A A A A A

ପାପ: [ବିଦ୍ରୋହ]


୨ ଥେସଲନୀକୀୟ ๒:๓
କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।

ଦାନିୟେଲ ๙:๒๗
ପୁଣି, ସେ ଏକ ସପ୍ତାହ ପର୍ଯ୍ୟନ୍ତ ଅନେକର ସହିତ ଦୃଢ଼ ନିୟମ କରିବ ଓ ସପ୍ତାହର ଅର୍ଦ୍ଧେକ କାଳ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ; ଆଉ, ଘୃଣାଯୋଗ୍ୟ ବସ୍ତୁସକଳର ପକ୍ଷ ଉପରେ ବିନାଶକ ଜଣେ ଆସିବ; ପୁଣି, ନିରୂପିତ ସିଦ୍ଧି ପର୍ଯ୍ୟନ୍ତ ବିନାଶକର ଉପରେ କ୍ରୋଧ ଢଳାଯିବ ।

୧ ତୀମଥି ๔:๑
ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ

ଏବ୍ରୀ ๓:๑๒
ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ଵରଙ୍କଠାରୁବିମୁଖକାରୀ ଦୁଷ୍ଟ, ଅବିଶ୍ଵାସୀ ହୃଦୟ ତୁମ୍ଭ-ମାନଙ୍କର କାହାରିଠାରେ ନ ଥାଏ ।

ଲୂକ ๘:๑๓
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ଵାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।

ଏବ୍ରୀ ୬:୪-୬
[୪] କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇ-ଅଛନ୍ତି, ସ୍ଵର୍ଗୀୟ ଦାନର ଆସ୍ଵାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ,,ହୋଇଅଛନ୍ତି,[୫] ଈଶ୍ଵରଙ୍କ ଉତ୍ତମ ବାକ୍ୟ ଓ ଭାବୀ ଯୁଗର ଶକ୍ତି ଆସ୍ଵାଦନ କରିଅଛନ୍ତି,[୬] ସେମାନେ ଯଦି ଧର୍ମଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ଵରଙ୍କ ପୁତ୍ରଙ୍କୁ, ପୁଣି କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି ।

୨ ପିତର ๒:๒๐-๒๒
[๒๐] ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ଵାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ, ।[๒๑] କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା ।[๒๒] କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।

ଏବ୍ରୀ ๑๐:๒๖-๒๙
[๒๖] କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,[๒๗] ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ ।[๒๘] କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;[๒๙] ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ!

୨ ତୀମଥି ๔:๓-๔
[๓] କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,[๔] ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ ।

ଯୋହନ ୧୫:୬
କେହି ଯେବେ ମୋʼଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ ।

୧ ତୀମଥି ୪:୧-୨
[୧] ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ[୨] ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;

୨ ପିତର ୨:୧
କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ତ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ତ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶ-ଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ଵୀକାର କରିବେ, ପୁଣି ଆପଣା-ମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।

ମାଥିଉ ୨୪:୧୦-୧୨
[୧୦] ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,[୧୧] ଆଉ ଅନେକ ଭଣ୍ତ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,[୧୨] ପୁଣି ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।

୨ ପିତର ୩:୧୭
ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ିତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅତ,

ଯୋହନ ୬:୬୬
ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ ।

୨ ପିତର ୨:୧୭
ସେମାନେ ନିର୍ଜ୍ଜଳ ନିର୍ଝର ଓ ପ୍ରଚଣ୍ତ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି ।

୧ ତୀମଥି ୪:୧-୩
[୧] ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଉତ୍ତର କାଳରେ କେହି କେହି ଭ୍ରଷ୍ଟବିବେକ, ମିଥ୍ୟାବାଦୀ ଲୋକମାନଙ୍କ। କପଟପଣରେ[୨] ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;[୩] ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି ବିବିଧ ଖାଦ୍ୟ ପଦାର୍ଥରୁ ପୃଥକ୍ ରହିବା ନିମନ୍ତେ ଶିକ୍ଷା ଦିଅନ୍ତି । ବିଶ୍ଵାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ଵାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ଵର ଏସବୁ ତ ସୃଷ୍ଟି କରିଅଛନ୍ତି ।

