A A A A A

ରହସ୍ୟ: [ବିଦେଶୀ]


କଲସୀୟ ୧:୧୬
କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ଵର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ଵାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ଵ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି;

ଦ୍ଵିତୀୟ ବିବରଣ ୪:୧୯
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ତଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଊର୍ଦ୍ଧ୍ଵ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବଙ୍କ ।

ଦ୍ଵିତୀୟ ବିବରଣ ୧୭:୩
ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକି ପୂଜା କରିଥାଏ;

ଏଫିସୀୟ ୨:୧୯
ଅତଏବ, ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ଵରଙ୍କ ପରିବାରଭୁକ୍ତ ଅଟ;

ଏଫିସୀୟ ୬:୧୨
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ବିରୁଦ୍ଧରେ, କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ, ପୁଣି ଆକାଶମଣ୍ତଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;

ଯାତ୍ରା ୧୨:୪୯
ଆଉ ଦେଶଜାତ ଲୋକ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକ ପ୍ରତି ଗୋଟିଏ ବିଧି ହେବ।

ଯାତ୍ରା ୨୨:୨୧
ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।

ଯାତ୍ରା ୨୩:୯
ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ ।

ଯିହିଜିକଲ ୧:୪-୭
[୪] ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା ।[୫] ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା । ସେମାନଙ୍କର ଆକୃତି ଏହି ପ୍ରକାର, ଯଥା, ସେମାନଙ୍କ ରୂପ ମନୁଷ୍ୟ ପରି ।[୬] ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା ।[୭] ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ ।

ଆଦି ୧:୨୬
ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।

ଆଦି ୨:୧
ଏହି ରୂପେ ଆକାଶମଣ୍ତଳ ଓ ପୃଥିବୀର, ପୁଣି ସେହି ଦୁଇରେ ସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତଣହେଲା ।

ଏବ୍ରୀ ୧୧:୧୩
ଏସମସ୍ତେ ବିଶ୍ଵାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳ ପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ଵୀକାର କଲେ ।

ଏବ୍ରୀ ୧୩:୨
ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ଦ୍ଵାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି ।

ଯିଶାଇୟ ୧୩:୫
ସେମାନେ, ଅର୍ଥାତ୍, ସଦାପ୍ରଭୁ ଓ ତାହାଙ୍କ କ୍ରୋଧରୂପ ଅସ୍ତ୍ରସବୁ ସମୁଦାୟ ଦେଶ ଉଚ୍ଛିନ୍ନ କରିବା ନିମନ୍ତେ ଦୂର ଦେଶରୁ, ଆକାଶମଣ୍ତଳର ପ୍ରା; ଭାଗରୁ ଆସୁଅଛନ୍ତି ।

ଯିଶାଇୟ ୪୫:୧୨
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ତଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ ।

ଯିଶାଇୟ ୬୦:୮
ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ?

ଲେବୀୟ ୨୪:୨୨
ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।

ନିହିମୀୟା ୯:୬
କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ଵର୍ଗ, ସ୍ଵର୍ଗର ସ୍ଵର୍ଗ ଓ ତହିଁର ସମଗ୍ର ବାହିନୀ⇧, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛଜ ଓ ସ୍ଵର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି ।

ଗୀତସଂହିତା ୯୭:୬
ଆକାଶମଣ୍ତଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି ।

୧ ପିତର ୨:୧୧
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ାକରୁ, ବିମୁଖ ହୁଅ, ସେଗୁଡ଼ାକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ ।

ପ୍ରେରିତ ୧୯:୩୫
ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶା; କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?

ପ୍ରକାଶିତ ବାକ୍ୟ ୧୨:୧୨
ଅତଏବ, ହେ ସ୍ଵର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି ।

ପ୍ରକାଶିତ ବାକ୍ୟ ୧୩:୧
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।

ଆମୋଷ ୯:୨-୩
[୨] ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା ।[୩] ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ ।

ଲେବୀୟ ୧୯:୩୩-୩୪
[୩୩] ଆଉ, ଯେବେ କୌଣସି ବିଦେଶୀ ତୁମ୍ଭମାନଙ୍କ ଦେଶରେ ତୁମ୍ଭ ସହିତ ବାସ କରେ, ତେବେ ତୁମ୍ଭେମାନେ ତାହା ପ୍ରତି ଉପଦ୍ରବ କରିବ ନାହିଁ ।[୩୪] ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।

ପ୍ରକାଶିତ ବାକ୍ୟ 9:7-11
[7] ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧାର୍ଥେ ସଜ୍ଜିତ ଅଶ୍ଵମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି ସେମାନଙ୍କ ମୁଖ ମନୁଷ୍ୟ-ମାନଙ୍କ ମୁଖ ସଦୃଶ;[8] ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦ; ତୁଲ୍ୟ ସେମାନଙ୍କ ଦନ୍ତ;[9] ଲୌହ ଉରସ୍ତ୍ରାଣ ପରି ସେମାନଙ୍କର ଉରସ୍ତ୍ରାଣ, ପୁଣି ରଥ ଓ ରଣକ୍ଷେତ୍ରରେ ଧାବମାନ ଅନେକ ଅଶ୍ଵଙ୍କ ଶଦ୍ଦ ପରି ସେମାନଙ୍କ ପକ୍ଷର ଶଦ୍ଦ ।[10] ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା ।[11] ପାତାଳକୁଣ୍ତର ଦୂତ ସେମାନଙ୍କର ରାଜା, ତାହାର ନାମ ଏବ୍ରୀ ଭାଷାରେ ଅବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।

