A A A A A

ରହସ୍ୟ: [Dragons]


ଯିହିଜିକଲ 29:3
ukhulume uthi: INkosi uJehova ithi: Khangela, ngimelene lawe, wena Faro nkosi yeGibhithe, wena mgobho omkhulu olele phakathi kwemifula yayo, othi: Umfula iNile ungowami, ngawenza.

ଯିହିଜିକଲ ୩୨:୨
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ ।

ଯିଶାଇୟ ୨୭:୧
ସେଦିନ ସଦାପ୍ରଭୁ ଆପଣାର ଦାରୁଣ ଓ ବୃହତ ଓ ଦୃଢ଼ ଖଡ଼୍‍ଗ ଦ୍ଵାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ ।

ଯିଶାଇୟ ୫୧:୯
ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ପୁରୁଷ-ପରମ୍ପରାର ସମୟରେ⇧, ସେପରି ଜାଗ । ଯେ ରାହବକୁ ଖଣ୍ତ ଖଣ୍ତ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ?

ଆୟୁବ ୭:୧୨
ମୁଁ କʼଣ ସମୁଦ୍ର ଅବା ତିମିମତ୍ସ୍ୟ ଯେ, ତୁମ୍ଭେ ମୋʼ ଉପରେ ପ୍ରହରୀ ରଖୁଅଛ?

ଆୟୁବ ୪୧:୧୮-୨୧
[୧୮] ତାହାର ଛିଙ୍କରୁ ଆଲୁଅ ଝଟକେ ଓ ତାହାର ଚକ୍ଷୁ ଅରୁଣର ଚକ୍ଷୁପତା ସଦୃଶ ।[୧୯] ତାହାର ମୁଖରୁ ଜ୍ଵଳ; ମଶାଲ ନିର୍ଗତ ହୁଏ ଓ ଅଗ୍ନିକଣା ଉଡ଼େ ।[୨୦] ଯେପରି ରନ୍ଧାହାଣ୍ତିରୁ ଓ ଜ୍ଵଳ; ତୃଣରୁ, ସେପରି ତାହାର ନାସାରନ୍ଧ୍ରରୁ ଧୂମ ନିର୍ଗତ ହୁଏ ।[୨୧] ତାହାର ନିଶ୍ଵାସ ଅଙ୍ଗାର ଜ୍ଵଳାଏ ଓ ତାହାର ମୁଖରୁ ଅଗ୍ନିଶିଖା ନିର୍ଗତ ହୁଏ ।

ଗୀତସଂହିତା ୧୮:୮
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା ।

ଗୀତସଂହିତା ୪୪:୧୯
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇନାହିଁ ।

ଗୀତସଂହିତା ୭୪:୧୩
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;

ପ୍ରକାଶିତ ବାକ୍ୟ 1:7
ଦେଖ, ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ, ଆମେନ୍ ।

ପ୍ରକାଶିତ ବାକ୍ୟ 11:7
ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ତରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ ।

ଦ୍ଵିତୀୟ ବିବରଣ ୩୨:୩୩
ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ ।

ପ୍ରକାଶିତ ବାକ୍ୟ ୧୩:୮
ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ ।

ପ୍ରକାଶିତ ବାକ୍ୟ ୧୬:୧୩
ତତ୍ପରେ ମୁଁ ଦେଖିଲି, ସର୍ପର ମୁଖରୁ, ପଶୁର ମୁଖରୁ ଓ ଭଣ୍ତ ଭାବବାଦୀରବ ମୁଖରୁ ବେଙ୍ଗ ପରି ତିନୋଟି ଅପବିତ୍ର ଆତ୍ମା ବାହାରିଲେ;

ଯାତ୍ରା ୭:୧୦-୧୨
[୧୦] ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା ।[୧୧] ତେବେ ଫାରୋ ଆପଣା ପଣ୍ତିତ ଓ ଗୁଣିଆ-ମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ ।[୧୨] ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା ।