୧ କରିନ୍ଥୀୟ ୧୦:୧୨
ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ ।

ମାଥିଉ ୨୪:୯-୧୦
[୯] ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କ୍ଳେଶଭୋଗ କରିବା ନିମନ୍ତେ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ଵାରା ଘୃଣିତ ହେବ ।[୧୦] ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

ମାଥିଉ ୨୬:୧୪-୧୬
[୧୪] ସେତେବେଳେ ଦ୍ଵାଦଶଙ୍କ ମଧ୍ୟରୁ ଈଷ୍କରିୟୋଥ ଯିହୁଦା ନାମକ ଜଣେ ପ୍ରଧାନ ଯାଜକମାନଙ୍କ ନିକଟକୁ ଯାଇ କହିଲା,[୧୫] ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି । ସେଥିରେ ସେମାନେ ତାହାକୁ ତିରିଶଗୋଟି ରୌପ୍ୟମୁଦ୍ରା ତୌଲି କରି ଦେଲେ ।[୧୬] ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇଦେବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।

୧ ତୀମଥି ୧:୧୯-୨୦
[୧୯] ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;[୨୦] ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।

୧ ଯୋହନ ୨:୧୯
ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ ।

ଏବ୍ରୀ 10:25-31
[25] ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ତଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ ଦେଉ, ବିଶେଷତଃ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ ।[26] କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,[27] ବରଂ ବିଚାରର ଏକ ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ତତା ଅବଶିଷ୍ଟ ଥାଏ ।[28] କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ଵା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;[29] ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ![30] କାରଣ ‘ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା,ʼ ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, ‘ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେʼ ।[31] ଜୀବିତ ଈଶ୍ଵରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ ।

ଯିରିମୀୟ ୧୭:୫-୬
[୫] ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ ।[୬] ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ ।

ଯିହିଜିକଲ ୩:୨୦
ପୁନର୍ବାର କୌଣସି ଧାର୍ମିକ ଲୋକ ଯେବେ ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା ।

ଯିହିଜିକଲ ୧୮:୨୪
ମାତ୍ର ଧାର୍ମିକ ଲୋକ ଯେବେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ ଲଙ୍ଘନ କରିଅଛି, ସେହି ସତ୍ୟ ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ ।

ମାଥିଉ ୧୩:୨୦-୨୧
[୨୦] ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,[୨୧] ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।

୧ କରିନ୍ଥୀୟ ୯:୨୭
ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି ।

ଏବ୍ରୀ ୬:୪-୮
[୪] କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇ-ଅଛନ୍ତି, ସ୍ଵର୍ଗୀୟ ଦାନର ଆସ୍ଵାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ,,ହୋଇଅଛନ୍ତି,[୫] ଈଶ୍ଵରଙ୍କ ଉତ୍ତମ ବାକ୍ୟ ଓ ଭାବୀ ଯୁଗର ଶକ୍ତି ଆସ୍ଵାଦନ କରିଅଛନ୍ତି,[୬] ସେମାନେ ଯଦି ଧର୍ମଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ଵରଙ୍କ ପୁତ୍ରଙ୍କୁ, ପୁଣି କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି ।[୭] କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ଵାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶାକାଦି ଉତ୍ପନ୍ନ କରେ, ତାହା ଈଶ୍ଵରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ ।[୮] କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ଵେ ଶାପଗ୍ରସ୍ତ ହୁଏ, ପୁଣି ତାହାର ଚରମ ଦଶା ଅଗ୍ନିଦାହ ।

ପ୍ରେରିତ ୨୧:୨୧
ପୁଣି, ବିଜାତିମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କି ଆପଣା ଆପଣା ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ସେମାନେ ଏହି ସମ୍ଵାଦ ପାଇଅଛନ୍ତି ।

