Instagram
English
A A A A A

ପାପ: [ନିଶା]
୧ କରିନ୍ଥୀୟ 10:13-14
[13] ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ଵାଭାବିକ, ତାହା ଛଡ଼ା ଅନ୍ୟପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ଵର ବିଶ୍ଵାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।[14] ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର ।

୧ ଯୋହନ 2:16
କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ ।

୧ କରିନ୍ଥୀୟ 15:33
ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ ।

ଯାକୁବ 4:7
ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।

୧ କରିନ୍ଥୀୟ 6:12
ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।

୧ ପିତର 5:10
ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।

ଗୀତସଂହିତା 50:15
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ ।

ରୋମୀୟ 5:3-5
[3] କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ।।, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ସତ୍ଚରିତ୍ର,[4] ପୁଣି, ସତ୍ଚରିତ୍ରରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।[5] ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ଵାରା ଆମ୍ଭମାନଙ୍କ ହୃଦୟରେ ଈଶ୍ଵରଙ୍କ ପ୍ରେମ ପରିବ୍ୟାପ୍ତ ହୋଇଅଛି ।

୧ କରିନ୍ଥୀୟ 6:9-11
[9] ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ[10] କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।[11] ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।

ତୀତସ 2:12
ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,

ଯାକୁବ 1:2-3
[2] ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,[3] ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ଵାସ ଯେ ଧୈର୍ଯ୍ୟ ଉତ୍ପନ୍ନ କରେ, ଏହା ତ ଜାଣିଅଛ ।

ଏବ୍ରୀ ୪:୧୫-୧୬
[୧୫] କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।[୧୬] ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି ଉପଯୁକ୍ତ ସମୟରେ ଉପକାରକ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।

ଯୋହନ 3:16-17
[16] କାରଣ ଈଶ୍ଵର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ଵିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେକେହି ତାହାଙ୍କଠାରେ ବିଶ୍ଵାସ କରେ, ସେ ବିନଷ୍ଟ ନ ହୋଇ ଅନ; ଜୀବନ ପ୍ରାପ୍ତ ହୁଏ ।[17] ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ଵର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।

ଫିଲିପ୍‍ପୀୟ 4:13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।

ଗୀତସଂହିତା 95:8
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;

ମାଥିଉ 6:13
ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ଣାିଁ

ମାଥିଉ 26:41
ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗିରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ ।

Odia Bible (OROV) 2014
Copyright © 2014 by The Bible Society of India