A A A A A

ପାପ: [ବ୍ୟଭିଚାର]


୧ କରିନ୍ଥୀୟ 6:18
ବ୍ୟଭିଚାରଠାରୁ ପଳାୟନ କର । ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ ।

ଯାତ୍ରା ୨୦:୧୪
ତୁମ୍ଭେ ବ୍ୟଭିଚାର କରିବ ନାହିଁ ।

ଏବ୍ରୀ ୧୩:୪
ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ଵର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ ।

ଯାକୁବ ୪:୧୭
ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।

ଯିରିମୀୟ ୧୩:୨୭
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ । ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?

୧ ଯୋହନ ୧:୯
ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ଵୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ଵସ୍ତ ଓ ନ୍ୟାୟବାନ ଅଟନ୍ତି ।

ଲୂକ ୧୬:୧୮
ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ଵାମୀ ଦ୍ଵାରା ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ ।

ମାଥିଉ ୧୯:୯
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ ।

ହିତୋପଦେଶ ୬:୩୨
ପରଦାରଗାମୀ ପୁରୁଷ ନିତା; ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ ।

ରୋମୀୟ ୭:୨-୩
[୨] ସ୍ଵାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ଵାମୀ ସହିତ ବ୍ୟବସ୍ଥା ଦ୍ଵାରା ଆବଦ୍ଧ ଥାଏ, କିନ୍ତୁ ସ୍ଵାମୀ ମରିଗଲେ ସ୍ତ୍ରୀ ସ୍ଵାମୀର ବ୍ୟବସ୍ଥାରୁ ମୁକ୍ତ ହୁଏ ।[୩] ଅତଏବ, ସ୍ଵାମୀ ବଞ୍ଚି ଥାଉ ଥାଉ ସ୍ତ୍ରୀ ଯଦି ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ତାକୁ ବ୍ୟଭିଚାରିଣୀ ବୋଲି କୁହାଯିବ; କିନ୍ତୁ ଯଦି ସ୍ଵାମୀ ମରିଯାଏ, ତେବେ ସ୍ତ୍ରୀ ବ୍ୟବସ୍ଥାରୁ ମୁକ୍ତ ହୁଏ, ଆଉ ଯଦି ସେ ଅନ୍ୟ ପୁରୁଷ ସହିତ ସଂଯୁକ୍ତ ହୁଏ, ତାହାହେଲେ ସେ ବ୍ୟଭିଚାରିଣୀ ହୁଏ ନାହିଁ ।

ମାର୍କ ୧୦:୧୧-୧୨
[୧୧] ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;[୧୨] ଆଉ, ଯଦି ସ୍ତ୍ରୀ ଆପଣା ସ୍ଵାମୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ ।

ମାଥିଉ ୫:୨୭-୩୨
[୨୭] ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ ।[୨୮] କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।[୨୯] ଆଉ, ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ନିକ୍ଷିପ୍ତ ହେବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।[୩୦] ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନରକରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ ।[୩୧] ଆହୁରି ଉକ୍ତ ଅଛି, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରେ, ସେ ତାହାକୁ ତ୍ୟାଗପତ୍ର ଦେଉ ।[୩୨] କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ସ୍ତ୍ରୀକି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ, ଆଉ ଯେକେହି ପରିତ୍ୟକ୍ତା ସ୍ତ୍ରୀକି ବିବାହ କରେ, ସେ ବ୍ୟଭିଚାର କରେ ।

୧ କରିନ୍ଥୀୟ ୬:୯-୧୬
[୯] ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ[୧୦] କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।[୧୧] ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହିପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ଵରଙ୍କ ଆତ୍ମାଙ୍କ ଦ୍ଵାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।[୧୨] ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ଵାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।[୧୩] ଖାଦ୍ୟ ଉଦର ନିମନ୍ତେ, ପୁଣି ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ଵର ଉଭୟକୁ ଲୋପ କରିବେ । ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେନ,,ଆଉ ପ୍ରଭୁ ଶରୀର ନିମନ୍ତେ;[୧୪] ଈଶ୍ଵର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ଵାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ ।[୧୫] ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ଵରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ ।[୧୬] କିମ୍ଵା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ” ।

ଲୂକ ୧୮:୧୮-୨୦
[୧୮] ଜଣେ ଅଧ୍ୟକ୍ଷ ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?[୧୯] ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍, ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।[୨୦] ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।

