୀ ଜନ୍ତୁ ନିର୍ମାଣ କଲେ; ଆଉ ପରମେଶ୍ଵର ସେ ସମସ୍ତ ଉତ୍ତମ ଦେଖିଲେ ।[୨୬] ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।[୨୭] ଅନନ୍ତର ପରମେଶ୍ଵର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ଵରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ ।[୨୮] ଆଉ ପରମେଶ୍ଵର ସେମାନଙ୍କୁ ଆଶୀର୍ବାଦ କଲେ; ପୁଣି ପରମେଶ୍ଵର ସେମାନଙ୍କୁ କହିଲେ, ପ୍ରଜାବ; ଓ ବହୁବଂଶ ହୁଅ, ପୁଣି ପୃଥିବୀକି ପରିପୂର୍ଣ୍ଣ କରି ବଶୀଭୂତ କର, ଆଉ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ଭୂଚର ଉରୋଗାମୀ ଜନ୍ତୁଗଣ ଉପରେ କର୍ତ୍ତୃତ୍ଵ କର ।[୨୯] ପରମେଶ୍ଵର ଆହୁରି କହିଲେ, ଦେଖ, ଆମ୍ଭେ ଭୂମିସ୍ଥ ସବୁ ସବୀଜ ଶାକ ଓ ସବୁ ସବୀଜ ଫଳଦାୟକ ବୃକ୍ଷ ତୁମ୍ଭମାନଙ୍କୁ ଦେଲୁ, ତାହା ତୁମ୍ଭମାନଙ୍କର ଖାଦ୍ୟ ହେବ ।[୩୦] ପୁଣି ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ ଶାକ ଦେଲୁ; ତହିଁରେ ସେପରି ହେଲା ।[୩୧] ପରମେଶ୍ଵର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ । ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା ।

୧ କରିନ୍ଥୀୟ ୬:୯
ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ

ଯୋହନ ୧:୮
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ ।

ପ୍ରକାଶିତ ବାକ୍ୟ ୪:୬-୮
[୬] ସିଂହାସନ ସମ୍ମୁଖରେ ସ୍ପଟିକ ପରି ସ୍ଵଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଅଗ୍ର ଓ ପଶ୍ଚାତ୍ ଚକ୍ଷୁରେ ପରିପୂର୍ଣ୍ଣ ।[୭] ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ଵିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ ମୁଖ ସଦୃଶ, ପୁଣି ଚତୁର୍ଥ ପ୍ରାଣୀ ଉଡ୍ଡୀୟମାନ ଉତ୍କ୍ରୋଶପକ୍ଷୀ ସଦୃଶ ।[୮] ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ । ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, ଯେ ସର୍ବଶକ୍ତିମାନ, ଯେ ଭୂତ, ବର୍ତ୍ତମାନ ଓ ଭବିଷ୍ୟତ, ସେହି ପ୍ରଭୁ ଈଶ୍ଵର ପବିତ୍ର, ପବିତ୍ର, ପବିତ୍ର ।

ଆଦି ୩:୧୫
ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ବୈରଭାବ ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକି ଆଘାତ କରିବ ।

ପ୍ରକାଶିତ ବାକ୍ୟ 13:5
ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।

ଯାତ୍ରା ୭:୧୧
ତେବେ ଫାରୋ ଆପଣା ପଣ୍ତିତ ଓ ଗୁଣିଆ-ମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ ।

Odia Bible (OROV) 2014
Copyright © 2014 by The Bible Society of India