ଆୟୁବ ୪୦:୧୫-୨୦
[୧୫] ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ ।[୧୬] ଦେଖ, ତାହାର କଟିଦେଶରେ ତାହାର ବଳ ଥାଏ ଓ ତାହାର ଉଦରସ୍ଥ ପେଶୀରେ ତାହାର ଶକ୍ତି ଥାଏ ।[୧୭] ସେ ଏରସ ବୃକ୍ଷ ପରି ଆପଣା ଲାଙ୍ଗୁଳ ହଲାଏ; ତାହାର ଊରୁଦେଶର ଶିରାସବୁ ଏକତ୍ର ସଂଯୁକ୍ତ ।[୧୮] ତାହାର ଅସ୍ଥିସବୁ ପିତ୍ତଳର ନଳ ପରି; ତାହାର ଅଙ୍ଗପ୍ରତ୍ୟଙ୍ଗ ଲୁହାର ଅର୍ଗଳ ପରି ।[୧୯] ସେ ପରମେଶ୍ଵରଙ୍କ କାର୍ଯ୍ୟ ମଧ୍ୟରେ ଅଗ୍ରଗଣ୍ୟ; ଯେ ତାହାକୁ ସୃଷ୍ଟି କଲେ, କେବଳ ତାହାଙ୍କର ଖଡ଼୍‍ଗ ତାହାକୁ ସ୍ପର୍ଶ କରିପାରେ ।[୨୦] ଆହୁରି, ପର୍ବତଗଣ ତାହା ପାଇଁ ଖାଦ୍ୟ ଉତ୍ପନ୍ନ କରନ୍ତି, ସେଠାରେ ବନ୍ୟ ପଶୁ ସମସ୍ତେ କ୍ରୀଡ଼ା କରନ୍ତି ।

ପ୍ରକାଶିତ ବାକ୍ୟ ୧୨:୧-୧୭
[୧] ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟପରିହିତା ଜଣେଣସ୍ତ୍ରୀଲୋକ, ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ଵାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ ।[୨] ସେ ଗର୍ଭବତୀ ହୋଇ ପ୍ରସବବେଦନାରେ ଆର୍ତ୍ତସ୍ଵର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ ।[୩] ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲୋହିତବର୍ଣ୍ଣ ପ୍ରକାଣ୍ତ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି ମସ୍ତକଗୁଡ଼ିକ ଉପରେ ସପ୍ତ ମୁକୁଟ ।[୪] ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଆକର୍ଷଣ କରି ପୃଥିବୀରେ ନିକ୍ଷେପ କଲା । ଆଉ ସେହି ସର୍ପ ପ୍ରସବ କରିବାକୁ ଉଦ୍ୟତ ସ୍ତ୍ରୀଲୋକ ପ୍ରସବ କରିବାମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।[୫] ଯେ ସମସ୍ତ ଜାତିଙ୍କୁ ଲୌହଦଣ୍ତରେ ଶାସନ କରିବେ, ଏପରି ଏକ ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ଵର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ ।[୬] ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ପଳାୟନ କଲେ, ସେଠାରେ ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ଵରଙ୍କ କର୍ତ୍ତୃକ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।[୭] ତତ୍ପରେ ସ୍ଵର୍ଗରେ ଯୁଦ୍ଧ ହେଲା, ମୀଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ । ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,[୮] କିନ୍ତୁ ସେମାନେ ଜୟ କରି ପାରିଲେ ନାହିଁ, ପୁଣି ସ୍ଵର୍ଗରେ ସେମାନେ ଆଉ ସ୍ଥାନ ପାଇଲେ ନାହିଁ ।[୯] ସେଥିରେ ସର୍ବ ଜଗତର ପ୍ରବଞ୍ଚକ, ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ତ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।[୧୦] ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।[୧୧] ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ ।[୧୨] ଅତଏବ, ହେ ସ୍ଵର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଯାଇଅଛି ।[୧୩] ସର୍ପ ଆପଣାକୁ ପୃଥିବୀରେ ନିକ୍ଷିପ୍ତ ହେବାର ଦେଖି ସେହି ପୁତ୍ରସନ୍ତାନ ପ୍ରସବକାରିଣୀ ସ୍ତ୍ରୀଲୋକଙ୍କୁ ତାଡ଼ନା କଲା ।[୧୪] ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥିନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିବା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଶପକ୍ଷୀର ଦୁଇଟି ପକ୍ଷ ଦତ୍ତ ହେଲା ।[୧୫] ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍ଗାର କଲା ।[୧୬] କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍ଗାରିତ ନଦୀକୁ ଗ୍ରାସ କରି ସ୍ତ୍ରୀଲୋକଙ୍କର ସାହାଯ୍ୟ କଲା ।[୧୭] ସେଥିରେ ସର୍ପ ସ୍ତ୍ରୀଲୋକଙ୍କ ଉପରେ ମହାକ୍ରୁଦ୍ଧ ହୋଇ, ତାହାଙ୍କ ବଂଶର ଯେଉଁ ଅବଶିଷ୍ଟ ଲୋକମାନେ ଈଶ୍ଵରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦାନ କରନ୍ତି, ସେମାନଙ୍କ ସହିତ ଯୁଦ୍ଧ କରିବାକୁ ଚାଲିଗଲା ।