ଆଦି ୬:୧-୨୨
[୧] ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;[୨] ସେତେବେଳେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ ।[୩] ତହିଁରେ ସଦାପ୍ରଭୁ କହିଲେ, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବେ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସମାତ୍ରି; ଏନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ ।[୪] ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି ତହିଁ ଉତ୍ତାରେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ ।[୫] ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର ।[୬] ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ହେତୁରୁ ଅନୁତାପ କରି ମନରେ ଶୋକ କଲେ ।[୭] ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି ।[୮] ମାତ୍ର ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପ୍ରାପ୍ତ ହେଲେ ।[୯] ନୋହଙ୍କର ବଂଶାବଳୀ ଏହି । ନୋହ ଆପଣା ବର୍ତ୍ତମାନ ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ଵରଙ୍କ ସହିତ ଗମନାଗମନ କଲେ ।[୧୦] ନୋହ, ଶେମ ଓ ହାମ ଓ ଯେଫତ୍, ଏହି ତିନି ପୁତ୍ରଙ୍କୁ ଜାତ କଲେ ।[୧୧] ସେହି ସମୟରେ ପୃଥିବୀ ପରମେଶ୍ଵରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା ।[୧୨] ପୁଣି ପରମେଶ୍ଵର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି ।[୧୩] ତହୁଁ ପରମେଶ୍ଵର ନୋହଙ୍କୁ କହିଲେ, ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ଵାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା ।[୧୪] ତୁମ୍ଭେ ଗୋଫର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ଵାରା ଲେପନ କର ।[୧୫] ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନିଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ ।[୧୬] ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ଵରେ ଦ୍ଵାର ରଖିବ; ଆଉ ତହିଁର ପ୍ରଥମ, ଦ୍ଵିତୀୟ ଓ ତୃତୀୟ ତଳ ବନାଇବ ।[୧୭] ପୁଣି ଆକାଶତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ, କରିବେ ।[୧୮] ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।[୧୯] ପୁଣି ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ ।[୨୦] ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ ।[୨୧] ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ ।[୨୨] ତହିଁରେ ନୋହ ସେରୂପ କଲେ; ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ ।

ଯିହିଜିକଲ ๑:๑-๒๘
[๑] ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ଵର୍ଗ ମୁକ୍ତ ହେଲା, ତହିଁରେ ମୁଁ ଈଶ୍ଵରୀୟ ଦର୍ଶନମାନ ପାଇଲି ।[๒] ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,[๓] କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ହସ୍ତ ତାଙ୍କ ଉପରେ ଥିଲା ।[๔] ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା ।[๕] ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା । ସେମାନଙ୍କର ଆକୃତି ଏହି ପ୍ରକାର, ଯଥା, ସେମାନଙ୍କ ରୂପ ମନୁଷ୍ୟ ପରି ।[๖] ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା ।[๗] ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ ।[๘] ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;[๙] ସେମାନଙ୍କର ପକ୍ଷ ଏକଆରେକର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ଫେରିଲେ ନାହିଁ; ପ୍ରତ୍ୟେକେ ସମ୍ମୁଖ ଆଡ଼େ ଗମନ କଲେ ।[๑๐] ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଦକ୍ଷିଣ ଦିଗରେ ଚାରି ପ୍ରାଣୀର ସିଂହ ମୁଖ ଓ ବାମ ଦିଗରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା ।[๑๑] ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା ।[๑๒] ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖଆଡ଼େ ଗମନ କଲେ; ଯେଉଁଆଡ଼େ ଯିବାକୁ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ କାଳରେ ସେମାନେ ଫେରିଲେ ନାହିଁ ।[๑๓] ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ଵଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀ-ମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା ।[๑๔] ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ ।[๑๕] ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ଵରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା ।[๑๖] ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା ।[๑๗] ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ଵରେ ଗମନ କଲେ, ଗମନ କଲା ବେଳେ ସେମାନେ ଫେରିଲେ ନାହିଁ ।[๑๘] ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା ।[๑๙] ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ ।[๒๐] ଯେକୌଣସି ସ୍ଥାନକୁ ଯିବାର ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା ।[๒๑] ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ଵରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ଆତ୍ମା ଚକ୍ରରେ ଥିଲା ।[๒๒] ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବିସ୍ତାରିତ ଥିଲା ।[๒๓] ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ଏକଆରେକର ଆଡ଼େ ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା ।[๒๔] ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷର ଶଦ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶଦ୍ଦ ତୁଲ୍ୟ କୋଳାହଳ ଶଦ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।[๒๕] ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ ।[๒๖] ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା ।[๒๗] ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ଵରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା ।[๒๘] ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା । ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା । ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି ।

Odia Bible (OROV) 2014
Copyright © 2014 by The Bible Society of India