A A A A A

ପାପ: [ଅଭିଶାପ]


କଲସୀୟ ୩:୮
କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର ।

କଲସୀୟ ୪:୬
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି ଲବଣରେ ସ୍ଵାଦଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।

ଏଫିସୀୟ ୪:୨୯
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଞ୍ଚ ଆବଶ୍ୟକତାନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।

ଏଫିସୀୟ ୫:୪
ପୁଣି ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ନ ହେଉ, ବରଂ ଧନ୍ୟବାଦ ଦିଆଯାଉ ।

ଯାତ୍ରା ୨୦:୭
ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେ କେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।

ଯାକୁବ ୧:୨୬
ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ଵାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା ।

ଯାକୁବ ୩:୧୦
ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ ନୁହେଁ ।

ଯାକୁବ ୩:୫-୧୨
[୫] ସେହିପରି ଜିହ୍ଵା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ । ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ଵାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ ।[୬] ଜିହ୍ଵା ମଧ୍ୟ ଅଗ୍ନି ସ୍ଵରୂପ; ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ଵରୂପେ ଅବସ୍ଥିତ; ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନରକାନଳରେ ପ୍ରଜ୍ଵଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ଵଳାଏ ।[୭] କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି;[୮] କିନ୍ତୁ ଜିହ୍ଵାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।[୯] ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;[୧୦] ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ ନୁହେଁ ।[୧୧] ନିର୍ଝର କଅଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ?[୧୨] ହେ ମୋହର ଭାଇମାନେ, ଡିମିରି ବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ ।

ଲେବୀୟ ୨୦:୯
ଯେକେହି ଆପଣା ପିତା କି ଆପଣା ମାତାକୁ ଶାପ ଦିଏ, ସେ ନିତା; ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ ।

ଲୂକ ୬:୨୮
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।

ମାଥିଉ ୫:୨୨
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ତନୀୟ ହେବ । ପୁଣି, ଯେକେହି ଆପଣା ଭାଇକି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ତନୀୟ ହେବ; ଆଉ ଯେକେହି ପାଷାଣ୍ତ ବୋଲି କହେ, ସେ ଅଗ୍ନିମୟ ନରକରେ ଦଣ୍ତନୀୟ ହେବ,

୧ ପିତର ୩:୧୦
ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ଵାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ନିବୃତ୍ତ କରୁନ୍ତ

ମାଥିଉ ୧୫:୧୧
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।

ହିତୋପଦେଶ ୧୮:୨୧
ମରଣ ଓ ଜୀବନ ଜିହ୍ଵାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ ।

ଗୀତସଂହିତା ୧୦୯:୧୭
ଆହୁରି, ସେ ଅଭିଶାପ ଭଲ ପାଇଲା ଓ ତାହା ତାହା ପ୍ରତି ଘଟିଲା; ଆଉ, ସେ ଆଶୀର୍ବାଦରେ ସନ୍ତୁଷ୍ଟ ହେଲା ନାହିଁ, ଏଣୁ ତାହା ତାହାଠାରୁ ଦୂର ହେଲା ।

ରୋମୀୟ ୧୨:୧୪
ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।

ଦ୍ଵିତୀୟ ରାଜାବଳୀ ୨:୨୩-୨୪
[୨୩] ଏଥିଉତ୍ତାରେ ସେ ସେଠାରୁ ବୈଥେଲକୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ତା, ଉପରକୁ ଯା ।[୨୪] ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଶାପ ଦେଲେ । ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ ।

ମାଥିଉ ୧୫:୧୦-୧୧
[୧୦] ଆଉ, ଯୀଶୁ ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ଶୁଣ ଓ ବୁଝ;[୧୧] ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।

ଯାକୁବ ୩:୮-୧୦
[୮] କିନ୍ତୁ ଜିହ୍ଵାକୁ କେହି ବଶରେ ରଖି ପାରେ ନାହିଁ, ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ, ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ ।[୯] ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;[୧୦] ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ ନୁହେଁ ।

ମାଥିଉ ୧୫:୧୮-୨୦
[୧୮] କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।[୧୯] କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ;[୨୦] ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ ।

Odia Bible (OROV) 2014
Copyright © 2014 by The Bible Society of India