ପ୍ରକାଶିତ ବାକ୍ୟ ୧୩:୧-୧୮
[୧] ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।[୨] ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା ।[୩] ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ,[୪] ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?[୫] ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।[୬] ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା ।[୭] ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା ।[୮] ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ ।[୯] ଯାହାର କର୍ଣ୍ଣ ଅଛି, ସେ ଶୁଣୁ ।[୧୦] କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍‍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍‍ଗ ଦ୍ଵାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ ।[୧୧] ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।[୧୨] ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।[୧୩] ସେ ମହା ମହା ଆଶ୍ଚର୍ଯ୍ୟ କର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନିବୃଷ୍ଟି କରାଏ ।[୧୪] ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍‍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।[୧୫] ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।[୧୬] ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,[୧୭] ପୁଣି ସେହି ଚିହ୍ନ, ଅର୍ଥାତ୍, ପଶୁର ନାମ କିମ୍ଵା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ ।[୧୮] ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।

ପ୍ରକାଶିତ ବାକ୍ୟ ୨୦:୧-୧୫
[୧] ପରେ ମୁଁ ଜଣେ ଦୂତଙ୍କୁ ସ୍ଵର୍ଗରୁ ଓହ୍ଲାଇ ଆସିବାର ଦେଖିଲି । ତାହାଙ୍କ ହସ୍ତରେ ପାତାଳ- କୁଣ୍ତର ଚାବି ଓ ଗୋଟିଏ ବୃହତ୍ ଶୃଙ୍ଖଳ ଥିଲା ।[୨] ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍, ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,[୩] ପୁଣି ତାହାକୁ ପାତାଳକୁଣ୍ତରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁସ; ଏହା ପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।[୪] ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା । ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ଵରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକଚ୍ଛେଦନ ହୋଇଥିଲା, ପୁଣି ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ। ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କର ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ଵ କଲେ ।[୫] ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ । ଏହା ହିଁ ପ୍ରଥମ ପୁନରୁତ୍ଥାନ ।[୬] ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ଵିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଞ୍ଚ ସେମାନେ ଈଶ୍ଵରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ଵ କରିବେ ।[୭] ସେହି ସହସ୍ର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;[୮] ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍, ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗୋଗ୍ ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ ।[୯] ସେମାନେ ପୃଥିବୀର ପ୍ରସ୍ଥରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ । ସେତେବେଳେ ସ୍ଵର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା ।[୧୦] ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ତ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।[୧୧] ତତ୍ପରେ ମୁଁ ଗୋଟିଏ ବୃହତ୍ ଶ୍ଵେତବର୍ଣ୍ଣ ସିଂହାସନ ଓ ତଦୁପବିଷ୍ଟ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ତଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ, ।[୧୨] ପୁଣି ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।[୧୩] ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।[୧୪] ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା । ଏହି ମୃତ୍ୟୁ, ଅର୍ଥାତ୍, ଅଗ୍ନିମୟ ହ୍ରଦ, ଦ୍ଵିତୀୟ ମୃତ୍ୟୁ ।[୧୫] ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।

Odia Bible (OROV) 2014
Copyright © 2014 by The Bible Society of India