୧ ଥେସଲନୀକୀୟ ୪:୩-୫
[୩] କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ଵରଙ୍କର ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,,[୪] ଆଉ, ଯେପରି ଈଶ୍ଵରଙ୍କ ସମ୍ଵନ୍ଧରେ ଅଜ୍ଞ ବିଜାତିମାନଙ୍କ ପରି କାମାଭିଳାଷୀ ନ ହୋଇ[୫] ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ନିମନ୍ତେ ଭାର୍ଯ୍ୟା ଗ୍ରହଣ କରିବାକୁ ଜାଣ,

ମାର୍କ ୭:୨୦-୨୩
[୨୦] ଆଉ, ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ ।[୨୧] କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-[୨୨] ବେଶ୍ୟାଗମନ, ଚୌର୍ଯ୍ୟ, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା,, ଅହଙ୍କାର, ମୂର୍ଖତା;[୨୩] ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।

ମାଥିଉ ୧୫:୧୭-୨୦
[୧୭] ଯାହା କିଛି ମୁଖରେ ପ୍ରବେଶ କରେ, ତାହା ଉଦରକୁ ଯାଇ ବାହ୍ୟସ୍ଥାନରେ ଯେ ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?[୧୮] କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।[୧୯] କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ;[୨୦] ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ ।

ହିତୋପଦେଶ ୫:୧୮-୨୩
[୧୮] ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର ।[୧୯] ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ ।[୨୦] ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?[୨୧] ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି ।[୨୨] ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ ।[୨୩] ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ଆଧିକ୍ୟରେ ଭ୍ରାନ୍ତ ହେବ ।

ଯୋହନ ୮:୪-୧୧
[୪] ହେ ଗୁରୁ, ଏହି ସ୍ତ୍ରୀଲୋକଟା ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି ।[୫] ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?[୬] ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ଵାରା ଭୂମିରେ ଲେଖିବାକୁ ଲାଗିଲେ ।[୭] ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।[୮] ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।[୯] ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରି ଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।[୧୦] ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କଲେ ନାହିଁ?[୧୧] ସେ କହିଲା, କେହି ନାହିଁ, ପ୍ରଭୋ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ତନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]

ହିତୋପଦେଶ ୬:୨୦-୩୫
[୨୦] ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ ।[୨୧] ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ ।[୨୨] ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ ।[୨୩] ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;[୨୪] ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ଵାର ଚାଟୁବାଦରୁ ରକ୍ଷା କରିବ ।[୨୫] ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ ।[୨୬] ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ ।[୨୭] କେହି ଯେବେ ଆପଣା ବକ୍ଷଃସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?[୨୮] ଅବା କେହି ଯେବେ ଜ୍ଵଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?[୨୯] ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ତିତ ନୋହିବ ।[୩୦] ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯେବେ ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ ।[୩୧] ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ଵ ତାକୁ ଦେବାକୁ ପଡ଼ିବ ।[୩୨] ପରଦାରଗାମୀ ପୁରୁଷ ନିତା; ନିର୍ବୋଧ; ଯେ ନିଜ ପ୍ରାଣ ନାଶ କରିବ, ସେହିଁ ତାହା କରେ ।[୩୩] ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ ।[୩୪] ଯେହେତୁ (ସ୍ତ୍ରୀବିଷୟକ) ଈର୍ଷା ମନୁଷ୍ୟର ପ୍ରଚଣ୍ତ କ୍ରୋଧର (ବିଷୟ); ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ ।[୩୫] ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ ।

ହିତୋପଦେଶ ୫:୩-୨୨
[୩] ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ ।[୪] କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ଵିଧାର ଖଡ଼୍‍ଗ ତୁଲ୍ୟ ତୀକ୍ଷ୍ଣ ।[୫] ତାହାର ପାଦ ମୃତ୍ୟୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦବିକ୍ଷେପ ପାତାଳରେ ପଡ଼େ;[୬] ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ ।[୭] ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।[୮] ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହଦ୍ଵାର ନିକଟକୁ ଯାଅ ନାହିଁ ।[୯] କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;[୧୦] କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;[୧୧] ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,[୧୨] ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା![୧୩] ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,[୧୪] ମୁଁ ସମାଜ ଓ ମଣ୍ତଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି ।[୧୫] ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର ।[୧୬] ତୁମ୍ଭର ନିର୍ଝର କʼଣ ବାହାରେ ଏଣେତେଣେ ବିସ୍ତାରିତ ହେବ? ଓ ରାଜଦାଣ୍ତରେ କʼଣ ଜଳସ୍ରୋତ ବହିଯିବ?[୧୭] ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ ।[୧୮] ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର ।[୧୯] ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ ।[୨୦] ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?[୨୧] ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି ।[୨୨] ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ ।