ଗାଲାତୀୟ ୫:୪
ତୁମ୍ଭେମାନେ ଯେତେ ଲୋକ ବ୍ୟବସ୍ଥା ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।

୧ କରିନ୍ଥୀୟ ୬:୯
ଅବା, ଅଧାର୍ମିକମାନେ ଯେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ

ଏବ୍ରୀ ୧୦:୨୬
କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ଵେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,

ମାଥିଉ ୧୩:୪୧
ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପ୍ରେରଣ କରିବେ, ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ,

୨ ତୀମଥି ୪:୩
କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ ଶିକ୍ଷା ସହ୍ୟ କରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ଅଭିଳାଷାନୁସାରେ ଆପଣାମାନଙ୍କ ନିମନ୍ତେ ବହୁସଂଖ୍ୟକ ଶିକ୍ଷକଙ୍କୁ ସଂଗ୍ରହ କରିବେ,

୨ ଥେସଲନୀକୀୟ ୨:୩-୪
[୩] କେହି କୌଣସି ପ୍ରକାରେ ତୁମ୍ଭମାନଙ୍କର ଭ୍ରାନ୍ତି ନ ଜନ୍ମାଉ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଦିନ ଉପସ୍ଥିତ ହେବ ନାହିଁ ।[୪] ସେ ଈଶ୍ଵରଙ୍କ ନାମରେ ଖ୍ୟାତ ବା ପୂଜିତ ସମସ୍ତଙ୍କ ବିରୋଧୀ ହୋଇ ନିଜକୁ ସେମାନଙ୍କଠାରୁ ଉନ୍ନତ କରେ, ଏପରିକି ଈଶ୍ଵରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ଵର ବୋଲି ଦେଖାଏ ।

ଯୋହନ ୧:୧୪
ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମାଦେଖିଲୁ ⇧ ⇧ ।

ଦ୍ଵିତୀୟ ବିବରଣ ୧୩:୧୩
ଯେ ପାପାଧମ ସନ୍ତାନ କେତେକ ଜଣ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;

୧ ତୀମଥି 4:10
ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ଵର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ, ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।

୧ ପିତର ୩:୧୭
କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ଵରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ ।

୧ ଥେସଲନୀକୀୟ ୨:୩
କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତା-ମୂଳକ ଅବା ଛଳଯୁକ୍ତ ନୁହେଁ,

ଦ୍ଵିତୀୟ ବିବରଣ ୩୨:୧୫
ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟ ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ । ତହୁଁ ସେ ଆପଣା ସୃଷ୍ଟିକର୍ତ୍ତାପରମେଶ୍ଵରଙ୍କୁ ତ୍ୟାଗ କଲାପ, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା ।

ଯିହିଜିକଲ ୧୮:୨୬
ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ ।

୧ ତୀମଥି ୪:୨
ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;

ମାର୍କ ୧୦:୧୧
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;

ଲୂକ ୨୨:୩-୬
[୩] ସେତେବେଳେ ଦ୍ଵାଦଶଙ୍କ ସଂଖ୍ୟା ମଧ୍ୟରେ ଅନ୍ତର୍ଗତ ଇଷ୍କାରିୟୋତ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;[୪] ଆଉ, ସେ ଯାଇ, କି ଉପାୟରେ ତାହାଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହସ୍ତରେ ସମର୍ପଣ କରି ପାରେ, ତାହା ସେମାନଙ୍କ ସହିତ ପରାମର୍ଶ କଲା ।[୫] ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।[୬] ଆଉ, ସେ ସମ୍ମତ ହୋଇ ଲୋକସମୂହର ଅସାକ୍ଷାତରେ ତାହାଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।

ମାଥିଉ ୧୨:୩୧-୩୨
[୩୧] ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ ।[୩୨] ଆଉ, ଯେକେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେକେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଇହଯୁଗରେ କି ପରଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।

Odia Bible (OROV) 2014
Copyright © 2014 by The Bible Society of India