୧ କରିନ୍ଥୀୟ 7:1-40
[1] ତୁମ୍ଭେମାନେ ଯେଉଁସବୁ ବିଷୟ ଲେଖିଅଛ, ସେହିସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;[2] କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ଵାମୀ ଥାଉ ।[3] ସ୍ଵାମୀ ସ୍ତ୍ରୀକି ତାʼର ପ୍ରାପ୍ୟ ଦେଉ, ପୁଣି ସେହି-ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ଵାମୀକି ତାʼର ପ୍ରାପ୍ୟ ଦେଉ ।[4] ଭାର୍ଯ୍ୟାର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ସ୍ଵାମୀର ଅଛି; ସେହିପ୍ରକାରେ ମଧ୍ୟ ସ୍ଵାମୀର ଆପଣା ଶରୀର ଉପରେ କ୍ଷମତା ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି ।[5] ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।[6] କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ ।[7] ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା । ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ଦାନ ପାଇଅଛି ।[8] କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ ।[9] ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ; କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ ।[10] କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ଵାମୀଠାରୁ ବିଭିନ୍ନ ନ ହେଉ,[11] (କିନ୍ତୁ ଯଦି ସେ ବିଭିନ୍ନ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ଵାମୀ ସହିତ ମିଳିତ ହେଉ), ପୁଣି ସ୍ଵାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ ।[12] କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ଵାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ ।[13] ପୁଣି, ଯେଉଁ ସ୍ତ୍ରୀର ଅବିଶ୍ଵାସୀ ସ୍ଵାମୀ ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ଵାମୀକୁ ପରିତ୍ୟାଗ ନ କରୁ ।[14] କାରଣ ଅବିଶ୍ଵାସୀ ସ୍ଵାମୀ ଭାର୍ଯ୍ୟା ହେତୁ ଶୁଚି କରାଯାଇଅଛି, ଆଉ ଅବିଶ୍ଵାସିନୀ ଭାର୍ଯ୍ୟା ସ୍ଵାମୀ ହେତୁ ଶୁଚି କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ଶୁଚି ।[15] ତଥାପି ଯଦି ଅବିଶ୍ଵାସୀ ବିଭିନ୍ନ ହେବାକୁ ଇଚ୍ଛା କରେ, ତେବେ ସେ ବିଭିନ୍ନ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହନ୍ତି; ଈଶ୍ଵର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ଵାନ କରିଅଛନ୍ତି ।[16] ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?[17] କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ଵର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ଵାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ । ମୁଁ ସମସ୍ତ ମଣ୍ତଳୀରେ ଏହିପ୍ରକାର ଆଦେଶ ଦିଏ ।[18] କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ । କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ ।[19] ସୁନ୍ନତ କିଛି ନୁହେଁ, ପୁଣି ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ଵରଙ୍କ ଆଜ୍ଞା ପାଳନ ହିଁ ସାର ।[20] ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ ।[21] ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇ ପାର, ତେବେ ବରଂ ସୁଯୋଗ ଅବଲମ୍ଵନ କର ।[22] କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଆହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ ।[23] ତୁମ୍ଭେମାନେ ବିଶେଷ ମୂଲ୍ୟରେ କିଣାଯାଇଅଛ, ମନୁଷ୍ୟର ଦାସ ହୁଅ ନାହିଁ ।[24] ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ଵରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ ।[25] କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ଵାସପାତ୍ର ହୋଇ ନିଜର ମତ ଦେଉଅଛି ।[26] ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ ।[27] ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ । ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ ।[28] କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ । ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ; ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା ।[29] କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତ୍ୟଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ ।[30] ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;[31] ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି ।[32] କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା । ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;[33] କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାʼର ମନ ବିଭକ୍ତ ହୁଏ ।[34] ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ।। ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ଵାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ ।[35] ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି ।[36] କିନ୍ତୁ, ଯଦି କୌଣସି ଲୋକ ନିଜ କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହାପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ ।[37] କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ ।[38] ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ ।[39] ସ୍ଵାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ଵାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ଵାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ଵାଧୀନ।[40] କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ଵରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।

Odia Bible (OROV) 2014
Copyright © 2014 by The Bible Society of India